Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:23 - ଓଡିଆ ବାଇବେଲ

23 ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଶାନ୍ତିଦାତା ଈଶ୍ଵର ସ୍ଵୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉୀ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

23 ଯେଉଁ ଈଶ୍ୱର ଆମକୁ ଶାନ୍ତି ପ୍ରଦାନ କରନ୍ତି, ସେ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣଭାବେ ପବିତ୍ର କରନ୍ତୁ ଓ ଆମର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତୁମର ସମସ୍ତ ସତ୍ତା, ମନ, ଆତ୍ମା, ଶରୀରକୁ ସମ୍ପୂର୍ଣ୍ଣଭାବେ ନିର୍ଦ୍ଦୋଷ ରଖନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଶାନ୍ତିଦାତା ଈଶ୍ବର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ।

Gade chapit la Kopi

ପବିତ୍ର ବାଇବଲ

23 ପରମେଶ୍ୱରଙ୍କଠାରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସେହି ଶାନ୍ତିର ପରମେଶ୍ୱର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରି ନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ୱ-ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର-ମନ୍ଦରହିତ ହୋଇ ସୁରକ୍ଷିତ ରହୁ।

Gade chapit la Kopi




୧ ଥେସଲନୀକୀୟ 5:23
37 Referans Kwoze  

ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,


କାରଣ ଈଶ୍ୱରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ ।


ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ ।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ ।


ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି, ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ,


ପିତା ଈଶ୍ୱରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ ।


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;


ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,


କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି;


କାରଣ ଈଶ୍ୱର ବିଶୃଙ୍ଖଳତାର ଈଶ୍ୱର ନୁହଁନ୍ତି, ମାତ୍ର ଶାନ୍ତିର ଈଶ୍ୱର ।


ସେହି ଭରସାର ଈଶ୍ୱର ତୁମ୍ଭମାନଙ୍କୁ ବିଶ୍ୱାସ ଦ୍ୱାରା ସମସ୍ତ ଆନନ୍ଦ ଓ ଶାନ୍ତିରେ ପରିପୂର୍ଣ୍ଣ କରନ୍ତୁ, ଯେପରି ତୁମ୍ଭେମାନେ ପବିତ୍ର ଆତ୍ମାଙ୍କ ଶକ୍ତିରେ ଭରସାର ପ୍ରଚୁରତା ଅନୁଭବ କର ।


ଏଥିରେ ମରୀୟମ କହିଲେ, ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି,


ଯେଉଁ ଶାନ୍ତିଦାତା ଈଶ୍ୱର ଅନନ୍ତକାଳସ୍ଥାୟୀ ନିୟମର ରକ୍ତ ହେତୁ ପ୍ରଧାନ ମେଷପାଳକ, ଅର୍ଥାତ୍‍, ଆମ୍ଭମାନଙ୍କର ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଫେରାଇ ଆଣିଲେ;


ଧୈର୍ଯ୍ୟ ଓ ସାନ୍ତ୍ୱନାଦାତା ଈଶ୍ୱର ତୁମ୍ଭମାନଙ୍କୁ ଖ୍ରୀଷ୍ଟ ଯୀଶୁଙ୍କ ଅନୁରୂପରେ ପରସ୍ପର ଏକମନା ହେବାକୁ ଦିଅନ୍ତୁ,


ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ । ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ ।


ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋ'ଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋ'ଠାରେ ଦେଖିଅଛ, ସେହି ସବୁ କର; ସେଥିରେ ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ।


ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।


ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ ।


ଆଉ, ସେମାନେ ସୁଦ୍ଧା ଯେପରି ସତ୍ୟ ଦ୍ୱାରା ପବିତ୍ରୀକୃତ ହୁଅନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ଆପଣାକୁ ପବିତ୍ର କରୁଅଛି ।


ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ୱରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି ।


କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଈଶ୍ୱରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,


କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ଆଉ ଶାନ୍ତିଦାତା ଈଶ୍ୱର ଶୟତାନକୁ ଶୀଘ୍ର ତୁମ୍ଭମାନଙ୍କ ପଦ ତଳେ ଦଳିପକାଇବେ । ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ ।


ଶାନ୍ତିଦାତା ଈଶ୍ୱର ତୁମ୍ଭ ସମସ୍ତଙ୍କ ସହିତ ଥାଆନ୍ତୁ । ଆମେନ୍‍ ।


ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ୱରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି ।


ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ।


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?


ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।”


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।


ଆମ୍ଭମାନଙ୍କ ଈଶ୍ୱର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;


ଯାହା ଉତ୍ତମ ତାହା ଧରି ରଖ; ସମସ୍ତ ପ୍ରକାର ମନ୍ଦତା ଠାରୁ ପୃଥକ୍ ହୋଇଥାଅ ।


ଆଉ, ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ, ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ ।


Swiv nou:

Piblisite


Piblisite