Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 4:16 - ଓଡିଆ ବାଇବେଲ

16 କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ୱରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ଵର ଓ ଈଶ୍ଵରଙ୍କ ତୂରୀବାଦ୍ୟ ସହିତ ସ୍ଵର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ନିର୍ଘୋଷିତ ହେବ, ପ୍ରଧାନ ସ୍ୱର୍ଗଦୂତଙ୍କ କଣ୍ଠସ୍ୱର ଶୁଭିବ, ଈଶ୍ୱରଙ୍କ ତୂରୀ ଧ୍ୱନି ନିନାଦିତ ହେବ ଏବଂ ପ୍ରଭୁ ସ୍ୱର୍ଗରୁ ଅବତରଣ କରିବେ। ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରି ଯେଉଁମାନଙ୍କର ମୃତ୍ୟୁ ହୋଇଛି, ସେମାନେ ପ୍ରଥମେ ସଞ୍ଜୀବିତ ହୋଇ ଉତ୍ଥିତ ହେବେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;

Gade chapit la Kopi

ପବିତ୍ର ବାଇବଲ

16 ସ୍ୱର୍ଗରୁ ପ୍ରଭୁ ନିଜେ ଓହ୍ଲାଇ ଆସିବେ। ସେତେବେଳେ ଉଚ୍ଚ ସ୍ୱରରେ ଏକ ଆଦେଶ ହେବ। ମୁଖ୍ୟ ସ୍ୱର୍ଗଦୂତଙ୍କ ସ୍ୱର ଓ ପରମେଶ୍ୱରଙ୍କ ତୂରୀନାଦ ମାଧ୍ୟମରେ ଏହି ଆଦେଶ ଦିଆ ହେବ। ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଛନ୍ତି, ସେମାନେ ପ୍ରଥମରେ ପୁନରୁ‌ତ୍‌‌ଥିତ ହେବେ।

Gade chapit la Kopi




୧ ଥେସଲନୀକୀୟ 4:16
33 Referans Kwoze  

ଦେଖ ସେ ମେଘମାଳାରେ ଆଗମନ କରୁଅଛନ୍ତି, ପ୍ରତ୍ୟେକ ଚକ୍ଷୁ ତାହାଙ୍କୁ ଦର୍ଶନ କରିବ, ଯେଉଁମାନେ ତାହାଙ୍କୁ ବିନ୍ଧିଥିଲେ, ସେମାନେ ମଧ୍ୟ ଦର୍ଶନ କରିବେ, ଆଉ ପୃଥିବୀର ସମସ୍ତ ଗୋଷ୍ଠୀ ତାହାଙ୍କ ଆଗମନ ସକାଶେ ବିଳାପ କରିବେ । ହଁ ଆମେନ୍ ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।


ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ,


ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ୱରଙ୍କ ପକ୍ଷରେ ନ୍ୟାୟର ବିଷୟ;


ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ,


ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ ।


ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।


ପରମେଶ୍ୱର ଜୟଧ୍ୱନିରେ, ସଦାପ୍ରଭୁ ତୂରୀଧ୍ୱନିରେ ଊର୍ଦ୍ଧ୍ୱକୁ ବିଜେ କରିଅଛନ୍ତି।


ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ । ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ ।


ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।


ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି ।


ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।


ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।


କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।


ଗୋ ସିୟୋନ କନ୍ୟେ, ଅତିଶୟ ଉଲ୍ଲାସ କର ! ଗୋ ଯିରୂଶାଲମ କନ୍ୟେ, ଜୟଧ୍ୱନି କର ! ଦେଖ, ତୁମ୍ଭର ରାଜା ତୁମ୍ଭ ନିକଟକୁ ଆସୁଅଛନ୍ତି; ସେ ଧର୍ମମୟ ଓ ପରିତ୍ରାଣବିଶିଷ୍ଟ; ସେ ନମ୍ରଶୀଳ ଓ ଗର୍ଦ୍ଦଭ ଉପରେ, ଅର୍ଥାତ୍‍, ଗର୍ଦ୍ଦଭୀର ଶାବକ ଉପରେ ଆରୋହଣ କରି ଆସୁଅଛନ୍ତି।


“ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ ?”


ମୁଁ ପ୍ରଭୁଙ୍କ ଦିନରେ ଆତ୍ମାଙ୍କ ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଚାଳିତ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,


ସେ ଯାକୁବ ମଧ୍ୟରେ ଅଧର୍ମ ଦୃଷ୍ଟିଗୋଚର କରି ନାହାନ୍ତି, କିଅବା ସେ ଇସ୍ରାଏଲ ମଧ୍ୟରେ ଉପଦ୍ରବ ଦେଖି ନାହାନ୍ତି; ସେମାନଙ୍କର ପରମେଶ୍ୱର ସଦାପ୍ରଭୁ ସେମାନଙ୍କ ସଙ୍ଗରେ ଅଛନ୍ତି, ପୁଣି, ରାଜାର ଜୟଧ୍ୱନି ସେମାନଙ୍କ ମଧ୍ୟରେ ଅଛି।


ପୁଣି, ସଦାପ୍ରଭୁ ଆପଣା ସୈନ୍ୟସାମନ୍ତ ସମ୍ମୁଖରେ ଆପଣା ରବ ଉଚ୍ଚାରଣ କରନ୍ତି; କାରଣ ତାହାଙ୍କର ଛାଉଣୀ ଅତି ବଡ଼; କାରଣ ତାହାଙ୍କର ବାକ୍ୟ ଯେ ସାଧନ କରେ, ସେ ବଳବାନ। କାରଣ ସଦାପ୍ରଭୁଙ୍କର ଦିନ ମହତ୍‍ ଓ ଅତି ଭୟାନକ; ଆଉ କିଏ ତାହା ସହ୍ୟ କରି ପାରେ ?


ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।


ହେ ସର୍ବଗୋଷ୍ଠୀୟମାନେ, କରତାଳି ଦିଅ; ଆନନ୍ଦସ୍ୱରରେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ ।


ତାହାହେଲେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ମହାନିଦ୍ରାପ୍ରାପ୍ତ ହୋଇଅଛନ୍ତି, ସେମାନେ ମଧ୍ୟ ବିନଷ୍ଟ ହୋଇଅଛନ୍ତି ।


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି ।


ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ।


ଆମ୍ଭମାନଙ୍କ ଈଶ୍ୱର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;


ତତ୍ପରେ ମୁଁ ଈଶ୍ୱରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା ।


Swiv nou:

Piblisite


Piblisite