Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:6 - ଓଡିଆ ବାଇବେଲ

6 ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହିଁରେ ସେ ତାଙ୍କୁ କହିଲା, ଦେଖ, ଏହି ନଗରରେ ପରମେଶ୍ଵରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟବାନ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହିଁରେ ସେ ତାଙ୍କୁ କହିଲା, “ଦେଖ, ଏହି ନଗରରେ ପରମେଶ୍ୱରଙ୍କର ଏକ ଲୋକ ଅଛନ୍ତି, ସେ ଅତି ମାନ୍ୟଗଣ୍ୟ ଲୋକ; ସେ ଯାହାସବୁ କହନ୍ତି, ନିଶ୍ଚୟ ସଫଳ ହୁଏ; ଆସ, ଆମ୍ଭେମାନେ ସେଠାକୁ ଯାଉ; ହୋଇପାରେ, ଆମ୍ଭେମାନେ ଯେଉଁ ଯାତ୍ରା କରୁଅଛୁ, ସେ ବିଷୟ ସେ ଆମ୍ଭମାନଙ୍କୁ ଜଣାଇ ପାରିବେ।”

Gade chapit la Kopi

ପବିତ୍ର ବାଇବଲ

6 ଗ୍ଭକର କହିଲା, “ଏ ସହରରେ ଜଣେ ପରମେଶ୍ୱରଙ୍କ ଲୋକ ଅଛନ୍ତି। ଲୋକମାନେ ତାଙ୍କୁ ସମ୍ମାନ କରନ୍ତି। ତାଙ୍କର ସମସ୍ତ ଭବିଷ୍ୟ‌ଦ୍‌ବାଣୀ ସତ ହୁଏ। ଗ୍ଭଲ, ସେଠାକୁ ଯିବା, ପରମେଶ୍ୱରଙ୍କ ଲୋକ ଆମ୍ଭକୁ ଗଧମାନଙ୍କର ସନ୍ଧାନ ଦେଇପାରନ୍ତି।”

Gade chapit la Kopi




1 ଶାମୁୟେଲ 9:6
16 Referans Kwoze  

ପରମେଶ୍ୱରଙ୍କ ଲୋକ ମୋଶା ଆପଣା ମୃତ୍ୟୁୁ ପୁର୍ବରୁ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଆଶୀର୍ବାଦ କଲେ, ସେହି ଆଶୀର୍ବାଦ ଏହି।


ପୁଣି, ଯାରବୀୟାମ ଧୂପ ଜ୍ୱଳାଇବା ପାଇଁ ଯଜ୍ଞବେଦି ନିକଟରେ ଛିଡ଼ା ହେବା ସମୟରେ ଦେଖ, ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଯିହୁଦାରୁ ପରମେଶ୍ୱରଙ୍କ ଏକ ଲୋକ ବେଥେଲ୍‍ରେ ଉପସ୍ଥିତ ହେଲା।


କିନ୍ତୁ ହେ ଈଶ୍ୱରଙ୍କ ଲୋକ, ତୁମ୍ଭେ ଏହି ସମସ୍ତଠାରୁ ପଳାୟନ କରି ଧାର୍ମିକତା, ଈଶ୍ୱରପରାୟଣତା, ବିଶ୍ୱାସ,ପ୍ରେମ, ଧୈର୍ଯ୍ୟ, ସହିଷ୍ଣୁତା ଓ ନମ୍ରତାର ଅନୁଗାମୀ ହୁଅ ।


ପୁଣି, ସେମାନଙ୍କ କାର୍ଯ୍ୟ ସକାଶେ ସେମାନଙ୍କୁ ପ୍ରେମରେ ଅତ୍ୟନ୍ତ ଆଦର କର । ପରସ୍ପର ସଙ୍ଗରେ ଶାନ୍ତିରେ ରୁହ ।


ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ୱର ମଧ୍ୟ ସାକ୍ଷୀ ।


ଆକାଶ ଓ ପୃଥିବୀ ଲୋପ ପାଇବ, ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ ।


ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;


ଏଥିରେ ପରମେଶ୍ୱରଙ୍କ ଲୋକ କହିଲେ, “ତାହା କେଉଁ ସ୍ଥାନରେ ପଡ଼ିଲା ?” ତହୁଁ ସେ ତାଙ୍କୁ ସେହି ସ୍ଥାନ ଦେଖାଇ ଦେଲା। ତହିଁରେ ଇଲୀଶାୟ ଖଣ୍ଡେ କାଠ କାଟି ସେଠାରେ ପକାଇ ଲୁହାକୁ ଭସାଇଲେ।


ଏଥିଉତ୍ତାରେ ପରମେଶ୍ୱରଙ୍କର ଏକ ଲୋକ ଏଲିଙ୍କ ନିକଟକୁ ଆସି ତାଙ୍କୁ କହିଲା, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ତୁମ୍ଭ ପିତୃଗୃହ ମିସରରେ ଫାରୋର ଦାସତ୍ୱରେ ଥିଲେ, ସେସମୟରେ ଆମ୍ଭେ କି ପ୍ରତ୍ୟକ୍ଷ ରୂପେ ସେମାନଙ୍କୁ ଦର୍ଶନ ଦେଇ ନାହୁଁ


ଏହେତୁ ଆଜି ମୁଁ ଏହି କୂପ ନିକଟରେ ଉପସ୍ଥିତ ହୋଇ ଏହି ପ୍ରାର୍ଥନା କଲି, ହେ ମୋହର କର୍ତ୍ତା ଅବ୍ରହାମଙ୍କର ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ଯଦି ମୋହର କୃତ ଯାତ୍ରା ସଫଳ କର,


ତହିଁରେ ସେହି ଯୁବା ଶାଉଲଙ୍କୁ ପୁନର୍ବାର ଉତ୍ତର ଦେଇ କହିଲା, ଦେଖ, ଆମ୍ଭ ହାତରେ ଏକ ଶେକଲ ରୂପାର ଚତୁର୍ଥାଂଶ ଅଛି; ଆମ୍ଭମାନଙ୍କ ଯାତ୍ରା ବିଷୟ ଆମ୍ଭମାନଙ୍କୁ ଜଣାଇବା ପାଇଁ ଆମ୍ଭେ ପରମେଶ୍ୱରଙ୍କ ଲୋକଙ୍କୁ ତାହା ଦେବା।


ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍‍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ।


ଏଥିଉତ୍ତାରେ ଇସ୍ରାଏଲର ରାଜା ଆପଣା ବସ୍ତ୍ର ଚିରିଅଛନ୍ତି, ଏହା ଶୁଣି ପରମେଶ୍ୱରଙ୍କ ଲୋକ ଇଲୀଶାୟ, ରାଜାଙ୍କ ନିକଟକୁ ଏହି କଥା କହି ପଠାଇଲେ, “ତୁମ୍ଭେ କାହିଁକି ଆପଣା ବସ୍ତ୍ର ଚିରିଲ ? ସେ ଏବେ ମୋ’ ନିକଟକୁ ଆସୁ, ତହିଁରେ ଇସ୍ରାଏଲ ମଧ୍ୟରେ ଯେ ଏକ ଭବିଷ୍ୟଦ୍‍ବକ୍ତା ଅଛି, ଏହା ସେ ଜାଣିବ।”


ସଦାପ୍ରଭୁଙ୍କୁ ଭୟ କରିବା ଲୋକ କିଏ ? ସେ ତାହାକୁ ତାହାର ଇଷ୍ଟ ପଥରେ ଶିକ୍ଷା ଦେବେ।


Swiv nou:

Piblisite


Piblisite