Biblia Todo Logo
Bib sou entènèt

- Piblisite -




୧ ତୀମଥି 3:16 - ଓଡିଆ ବାଇବେଲ

16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି । ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଈଶ୍ଵରପରାୟଣତାର ନିଗୂଢ଼ ତତ୍ତ୍ଵ ଯେ ମହତ୍, ଏହା ସମସ୍ତେ ସ୍ଵୀକାର କରନ୍ତି। ତାହା ଏହି, ସେ ଦେହବ; ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ଵାରା ଦେଖାଗଲେ,, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ଵାସପାତ୍ର ହେଲେଜ, ଗୌରବରେ ଗୃହୀତ ହେଲେ।।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଆମ ଧର୍ମବିଶ୍ୱାସର ଏହି ମହାରହସ୍ୟ କେହି ଅସ୍ୱୀକାର କରିପାରିବେ ନାହିଁ: ମାନବ ଦେହ ଧରି ସେ ଅବତୀର୍ଣ୍ଣ ହେଲେ, ସ୍ୱର୍ଗଦୂତମାନଙ୍କ ସାକ୍ଷାତରେ ପରମାତ୍ମାଙ୍କ ସମର୍ଥନ ଲାଭ କଲେ, ସମସ୍ତ ଜାତିମାନଙ୍କ ମଧ୍ୟରେ ତାଙ୍କ ବାର୍ତ୍ତା ପ୍ରଚାରିତ ହେଲା, ପୃଥିବୀର ସର୍ବତ୍ର ସେ ବିଶ୍ୱାସଭାଜନ ହୋଇ ସଗୌରବେ ସ୍ୱର୍ଗକୁ ଉତ୍ଥାପିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଈଶ୍ବରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ସେ ସ୍ୱର୍ଗକୁ ଉତ୍ଥିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

16 ଏଥିରେ ସନ୍ଦେହ ନାହିଁ ଯେ ଆମ୍ଭ ଧର୍ମର ମହାନ ଗୁପ୍ତ ସତ୍ୟ ଏହା ଯେ, ଖ୍ରୀଷ୍ଟ ମଣିଷ ଶରୀରରେ ଆମ୍ଭକୁ ଦେଖା ଦେଲେ; ପବିତ୍ରଆତ୍ମା ତାହାଙ୍କୁ ଧାର୍ମିକ ବୋଲି ପ୍ରମାଣିତ କଲେ ସ୍ୱର୍ଗଦୂତମାନଙ୍କ ଦ୍ୱାରା ସେ ଦେଖାଗଲେ; ତାହାଙ୍କ ବିଷୟରେ ଅଣଯିହୂଦୀମାନଙ୍କୁ ସୁସମାଗ୍ଭର ପ୍ରଗ୍ଭରିତ ହେଲା; ସଂସାରରେ ଲୋକେ ତାହାଙ୍କୁ ବିଶ୍ୱାସ କଲେ; ସେ ସ୍ୱର୍ଗକୁ ମହିମାମୟ ହୋଇ ନିଆଗଲେ।

Gade chapit la Kopi




୧ ତୀମଥି 3:16
81 Referans Kwoze  

ଆଉ, ସେହି ବାକ୍ୟ ଦେହବନ୍ତ ହେଲେ, ପୁଣି, ଅନୁଗ୍ରହ ଓ ସତ୍ୟରେ ପରିପୂର୍ଣ୍ଣ ହୋଇ ଆମ୍ଭମାନଙ୍କ ମଧ୍ୟରେ ବାସ କଲେ, ଆଉ ପିତାଙ୍କଠାରୁ ଆଗତ ଅଦ୍ୱିତୀୟ ପୁତ୍ରଙ୍କ ମହିମା ସଦୃଶ ଆମ୍ଭେମାନେ ତାହାଙ୍କ ମହିମା ଦେଖିଲୁ ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ ।


ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍‍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,


ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।


ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ ।


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି ।


ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ।


କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି ।


ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ସେହି ବାକ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଅଛି, ପୁଣି, ତାହା ଯେପରି ସମସ୍ତ ଜଗତରେ ଫଳବାନ ଓ ବର୍ଦ୍ଧିଷ୍ଣୁ ହୋଇ ଆସୁଅଛି, ତୁମ୍ଭେମାନେ ଯେଉଁ ଦିନ ତାହା ଶୁଣି ସତ୍ୟ ରୂପେ ଈଶ୍ୱରଙ୍କ ଅନୁଗ୍ରହର ବୋଧ ପାଇଲ, ସେହି ଦିନଠାରୁ ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ସେହିପରି ହୋଇ ଆସୁଅଛି ।


ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ ।


ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ ।


ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;


ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ ।


"ଦେଖ, ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ, ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ", ଏହି ନାମର ଅର୍ଥ "ଆମ୍ଭମାନଙ୍କ ସହିତ ଈଶ୍ୱର" ।


ଏହାପରେ ମୁଁ ଦୃଷ୍ଟିପାତ କଲି, ଆଉ ଦେଖ, ସର୍ବଜାତୀୟ, ସର୍ବଗୋଷ୍ଠୀୟ, ସର୍ବବଂଶୀୟ ଓ ସର୍ବଭାଷାବାଦୀ ଅଗଣ୍ୟ ଏକ ମହାଜନତା ଶୁକ୍ଳ ବସ୍ତ୍ର ପରିହିତ ହୋଇ ଓ ଖଜୁରିବାହୁଙ୍ଗା ହସ୍ତରେ ଧରି ସିଂହାସନ ଓ ମେଷଶାବକଙ୍କ ସମ୍ମୁଖରେ ଦଣ୍ଡାୟମାନ ହୋଇଅଛନ୍ତି;


ସେ ଜଗତର ପତ୍ତନ ପୂର୍ବରୁ ନିରୁପିତ ହୋଇ ତୁମ୍ଭମାନଙ୍କ ନିମନ୍ତେ ଶେଷକାଳରେ ପ୍ରକାଶିତ ହୋଇଅଛନ୍ତି;


ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ ।


ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,


ପୁର୍ବରୁ ସଙ୍କଳ୍ପ କରିଥିବା ଆପଣା ମଙ୍ଗଳମୟ ଇଚ୍ଛାନୁସାରେ ସେ ଆମ୍ଭମାନଙ୍କୁ ଆପଣା ଇଚ୍ଛାର ନିଗୂଢ଼ତତ୍ତ୍ୱ ଜ୍ଞାତ କରାଇଅଛନ୍ତି,


କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,


ପ୍ରଥମ ମନୁଷ୍ୟ ପାର୍ଥିବ, ମୃତ୍ତିକାରେ ନିର୍ମିତ, ଦ୍ୱିତୀୟ ମନୁଷ୍ୟ ସ୍ୱର୍ଗରୁ ଆଗତ ।


ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଈଶ୍ୱରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ ।


କିନ୍ତୁ ମୁଁ କହେ, ସେମାନେ କି ଶୁଣି ନାହାଁନ୍ତି ? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା ।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ ।


(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),


ପିତୃପୁରୁଷମାନେ ସେମାନଙ୍କର, ଆଉ ଶାରୀରିକଭାବେ ସେମାନଙ୍କ ମଧ୍ୟରୁ ଖ୍ରୀଷ୍ଟ ଉତ୍ପନ୍ନ; ସେହି ସର୍ବାଧିପତି ଈଶ୍ୱର ଯୁଗେ ଯୁଗେ ଧନ୍ୟ, ଆମେନ୍‍ ।


ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।


ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି ।


ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଈଶ୍ୱରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଈଶ୍ୱରଙ୍କ ନିକଟକୁ ଯାଉଅଛନ୍ତି,


ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ ।


ସେଥିରେ ଦୂତ ମୋତେ କହିଲେ, କାହିଁକି ଆଶ୍ଚର୍ଯ୍ୟାନ୍ୱିତ ହେଲ ? ମୁଁ ତୁମ୍ଭକୁ ସେହି ସ୍ତ୍ରୀଲୋକର ଓ ତାହାର ବାହନ ସପ୍ତ ମସ୍ତକ ଓ ଦଶ ଶିଙ୍ଗ ବିଶିଷ୍ଟ ଯେଉଁ ପଶୁ, ତାହାର ନିଗୁଢ଼ତତ୍ତ୍ୱ ବୁଝାଇଦେବି ।


ତାହାର କପାଳରେ ଏହି ନିଗୂଢ଼ ଭାବଯୁକ୍ତ ନାମ ଲିଖିତ ଥିଲା, ମହାନଗରୀ ବାବିଲ୍, ବେଶ୍ୟାମାନଙ୍କର ଓ ପୃଥିବୀର ସମସ୍ତ ଘୃଣ୍ୟ ବିଷୟର ମାତା ।


ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;


କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ ।


ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍ ପ୍ରଭୁଙ୍କ ପାଖରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ ।


ଆଉ, ଏହା ଯିରୂୂଶାଲମରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ 'ହକଲ୍‌ଦମା', ଅର୍ଥାତ୍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା ।


ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର ।


ପିତାଙ୍କ ନିକଟରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁ ସାହାଯ୍ୟକାରୀଙ୍କୁ ପ୍ରେରଣ କରିବି, ପିତାଙ୍କଠାରୁ ବର୍ହିଗତ ସେହି ସତ୍ୟମୟ ଆତ୍ମା ଆସିଲେ ମୋ' ବିଷୟରେ ସାକ୍ଷ୍ୟ ଦେବେ;


ତାହାହେଲେ ମନୁଷ୍ୟପୁତ୍ର ପୂର୍ବରେ ଯେଉଁ ସ୍ଥାନରେ ଥିଲେ, ସେ ସ୍ଥାନକୁ ଯେବେ ତାହାଙ୍କୁ ଆରୋହଣ କରିବା ଦେଖିବ, ତେବେ କ'ଣ ?


ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ, ପୁଣି, ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ ।


ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ ।


ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି, ଦୂତମାନେ ତାହାଙ୍କ ସେବା କରୁଥିଲେ ।


ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ ।


ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ ।


ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା, ଆଉ ଦେଖ, ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ ।


ମାତ୍ର ହେ ବେଥଲିହିମ-ଇଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।


ଯେଣୁ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।


କାରଣ ଯିହୂଦୀ ଓ ଗ୍ରୀକ୍‍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ ।


ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ୱର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖା ଅଛି, "ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ ।''


ମାତ୍ର ଏବେ ପ୍ରକାଶିତ ହୋଇଅଛି, ପୁଣି, ବିଶ୍ୱାସ କରି ଆଜ୍ଞାବହ ହେବା ନିମନ୍ତେ ଅନାଦି ଈଶ୍ୱରଙ୍କ ଆଜ୍ଞାନୁସାରେ ଭାବବାଦୀମାନଙ୍କ ଶାସ୍ତ୍ର ସାହାଯ୍ୟରେ ସମସ୍ତ ଜାତୀୟ ଲୋକଙ୍କ ନିକଟରେ ଜ୍ଞାତ କରାଯାଇଅଛି, ସେହି ନିଗୂଢ଼ତତ୍ତ୍ୱର ପ୍ରକାଶ ଅନୁସାରେ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ ସକ୍ଷମ ଅଟନ୍ତି,


କାରଣ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋ' ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାଁନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି ।


ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି ।


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ ।


ଅତଏବ ଦାଉଦ ଯୀଶୁଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ଯୀଶୁ କିପ୍ରକାରେ ଦାଉଦର ସନ୍ତାନ ?


Swiv nou:

Piblisite


Piblisite