Biblia Todo Logo
Bib sou entènèt

- Piblisite -




1 ଶାମୁୟେଲ 9:7 - ଓଡିଆ ବାଇବେଲ

7 ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା ? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତେବେ ଶାଉଲ ଆପଣା ଯୁବାକୁ କହିଲେ, ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ଵରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତେବେ ଶାଉଲ ଆପଣା ଯୁବାକୁ କହିଲେ, “ମାତ୍ର ଦେଖ, ଆମ୍ଭେମାନେ ଗଲେ, ସେ ଲୋକଙ୍କ ନିକଟକୁ କଅଣ ନେବା? କାରଣ ଆମ୍ଭମାନଙ୍କ ପାତ୍ରରୁ ଖାଦ୍ୟସାମଗ୍ରୀ ସରିଲାଣି, ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ନେବା ପାଇଁ କୌଣସି ଦର୍ଶନୀ ନାହିଁ; ଆମ୍ଭମାନଙ୍କ ପାଖରେ କଅଣ ଅଛି?”

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ଶାଉଲ ଗ୍ଭକରକୁ କହିଲେ, “ଆମ୍ଭେ ନିଶ୍ଚୟ ସହରକୁ ଯିବା, କିନ୍ତୁ ଆମ୍ଭେମାନେ ତାଙ୍କୁ କ’ଣ ଉପହାର ଦେବା। ବର୍ତ୍ତମାନ ଏପରିକି ଆମ୍ଭ ଖାଦ୍ୟ ମୁଣାରୁ ଖାଦ୍ୟ ସରିଗଲାଣି। ଆମ୍ଭେ ତାଙ୍କୁ ଉପହାର କ’ଣ ଦେବା।”

Gade chapit la Kopi




1 ଶାମୁୟେଲ 9:7
10 Referans Kwoze  

ତହିଁରେ ରାଜା ହସାୟେଲକୁ କହିଲା, “ଆପଣା ହସ୍ତରେ ଉପହାର ନେଇ ପରମେଶ୍ୱରଙ୍କ ଲୋକଙ୍କୁ ସାକ୍ଷାତ କରିବାକୁ ଯାଅ, ‘ଆଉ ମୁଁ ଏହି ପୀଡ଼ାରୁ ମୁକ୍ତ ହେବି କି ନାହିଁ ?’ ଏହି କଥା ତାଙ୍କ ଦ୍ୱାରା ସଦାପ୍ରଭୁଙ୍କୁ ପଚାର।”


ପୁଣି, ଆପଣା ସଙ୍ଗେ ଦଶ ରୁଟି ଓ କିଛି ତିଲୁଆ ଓ ଏକ ପାତ୍ର ମଧୁ ନେଇ ତାହା ନିକଟକୁ ଯାଅ; ବାଳକର କଅଣ ହେବ, ତାହା ସେ ତୁମ୍ଭକୁ ଜଣାଇବ।”


ଏଥିଉତ୍ତାରେ ବାଲ୍‍-ଶାଲିଶାରୁ ଜଣେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ପ୍ରଥମ ଫଳର ରୁଟି, ଅର୍ଥାତ୍‍, କୋଡ଼ିଏ ଯବ ରୁଟି ଓ ନୂତନ ଶସ୍ୟର ଶିଷା ଆପଣା ଝୁଲିରେ ନେଇ ଆସିଲା। ତହିଁରେ ଇଲୀଶାୟ କହିଲେ, “ଲୋକମାନଙ୍କୁ ଦିଅ, ସେମାନେ ଭୋଜନ କରନ୍ତୁ।”


ଏଥିଉତ୍ତାରେ ନାମାନ୍‍ ଓ ତାହାର ସଙ୍ଗୀ ସମସ୍ତେ ପରମେଶ୍ୱରଙ୍କ ଲୋକଙ୍କ ନିକଟକୁ ଫେରି ଆସି ତାଙ୍କ ସମ୍ମୁଖରେ ଠିଆ ହେଲେ; ଆଉ ନାମାନ୍‍ କହିଲା, “ଦେଖନ୍ତୁ, ଏବେ ମୁଁ ଜାଣିଲି ଯେ, ଇସ୍ରାଏଲ ପରମେଶ୍ୱରଙ୍କ ବ୍ୟତୀତ ସମୁଦାୟ ପୃଥିବୀରେ ପରମେଶ୍ୱର କେହି ନାହାନ୍ତି; ଏହେତୁ ଏବେ ମୁଁ ଆପଣଙ୍କୁ ବିନୟ କରୁଅଛି, ଆପଣା ଦାସଠାରୁ ଉପହାର ଗ୍ରହଣ କରନ୍ତୁ।”


ତହୁଁ ଅରାମର ରାଜା କହିଲା, “ତୁମ୍ଭେ ସେଠାକୁ ଯାଅ, ଆଉ ମୁଁ ଇସ୍ରାଏଲ ରାଜାଙ୍କ ନିକଟକୁ ଖଣ୍ଡେ ପତ୍ର ପଠାଇବି।” ତହୁଁ ସେ ଆପଣା ସଙ୍ଗେ ଦଶ ତାଳନ୍ତ ରୂପା ଓ ଛଅ ସହସ୍ର ସ୍ୱର୍ଣ୍ଣ ମୁଦ୍ରା ଓ ଦଶ ସାଜ ପୋଷାକ ନେଇ ପ୍ରସ୍ଥାନ କଲା।


ବିନୟ କରୁଛି, ମୁଁ ଆପଣା ଭେଟି ଘେନି ଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ। ତହିଁରେ ସେ କହିଲେ, ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।


ତହୁଁ ରାଜା ପରମେଶ୍ୱରଙ୍କ ଲୋକଙ୍କୁ କହିଲେ, “ମୋ’ ସଙ୍ଗେ ଗୃହକୁ ଆସି ଆରାମ କର, ମୁଁ ତୁମ୍ଭକୁ ପୁରସ୍କାର ଦେବି।”


ଏଥିରେ ହସାୟେଲ ତାଙ୍କୁ ସାକ୍ଷାତ କରିବାକୁ ଗଲା ଓ ଦମ୍ମେଶକର ସକଳ ଉତ୍ତମ ବସ୍ତୁର ଚାଳିଶ ଓଟର ବୋଝ ଉପହାର ସଙ୍ଗେ ନେଇ ଆସି ତାଙ୍କ ସମ୍ମୁଖରେ ଉଭା ହୋଇ କହିଲା, “ଆପଣଙ୍କ ପୁତ୍ର ଅରାମର ରାଜା ବିନ୍‍ହଦଦ୍‍ ଆପଣଙ୍କ ନିକଟକୁ ମୋତେ ପଠାଇ ପଚାରୁଅଛନ୍ତି, ‘ମୁଁ କ’ଣ ଏହି ପୀଡ଼ାରୁ ମୁକ୍ତ ହେବି ?’”


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


Swiv nou:

Piblisite


Piblisite