Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 2:13 - ଓଡିଆ ବାଇବେଲ

13 ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ଵରଙ୍କର ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ଵାରା ପ୍ରଚାରିତ ଈଶ୍ଵରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ତାହା ମନୁଷ୍ୟର ବାକ୍ୟ ସ୍ଵରୂପେ ଗ୍ରହଣ ନ କରି ବରଂ ଈଶ୍ଵରଙ୍କ ବାକ୍ୟ ସ୍ଵରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ଵରଙ୍କ ବାକ୍ୟ ଅଟେ, ପୁଣି ବିଶ୍ଵାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

13 ଆମେ କାହିଁକି ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଥାଉ, ତାହାର ଅନ୍ୟ ଏକ କାରଣ ମଧ୍ୟ ରହିଛି। ଆମେ ଯେତେବେଳେ ତୁମ୍ଭମାନଙ୍କ ନିକଟକୁ ଈଶ୍ୱରଙ୍କ ବାର୍ତ୍ତା ଆଣିଥିଲୁ, ତୁମ୍ଭେମାନେ ତାହା ମନୁଷ୍ୟର ବାର୍ତ୍ତା ବୋଲି ମନେ ନ କରି, ଈଶ୍ୱରଙ୍କ ବାର୍ତ୍ତା ରୂପେ ଶୁଣିଥିଲ ଓ ଗ୍ରହଣ କରିଥିଲ। ପ୍ରକୃତରେ ତାହା ଈଶ୍ୱରଙ୍କର ବାର୍ତ୍ତା ଓ ତୁମ୍ଭମାନଙ୍କ ପରି ବିଶ୍ୱାସୀମାନଙ୍କ ଅନ୍ତକରଣରେ ତାହା ସକ୍ରିୟ ହୋଇ ରହେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

13 ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ୱରଙ୍କ ବାକ୍ୟ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ୱରଙ୍କୁ ଅନବରତ ଧନ୍ୟବାଦ ଜଣାଉଛୁ। ଏହା ପ୍ରକୃତରେ ପରମେଶ୍ୱରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।

Gade chapit la Kopi




୧ ଥେସଲନୀକୀୟ 2:13
41 Referans Kwoze  

କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।


ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ ।


ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ୱରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ ।


କିନ୍ତୁ ଈଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ । ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି ।


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ମାତ୍ର ସେ କହିଲେ, ନା, ବରଂ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେହିମାନେ ଧନ୍ୟ ।


ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,


ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ ।


ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଈଶ୍ୱରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ ।


କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି ।


ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ । ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ ।


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ୱରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି ।


କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା' ଓ ଭାଇମାନେ ।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି ।


ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।


ସତ୍ୟ ଦ୍ୱାରା ସେମାନଙ୍କୁ ପବିତ୍ର କର, ତୁମ୍ଭର ବାକ୍ୟ ତ ସତ୍ୟ ।


ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିଯୋଗୁଁ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ ।


ଦୃଷ୍ଟାନ୍ତର ଅର୍ଥ ଏହି, ବିହନ ଈଶ୍ୱରଙ୍କ ବାକ୍ୟ,


ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି ।


ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥି ନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହି ସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି ।


ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ ।


ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା ।


ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ ।


ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି । ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ୱରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ ।


ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ ।


ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।


ଦିନେ ଯେତେବେଳେ ଲୋକସମୂହ ତାହାଙ୍କ (ଯୀଶୁଙ୍କ) ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;


“ତୁମ୍ଭେ ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କୁ ଯେଉଁ କଥା କହିଅଛ, ତୁମ୍ଭର ସେହି କଥା ଆମ୍ଭେମାନେ ଶୁଣିବୁ ନାହିଁ।


ସେତେବେଳେ ଶଲ୍‍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ୍‍ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକ ଓ ଲୋକମାନଙ୍କର ଅବଶିଷ୍ଟାଂଶ ସମସ୍ତେ ସଦାପ୍ରଭୁ ସେମାନଙ୍କ ପରମେଶ୍ୱରଙ୍କ ରବରେ ଓ ସଦାପ୍ରଭୁ ସେମାନଙ୍କ ପରମେଶ୍ୱର ହାଗୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟକୁ ଯେଉଁ ସବୁ ବାକ୍ୟ ପ୍ରେରଣ କରିଥିଲେ, ସେହିସବୁରେ ମନୋଯୋଗ କଲେ; ଆଉ, ଲୋକମାନେ ସଦାପ୍ରଭୁଙ୍କ ଛାମୁରେ ଭୀତ ହେଲେ।


କାରଣ ସେମାନଙ୍କ ନିକଟରେ ଯେପରି, ଆମ୍ଭମାନଙ୍କ ନିକଟରେ ମଧ୍ୟ ସେହିପରି ସୁସମାଚାର ପ୍ରଚାରିତ ହୋଇଅଛି, କିନ୍ତୁ ଶ୍ରୋତାମାନେ ବିଶ୍ୱାସ ଦ୍ୱାରା ଶୁଣିଥିବା ବାକ୍ୟ ନିଜସ୍ୱ ନ କରିବାରୁ ତାହା ସେମାନଙ୍କ ପକ୍ଷରେ ଲାଭଜନକ ହେଲା ନାହିଁ ।


Swiv nou:

Piblisite


Piblisite