Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:11 - ଓଡିଆ ବାଇବେଲ

11 ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ନିଜ ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ, ସେହିପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକା; ଅନୁରୋଧ କରିଥିଲୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତୁମ୍ଭେମାନେ ଜାଣ, ପିତା ଯେପରି ନିଜ ସନ୍ତାନମାନଙ୍କ ପ୍ରତି ବ୍ୟବହାର କରି ଥାଆନ୍ତା, ଆମେ ତୁମ୍ଭମାନଙ୍କ ପ୍ରତି ଠିକ୍ ସେହିପରି ବ୍ୟବହାର କରିଥିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେମାନେ ଓ ପରମେଶ୍ୱର ମଧ୍ୟ ଜାଣନ୍ତି ଯେ, ଏହା ସତ୍ୟ। ପିତା ନିଜ ସନ୍ତାନମାନଙ୍କୁ ସ୍ନେହ କଲା ଭଳି ଆମ୍ଭେ ତୁମ୍ଭମାନଙ୍କ ସହିତ ସ୍ନେହପୂର୍ବକ ବ୍ୟବହାର କରିଛୁ।

Gade chapit la Kopi




୧ ଥେସଲନୀକୀୟ 2:11
40 Referans Kwoze  

ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ବିନୟ କରୁଅଛି, ଏହି ଉପଦେଶ ସହ୍ୟ କର, ଯେଣୁ ମୁଁ ସଂକ୍ଷେପରେ ତୁମ୍ଭମାନଙ୍କୁ ଲେଖିଅଛି ।


ଈଶ୍ୱରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ ।


ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ ।


ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ ।


କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ,


ଏଉତ୍ତାରେ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ବଳବାନ ଓ ସାହସିକ ହୁଅ ଓ ଏହି କର୍ମ କର; ଭୟ ନ କର, ଅବା ନିରାଶ ନ ହୁଅ; କାରଣ ଆମ୍ଭର ପରମେଶ୍ୱର, ସଦାପ୍ରଭୁ ପରମେଶ୍ୱର ତୁମ୍ଭର ସହବର୍ତ୍ତୀ ଅଛନ୍ତି; ସଦାପ୍ରଭୁଙ୍କ ଗୃହର ସେବାର୍ଥକ ସକଳ କର୍ମ ସମାପ୍ତ ନ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପ୍ରତି ନିରସ୍ତ ହେବେ ନାହିଁ, କି ତୁମ୍ଭକୁ ତ୍ୟାଗ କରିବେ ନାହିଁ।


ମାତ୍ର ଯିହୋଶୂୟକୁ ଆଜ୍ଞା ଦିଅ ଓ ତାହାକୁ ସାହସ ଦିଅ ଓ ତାହାକୁ ବଳବାନ କରାଅ; କାରଣ ସେ ଏହି ଲୋକମାନଙ୍କର ଆଗେ ଆଗେ ପାର ହୋଇଯିବ; ପୁଣି ତୁମ୍ଭେ ଯେଉଁ ଦେଶ ଦେଖିବ, ତାହା ସେ ସେମାନଙ୍କୁ ଅଧିକାର କରାଇବ।


ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।


ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


ସମସ୍ତଙ୍କ ଜୀବନଦାତା ଈଶ୍ୱରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,


ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର । ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ ।


ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ ।


ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ ।


ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ ।


ଏଣୁ ହେ ମୋହର ପୁତ୍ରମାନେ, ମୋହର କଥା ଶୁଣ ଓ ମୋ’ ମୁଖର ବାକ୍ୟରେ ମନୋନିବେଶ କର।


ହେ ମୋହର ପୁତ୍ର, ମୋହର କଥାସବୁ ପାଳନ କର ଓ ମୋହର ଆଜ୍ଞାସବୁ ଆପଣା ହୃଦୟରେ ସଞ୍ଚୟ କରି ରଖ।


ହେ ମୋହର ପୁତ୍ର, ଯଦି ତୁମ୍ଭେ ଆପଣା ପ୍ରତିବାସୀର ବନ୍ଧକ ହୋଇଥାଅ, ଯଦି ପର ପାଇଁ ହାତ ଦେଇଥାଅ,


ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।


ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ’ କଥା ଗ୍ରହଣ କର ଓ ମୋ’ ଆଜ୍ଞାସବୁ ମନରେ ରଖ;


ହେ ମୋହର ପୁତ୍ର, ତୁମ୍ଭେ ସେମାନଙ୍କ ସଙ୍ଗେ ସେହି ପଥରେ ଚାଲ ନାହିଁ, ସେମାନଙ୍କ ପଥରୁ ଆପଣା ପାଦ ଅଟକାଅ;


ହେ ମୋହର ପୁତ୍ର, ପାପୀଗଣ ତୁମ୍ଭକୁ ଫୁସୁଲାଇଲେ, ତୁମ୍ଭେ ସମ୍ମତ ହୁଅ ନାହିଁ।


ହେ ବାଳକମାନେ, ଆସ, ମୋ’ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି।


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭ ମରଣ ଦିନ ଆସି ପହଞ୍ଚିଲାଣି, ଯିହୋଶୂୟକୁ ଡାକ, ପୁଣି, ଦୁହେଁ ସମାଗମ-ତମ୍ବୁରେ ଠିଆ ହୁଅ, ଆମ୍ଭେ ତାହାକୁ ଆଜ୍ଞା ଦେବା। ତହିଁରେ ମୋଶା ଓ ଯିହୋଶୂୟ ଯାଇ ସମାଗମ-ତମ୍ବୁରେ ଠିଆ ହେଲେ।”


ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ଡଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ।


ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,


ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;


କାରଣ ମୋହର ପାଞ୍ଚ ଭାଇ ଅଛନ୍ତି; ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ, ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ ।


ପୁଣି, ଯେପରି କେହି ଏବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ ।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।


ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ ।


ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହି ସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କ'ଣ ତୁମ୍ଭମାନଙ୍କର ମନେ ନାହିଁ ?


Swiv nou:

Piblisite


Piblisite