Biblia Todo Logo
Bib sou entènèt

- Piblisite -




୧ ତୀମଥି 1:3 - ଓଡିଆ ବାଇବେଲ

3 ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ମୁଁ ମାସିଦୋନିଆକୁ ଯିବାବେଳେ ତୁମକୁ କହିଥିବା ଅନୁଯାୟୀ ତୁମେ ଏଫିସୀରେ ଅବସ୍ଥାନ କର। ସେଠାରେ ଯେଉଁମାନେ ଭୁଲ ଶିକ୍ଷା ସବୁ ଦେଉଛନ୍ତି, ସେମାନଙ୍କୁ ସେଥିରୁ ନିବୃତ୍ତ ହେବା ପାଇଁ ଆଦେଶ ଦିଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି

Gade chapit la Kopi

ପବିତ୍ର ବାଇବଲ

3 ମୁଁ ଗ୍ଭହେଁ ଯେ ତୁମ୍ଭେ ଏଫିସଠାରେ ରୁହ। ମାକିଦନିଆ ଯିବା ବେଳେ ମୁଁ ତୁମ୍ଭକୁ ତାହା କରିବା ପାଇଁ ଅନୁରୋଧ କରି କହିଥିଲି। ଏଫିସଠାରେ କେତେ ଲୋକ ଭ୍ରାନ୍ତ ଶିକ୍ଷାଗୁଡ଼ିକ ଦେଉଛନ୍ତି। ଏଫିସଠାରେ ରହି ତୁମ୍ଭେ ସେମାନଙ୍କୁ ଭ୍ରାନ୍ତ ଶିକ୍ଷା ନ ଦେବା ପାଇଁ ଆଦେଶ ଦେଇ ପାରିବ।

Gade chapit la Kopi




୧ ତୀମଥି 1:3
24 Referans Kwoze  

କେହି ଯଦି ଭିନ୍ନ ଶିକ୍ଷା ଦେଇ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ହିତଜନକ ବାକ୍ୟ ଓ ଈଶ୍ୱରପରାୟଣତା ଅନୁଯାୟୀ ଶିକ୍ଷା ଗ୍ରହଣ ନ କରେ,


କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି । ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ ।


ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ ।


ଏହି ସମସ୍ତ ବିଷୟ ତୁମ୍ଭେ ଭାଇମାନଙ୍କୁ ଶିକ୍ଷା ଦେଲେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ସେବକ ହେବ, ପୁଣି, ତୁମ୍ଭେ ଯେଉଁ ବିଶ୍ୱାସ ଓ ଉତ୍ତମ ଶିକ୍ଷାର ଅନୁଗାମୀ ହୋଇ ଆସିଅଛ, ସେହି ବାକ୍ୟ ଦ୍ୱାରା ପରିପୃଷ୍ଟ ହେବ;


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ ।


କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


କାରଣ ଧନଲୋଭ ସମସ୍ତ ମନ୍ଦତାର ମୂଳ; କେହି କେହି ସେଥିରେ ଆସକ୍ତ ହୋଇ ବିଶ୍ୱାସ ତ୍ୟାଗ କରି ପଥଭ୍ରଷ୍ଟ ହୋଇଅଛନ୍ତି, ପୁଣି, ବହୁ ଦୁଃଖରେ ଆପଣା ଆପଣା ହୃଦୟରେ ଦୁଃଖ କରିଅଛନ୍ତି ।


ସେମାନେ ଯେପରି ଅନିନ୍ଦନୀୟ ହୁଅନ୍ତି, ଏଥିପାଇଁ ଏହି ସମସ୍ତ ମଧ୍ୟ ସେମାନଙ୍କୁ ଆଜ୍ଞା ଦିଅ ।


କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି ।


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ପରେ ସେମାନେ ଏଫିସକୁ ଆସିଲେ, ପୁଣି, ସେ ସେ ସ୍ଥାନରେ ସେମାନଙ୍କୁ ଛାଡ଼ି ନିଜେ ସମାଜଗୃହରେ ପ୍ରବେଶ କରି ଯିହୂଦୀମାନଙ୍କୁ ଉପଦେଶ ଦେଲେ ।


ମାତ୍ର ସେମାନଙ୍କଠାରୁ ବିଦାୟ ଘେନି କହିଲେ, ଈଶ୍ୱରଙ୍କ ଇଚ୍ଛା ହେଲେ ଆଉ ଥରେ ଆପଣମାନଙ୍କ ନିକଟକୁ ବାହୁଡ଼ି ଆସିବି; ପୁଣି, ସେ ଏଫିସରୁ ପ୍ରସ୍ଥାନ କଲେ ।


କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି ।


ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;


କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ ।


(ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ ।


Swiv nou:

Piblisite


Piblisite