Biblia Todo Logo
Bib sou entènèt

- Piblisite -




୧ ଥେସଲନୀକୀୟ 5:9 - ଓଡିଆ ବାଇବେଲ

9 କାରଣ ଈଶ୍ୱର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କାରଣ ଈଶ୍ଵର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଈଶ୍ୱର ଆମ୍ଭମାନଙ୍କୁ ତାଙ୍କ କ୍ରୋଧର ପାତ୍ର ହେବାକୁ ମନୋନୀତ କରି ନାହାନ୍ତି; ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମଧ୍ୟବର୍ତ୍ତିତାରେ ଆମକୁ ପରିତ୍ରାଣ କରିବା ପାଇଁ ସ୍ଥିର କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କାରଣ ଈଶ୍ବର ଆମ୍ଭମାନଙ୍କୁ କ୍ରୋଧର ପାତ୍ର ହେବା ନିମନ୍ତେ ନିରୂପଣ ନ କରି ବରଂ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପରିତ୍ରାଣ ପ୍ରାପ୍ତ ହେବା ନିମନ୍ତେ ନିରୂପଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ଯେହେତୁ ପରମେଶ୍ୱର ଆମ୍ଭକୁ ତାହାଙ୍କ କ୍ରୋଧର ବିଷୟ ହେବା ପାଇଁ ବାଛି ନାହାନ୍ତି। ବରଂ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ୟମରେ ମୁକ୍ତି ପାଇବା ପାଇଁ ପରମେଶ୍ୱର ଆମ୍ଭକୁ ବାଛିଛନ୍ତି।

Gade chapit la Kopi




୧ ଥେସଲନୀକୀୟ 5:9
23 Referans Kwoze  

ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କୁ ରକ୍ଷା କରିବା ନିମନ୍ତେ ସେହି ଯୀଶୁଙ୍କୁ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ।


ପୂର୍ବରେ ତୁମ୍ଭେମାନେ ପ୍ରଜା ବାଚ୍ୟ ନ ଥିଲ, କିନ୍ତୁ ଏବେ ଈଶ୍ୱରଙ୍କ ପ୍ରଜା ହୋଇଅଛ, ପୂର୍ବରେ ତୁମ୍ଭେମାନେ ଦୟା ପାଇ ନ ଥିଲ, ମାତ୍ର ଏବେ ଦୟା ପ୍ରାପ୍ତ ହୋଇଅଛ ।


ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି ।


ଅଣଯିହୂଦୀମାନେ ଏହା ଶୁଣି ଆନନ୍ଦିତ ହେଲେ ଆଉ ଈଶ୍ୱରଙ୍କ ବାକ୍ୟର ଗୌରବ କରିବାକୁ ଲାଗିଲେ, ପୁଣି, ଯେତେ ଲୋକ ଅନନ୍ତ ଜୀବନ ନିମନ୍ତେ ନିରୂପିତ ହୋଇଥିଲେ, ସେମାନେ ବିଶ୍ୱାସ କଲେ,


ସଦାପ୍ରଭୁ ପ୍ରତ୍ୟେକ ବିଷୟକୁ ତହିଁର ନିଜ ଉଦ୍ଦେଶ୍ୟ ସାଧନ ନିମନ୍ତେ କରିଅଛନ୍ତି; ଦୁଷ୍ଟକୁ ମଧ୍ୟ ଦୁର୍ଦ୍ଦିନ ନିମନ୍ତେ।


ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥି ନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି ।


ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ । କାରଣ ଆମ୍ଭେମାନେ ଏଥି ନିମନ୍ତେ ନିରୁପିତ ବୋଲି ତୁମ୍ଭେମାନେ ତ ଜାଣ ।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି ।


ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।


ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।


ତେବେ କ'ଣ ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ;


ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ ।"


ଆଉ, ଗୀତସଂହିତାରେ ଲେଖା ଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ । ଏବଂ ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ ।


ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ୱରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ,


ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।


କାରଣ ମୋ’ ପାଇଁ ଯାହା ନିରୂପିତ, ତାହା ସେ ସଫଳ କରନ୍ତି ଓ ତାହାଙ୍କର ଏହି ପ୍ରକାର ଅନେକ କର୍ମ ଅଛି।


Swiv nou:

Piblisite


Piblisite