Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 4:10 - ଓଡିଆ ବାଇବେଲ

10 ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ । ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କରିବା ନିମନ୍ତେ ଉତ୍ସାହ ଦେଉଅଛୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ବାସ୍ତବିକ, ସମଗ୍ର ମାସିଦୋନିଆର ଭାଇମାନଙ୍କ ପ୍ରତି ତୁମେ ସେହିପରି ଆଚରଣ କରିଛ। ତେଣୁ ଆହୁରି ଅଧିକ ମାତ୍ରାରେ ତାହା କର, ତୁମ୍ଭମାନଙ୍କୁ ଏତିକି କେବଳ ବିନୀତ ଅନୁରୋଧ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ପ୍ରକୃତରେ ସମୁଦାୟ ମାକିଦନିଆରେ ଥିବା ସମସ୍ତ ଭାଇଙ୍କ ପ୍ରତି ତୁମ୍ଭେମାନେ ତାହା କରୁଅଛ। ତଥାପି, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆହୁରି ଅଧିକ ରୂପେ ତାହା କର,

Gade chapit la Kopi

ପବିତ୍ର ବାଇବଲ

10 ସମଗ୍ର ମାକିଦନିଆର ଭାଇ ଓ ଭଉଣୀମାନଙ୍କୁ ତୁମ୍ଭେମାନେ ପ୍ରକୃତରେ ଭଲ ପାଅ। ହେ ଭାଇଭଉଣୀମାନେ ଆମ୍ଭେ ଏବେ, ସେମାନଙ୍କୁ ଅଧିକରୁ ଅଧିକ ଭଲ ପାଇବାକୁ ତୁମ୍ଭମାନଙ୍କୁ ଉତ୍ସାହିତ କରୁଛୁ।

Gade chapit la Kopi




୧ ଥେସଲନୀକୀୟ 4:10
14 Referans Kwoze  

ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,


ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ ।


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ ।


ବରଂ ଆମ୍ଭମାନଙ୍କ ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ଓ ଜ୍ଞାନରେ ବୃଦ୍ଧି ପାଅ । ବର୍ତ୍ତମାନ ଓ ଅନନ୍ତକାଳ ପର୍ଯ୍ୟନ୍ତ ଗୌରବ ତାହାଙ୍କର ।


ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ ।


ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;


ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,


କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି ।


ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହି ସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ ।


Swiv nou:

Piblisite


Piblisite