Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 4:12 - ଓଡିଆ ବାଇବେଲ

12 ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ, ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏହିପରି କରିବା ଦ୍ୱାରା ତୁମେ ଅଣବିଶ୍ୱାସୀମାନଙ୍କଠାରୁ ମଧ୍ୟ ସମ୍ମାନ ପାଇବ ଓ ତୁମର ସମସ୍ତ ଆବଶ୍ୟକତା ପାଇଁ ଆତ୍ମନିର୍ଭରଶୀଳ ହୋଇପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେପରି ବାହାର ଲୋକମାନଙ୍କ ପ୍ରତି ତୁମ୍ଭେମାନେ ସଦାଚାରୀ ହୁଅ ଆଉ ତୁମ୍ଭମାନଙ୍କର କୌଣସି ଅଭାବ ନ ହୁଏ।

Gade chapit la Kopi

ପବିତ୍ର ବାଇବଲ

12 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ସେମାନେ ମଧ୍ୟ, ଏପରି କାମ କରିବା ଓ ଜୀବନଯାପନ ଦେଖି ତୁମ୍ଭମାନଙ୍କୁ ସମ୍ମାନ ଦେବେ। ତୁମ୍ଭମାନଙ୍କୁ ମଧ୍ୟ ନିଜ ଆବଶ୍ୟକତାଗୁଡ଼ିକ ପାଇଁ ଅନ୍ୟ ଲୋକମାନଙ୍କ ଉପରେ ନିର୍ଭର କରିବାକୁ ପଡ଼ିବ ନାହିଁ।

Gade chapit la Kopi




୧ ଥେସଲନୀକୀୟ 4:12
15 Referans Kwoze  

ସୁଯୋଗର ସଦ୍‍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର ।


ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ ।


ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;


ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।


ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ ।


ସେଥିରେ ସେ ସେମାନଙ୍କୁ କହିଲେ, ଈଶ୍ୱରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।


ସେହିପରି, ହେ ଭାର୍ଯ୍ୟାମାନେ, ତୁମ୍ଭେମାନେ ଆପଣା ଆପଣା ସ୍ୱାମୀଙ୍କର ବଶୀଭୂତା ହୁଅ,


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର ।


ବରଂ ଅଭାବଗ୍ରସ୍ତ ଲୋକକୁ ଦାନ କରିବା ନିମନ୍ତେ ଯେପରି ତାହା ପାଖରେ କିଛି ଥାଇ ପାରେ, ଏଥି ନିମନ୍ତେ ନିଜ ହାତରେ ଉତ୍ତମ କାର୍ଯ୍ୟ କରି ପରିଶ୍ରମ କରୁ ।


Swiv nou:

Piblisite


Piblisite