Biblia Todo Logo
Bib sou entènèt

- Piblisite -




୧ ତୀମଥି 3:15 - ଓଡିଆ ବାଇବେଲ

15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ୱରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ୱରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମାତ୍ର ଯେବେ ମୋହର ବିଳମ୍ଵ ହୁଏ, ତେବେ ଈଶ୍ଵରଙ୍କ ଗୃହରେ, ଅର୍ଥାତ୍, ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ଵରୂପ ଜୀବିତ ଈଶ୍ଵରଙ୍କ ମଣ୍ତଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜ୍ଞାତ ହୁଅ, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 କିନ୍ତୁ ଯଦି ମୋର ଆସିବା ବିଳମ୍ବ ହେବ, ଜୀବନ୍ତ ଈଶ୍ୱରଙ୍କ ପରିବାର ସ୍ୱରୂପେ ଏହି ଉପାସକ ମଣ୍ଡଳୀରେ ଆମକୁ କିପରି ଆଚରଣ କରିବାକୁ ହେବ, ଏହି ପତ୍ରରୁ ତାହା ତୁମେ ଜାଣି ପାରିବ। ଏହି ମଣ୍ଡଳୀ ହିଁ ସନାତନ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଈଶ୍ବରଙ୍କ ଗୃହରେ, ଅର୍ଥାତ୍‍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଈଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।

Gade chapit la Kopi

ପବିତ୍ର ବାଇବଲ

15 କିନ୍ତୁ ମୁଁ ଏବେ ଏହି କଥାଗୁଡ଼ିକ ତୁମ୍ଭକୁ ଲେଖୁଛି। ଯଦି ମୁଁ ଶୀଘ୍ର ନ ଯାଏ, ତେବେ ମଧ୍ୟ ତୁମ୍ଭେମାନେ ଜାଣି ପାରିବ ଯେ ପରମେଶ୍ୱରଙ୍କ ପରିବାରରେ ଲୋକମାନେ କ’ଣ କ’ଣ କରିବା ଅବଶ୍ୟକ। ସେହି ପରିବାର ଜୀବିତ ପରମେଶ୍ୱରଙ୍କର ମଣ୍ଡଳୀ ଅଟେ। ପରମେଶ୍ୱରଙ୍କ ମଣ୍ଡଳୀ ସତ୍ୟର ଅବଲମ୍ବନ କରେ ଓ ମୂଳଦୁଆ ଅଟେ।

Gade chapit la Kopi




୧ ତୀମଥି 3:15
55 Referans Kwoze  

ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ ।


ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,


ସଦାପ୍ରଭୁ ଇସ୍ରାଏଲ ନିମନ୍ତେ ମୋଶାଙ୍କୁ ଯେଉଁ ଯେଉଁ ବିଧି ଓ ଶାସନ ଦେଇଅଛନ୍ତି, ସେହିସବୁ ଯଦି ତୁମ୍ଭେ ପାଳିବାକୁ ମନୋଯୋଗ କରିବ, ତେବେ ତୁମ୍ଭେ କୃତକାର୍ଯ୍ୟ ହେବ; ବଳବାନ ଓ ସାହସିକ ହୁଅ; ଭୀତ କି ନିରାଶ ନ ହୁଅ।


ତହିଁରେ ସଦାପ୍ରଭୁ ମୋ’ ବିଷୟରେ ଯାହା କହିଅଛନ୍ତି, ଯଥା, ଯଦି ତୁମ୍ଭ ସନ୍ତାନମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ଆମ୍ଭ ଛାମୁରେ ସତ୍ୟାଚରଣ କରିବାକୁ ଆପଣା ଆପଣା ପଥରେ ସାବଧାନ ହେବେ, ତେବେ ଇସ୍ରାଏଲର ସିଂହାସନରେ ବସିବାକୁ ତୁମ୍ଭ ବଂଶରେ ଲୋକର ଅଭାବ ନୋହିବ, ସେ ଆପଣାର ଏହି ବାକ୍ୟ ସଫଳ କରିବେ।”


ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି;


ସର୍ବପ୍ରଥମେ, ଈଶ୍ୱରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା ।


ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ୱରଙ୍କ ପୁତ୍ର ।


ସେତେବେଳେ ଦାଉଦ ଆପଣା ନିକଟରେ ଠିଆ ହୋଇଥିବା ଲୋକମାନଙ୍କୁ ପଚାରିଲେ, ଯେଉଁ ଜନ ଏହି ପଲେଷ୍ଟୀୟକୁ ବଧ କରି ଇସ୍ରାଏଲର ଅପମାନ ଦୂର କରିବ, ତାହା ପ୍ରତି କ’ଣ କରାଯିବ ? କାରଣ, ଏହି ଅସୁନ୍ନତ ପଲେଷ୍ଟୀୟ କିଏ ଯେ, ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିବ ?


"ପୁଣି, ଯେଉଁ ସ୍ଥାନରେ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ବୋଲି ସେମାନଙ୍କୁ କୁହାଯାଇଥିଲା, ସେହି ସ୍ଥାନରେ ସେମାନେ ଜୀବନ୍ତ ଈଶ୍ୱରଙ୍କ ପୁତ୍ରଗଣ ବୋଲି ଖ୍ୟାତ ହେବେ ।"


ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟ ନେଇ ମୁଁ ପ୍ରଥମ ଲୂକ ପୁସ୍ତକଟି ଲେଖିଅଛି ।


ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ ।


“ମୁଁ ସମଗ୍ର ମର୍ତ୍ତ୍ୟର ମାର୍ଗରେ ଯାଉଅଛି; ଏହେତୁ ତୁମ୍ଭେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର।


ଯିହୋଶୂୟ ଆହୁରି କହିଲେ, ଜୀବିତ ପରମେଶ୍ୱର ଯେ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ପୁଣି କିଣାନୀୟ ଓ ହିତ୍ତୀୟ ଓ ହିବ୍ବୀୟ ଓ ପରିଷୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ ଯିବୂଷୀୟ ଲୋକମାନଙ୍କୁ ଯେ ତୁମ୍ଭମାନଙ୍କ ସମ୍ମୁଖରୁ ନିତାନ୍ତ ତଡ଼ିଦେବେ, ତାହା ତୁମ୍ଭେମାନେ ଏହା ଦ୍ୱାରା ଜାଣି ପାରିବ।


ପୁଣି, ସେ ନୂନର ପୁତ୍ର ଯିହୋଶୂୟଙ୍କୁ ଆଜ୍ଞା ଦେଇ କହିଲେ, “ବଳବାନ ଓ ସାହସିକ ହୁଅ; କାରଣ ଆମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ତୁମ୍ଭେ ସେମାନଙ୍କୁ ନେଇ ଯିବ, ଆଉ ଆମ୍ଭେ ତୁମ୍ଭର ସଙ୍ଗୀ ହେବା।”


କାରଣ ଆମ୍ଭେମାନେ ଯେପରି ଜୀବିତ ପରମେଶ୍ୱରଙ୍କ ରବ ଅଗ୍ନି ମଧ୍ୟରୁ କହିବାର ଶୁଣି ବଞ୍ଚିଅଛୁ, ପ୍ରାଣୀମାନଙ୍କ ମଧ୍ୟରେ କିଏ ଏପରି ହୋଇଅଛି ?


ପୁଣି, ମୁଁ ଆଉ ଜଣେ ଦୂତଙ୍କୁ ପୂର୍ବଦିଗରୁ ଉଠି ଆସିବାର ଦେଖିଲି; ତାହାଙ୍କ ହସ୍ତରେ ଜୀବିତ ଈଶ୍ୱରଙ୍କର ମୁଦ୍ରା ଥିଲା । ପୃଥିବୀ ଓ ସମୁଦ୍ରର କ୍ଷତି କରିବା ନିମନ୍ତେ କ୍ଷମତା ପାଇଥିବା ସେହି ଚାରି ଦୂତଙ୍କୁ ସେ ଉଚ୍ଚସ୍ୱରରେ ଡାକି କହିଲେ,


କିନ୍ତୁ ତୁମ୍ଭେମାନେ ସିୟୋନ ପର୍ବତ ଓ ଜୀବନ୍ତ ଈଶ୍ୱରଙ୍କ ନଗର, ଅର୍ଥାତ୍‍, ସ୍ୱର୍ଗୀୟ ଯିରୂଶାଲମ, ଅସଂଖ୍ୟ ଦୂତବାହିନୀଙ୍କ ମହୋତ୍ସବ,


ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ ।


ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ । ଆମେନ୍ ।


ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ୱର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ୱାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି ।


ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।


ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,


ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ ।


ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।


ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ ।


ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଈଶ୍ୱରଙ୍କ ପ୍ରତି ଫେରନ୍ତି । ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;


ଆଉ, ଆପଣ ଯେ ଈଶ୍ୱରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ ।


କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।


ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।


ପୁଣି, “ସଦାପ୍ରଭୁଙ୍କର ପ୍ରତ୍ୟାଦେଶ” ବୋଲି ଆଉ ଉଚ୍ଚାରଣ କରିବ ନାହିଁ; କାରଣ ପ୍ରତ୍ୟେକ ମନୁଷ୍ୟର ନିଜ କଥା ତାହାର ପ୍ରତ୍ୟାଦେଶ ହେବ; ଯେହେତୁ ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କର ବାକ୍ୟସକଳ ବିପରୀତ କରିଅଛ।


କାରଣ ଦେଖ, ଆମ୍ଭେ ଆଜି ସମଗ୍ର ଦେଶ ବିରୁଦ୍ଧରେ, ଯିହୁଦାର ରାଜାଗଣ ବିରୁଦ୍ଧରେ, ତହିଁର ଅଧିପତିଗଣର ବିରୁଦ୍ଧରେ, ତହିଁର ଯାଜକମାନଙ୍କ ବିରୁଦ୍ଧରେ ଓ ଦେଶସ୍ଥ ଲୋକମାନଙ୍କ ବିରୁଦ୍ଧରେ, ତୁମ୍ଭକୁ ଏକ ଦୃଢ଼ ନଗର, ଲୌହସ୍ତମ୍ଭ ଓ ପିତ୍ତଳର ପ୍ରାଚୀର ସ୍ୱରୂପ କଲୁ।


ସଦାପ୍ରଭୁଙ୍କ ପ୍ରାଙ୍ଗଣ ନିମନ୍ତେ ମୋହର ପ୍ରାଣ ଲାଳସା କରେ, ମଧ୍ୟ ମୂର୍ଚ୍ଛିତ ହୁଏ; ମୋହର ହୃଦୟ ଓ ଶରୀର ଜୀବିତ ପରମେଶ୍ୱରଙ୍କ ନିମନ୍ତେ ଡକା ଛାଡ଼ଇ।


ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋ’ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି ?


ଆପଣଙ୍କ ଦାସ ସିଂହ ଓ ଭାଲୁ ଉଭୟ ବଧ କରିଅଛି; ପୁଣି, ଏହି ଅସୁନ୍ନତ ପଲେଷ୍ଟୀୟ ସେମାନଙ୍କର ଗୋଟିକ ପରି ହେବ, କାରଣ ସେ ଜୀବିତ ପରମେଶ୍ୱରଙ୍କ ସୈନ୍ୟଶ୍ରେଣୀକୁ ତୁଚ୍ଛ କରିଅଛି।


ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଈଶ୍ୱରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଈଶ୍ୱରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !


ଗୋଟିଏ ବଡ଼ ଘରେ (ଧନୀ) ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ ।


(କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ୱରଙ୍କ ମଣ୍ଡଳୀର ଦାୟିତ୍ୱ ନେବ ?)


ସତ୍ୟ ବାକ୍ୟରେ, ଈଶ୍ୱରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ରଦ୍ୱାରା,


ପୁଣି, ତୁମ୍ଭେମାନେ ଯେ ଆମ୍ଭମାନଙ୍କ ସେବାରେ ଲିଖିତ ଖ୍ରୀଷ୍ଟଙ୍କ ପତ୍ରସ୍ୱରୂପ, ଏହା ପ୍ରକାଶ ପାଉଅଛି; ତାହା କାଳିରେ ଲିଖିତ ନୁହେଁ, ମାତ୍ର ଜୀବନ୍ତ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ଲିଖିତ,ପ୍ରସ୍ତରଫଳକରେ ନୁହେଁ, ମାତ୍ର ମାଂସମୟ ହୃଦୟରୂପ ଫଳକରେ ।


ସେଥିରେ ପୀଲାତ ତାହାଙ୍କୁ ପଚାରିଲେ, ତାହାହେଲେ ତୁମ୍ଭେ କ'ଣ ଜଣେ ରାଜା ନୁହଁ ? ଯୀଶୁ ଉତ୍ତର ଦେଲେ, ଆପଣ ତ କହୁଅଛନ୍ତି, ମୁଁ ଜଣେ ରାଜା । ମୁଁ ଯେପରି ସତ୍ୟ ପକ୍ଷରେ ସାକ୍ଷ୍ୟ ଦିଏ, ଏଥି ନିମନ୍ତେ ମୁଁ ଜନ୍ମ ହୋଇଅଛି ଓ ଜଗତକୁ ଆସିଅଛି । ଯେ କେହି ସତ୍ୟର ସନ୍ତାନ, ସେ ମୋହର କଥା ଶୁଣେ ।


ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ତିରସ୍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।’”


ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ୱରଙ୍କ ମନ୍ଦିର, ଆଉ ଈଶ୍ୱରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;


ଯିହୂଦୀ ବା ଗ୍ରୀକ୍‍ ବା ଈଶ୍ୱରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


ମୁଁ ଶୀଘ୍ର ତୁମ୍ଭ ନିକଟକୁ ଯିବି ବୋଲି ଆଶା କରୁଅଛି;


ତଥାପି ଈଶ୍ୱରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ ।


ପୁଣି, ଈଶ୍ୱରଙ୍କ ମନ୍ଦିର ଉପରେ ନିଯୁକ୍ତ ଆମ୍ଭମାନଙ୍କର ଜଣେ ମହାଯାଜକ ଥିବାରୁ


କାରଣ ଈଶ୍ୱରଙ୍କ ଗୃହଠାରୁ ଆରମ୍ଭ କରି ବିଚାର କରିବା ସମୟ ଉପସ୍ଥିତ; ଆଉ ଯଦି ପ୍ରଥମରେ ଆମ୍ଭମାନଙ୍କଠାରୁ ଆରମ୍ଭ ହୁଏ, ତେବେ ଯେଉଁମାନେ ଈଶ୍ୱରଙ୍କ ସୁସମାଚାରର ଅନାଜ୍ଞାବହ, ସେମାନଙ୍କର ଶେଷ ଦଶା ଅବା କ'ଣ ନ ହେବ !


Swiv nou:

Piblisite


Piblisite