Biblia Todo Logo
Bib sou entènèt

- Piblisite -




୧ ତୀମଥି 3:8 - ଓଡିଆ ବାଇବେଲ

8 ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସେହି ପ୍ରକାରେ ସେବକମାନଙ୍କର, ଶୁଦ୍ଧ ବିବେକରେ ବିଶ୍ଵାସର ନିଗୂଢ଼ ତତ୍ତ୍ଵ ଅବଲମ୍ଵନ କରି ଗମ୍ଭୀର, ଛଳନାବାକ୍ୟରହିତ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ମଣ୍ଡଳୀର ଦୀକନମାନେ ମଧ୍ୟ ସଚରିତ୍ର ଓ କର୍ତ୍ତବ୍ୟପରାୟଣ ହେବା ଆବଶ୍ୟକ। ସେମାନେ ମଦ୍ୟପ ବା ଧନଭୋଲୀ ହୋଇ ନ ଥିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,

Gade chapit la Kopi

ପବିତ୍ର ବାଇବଲ

8 ସେହିପରି ମଣ୍ଡଳୀରେ ନିଯୁକ୍ତି ପାଇଥିବା ସ୍ୱତନ୍ତ୍ର ସେବକଗଣ ଏଭଳି ଲୋକ ହୋଇଥିବା କଥା, ଯେଉଁମାନଙ୍କୁ ଲୋକେ ସମ୍ମାନ କରୁଥିବେ। ସେମାନେ ଯାହା କହନ୍ତି, ତାହା ବିଶ୍ୱାସ ଯୋଗ୍ୟ ହେବା ଉଚିତ୍। ଅଧିକ ଦ୍ରାକ୍ଷାରସ ପିଇବାରେ ନିଜ ସମୟ କାଟିବା ଉଚିତ୍ ନୁହେଁ। ସବୁବେଳେ ଅନ୍ୟମାନଙ୍କୁ ଠକି ଧନୀ ହେବାକୁ ଚେଷ୍ଟା କରୁଥିବା ଲୋକମାନଙ୍କ ପରି ସେମାନେ ହୋଇ ନ ଥିବେ।

Gade chapit la Kopi




୧ ତୀମଥି 3:8
17 Referans Kwoze  

ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ;


ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;


ଆଉ କେବଳ ଜଳ ପାନ ନ କରି ତୁମ୍ଭର ପେଟ ରୋଗ ଓ ବାରମ୍ବାର ଅସୁସ୍ଥତା ସକାଶେ ଅଳ୍ପ ଦ୍ରାକ୍ଷାରସ ପାନ କର ।


ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


“ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;


ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ । ହେ ମୋହର ଭାଇମାନେ, ଏପରି ହେବା ଉଚିତ୍ ନୁହେଁ ।


କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,


ସେବକମାନେ ଏକ ଏକ ସ୍ତ୍ରୀର ସ୍ୱାମୀ ହେଉନ୍ତୁ, ପୁଣି, ନିଜ ନିଜ ସନ୍ତାନମାନଙ୍କୁ ଓ ପରିବାରକୁ ଉତ୍ତମ ରୂପେ ଶାସନ କରନ୍ତୁ ।


ଭିତର ପ୍ରାଙ୍ଗଣରେ ପ୍ରବେଶ କରିବା ସମୟରେ କୌଣସି ଯାଜକ ଦ୍ରାକ୍ଷାରସ ପାନ କରିବେ ନାହିଁ।


ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।


ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।


କାରଣ ସେମାନଙ୍କ ମୁଖରେ କିଛି ବିଶ୍ୱସ୍ତତା ନାହିଁ; ସେମାନଙ୍କ ଅନ୍ତଃକରଣ ଦୁଷ୍ଟତାମୟ; ସେମାନଙ୍କ ଗଳାର ନଳୀ ଅନାବୃତ କବର ସ୍ୱରୂପ; ସେମାନେ ଜିହ୍ୱାରେ ଚାଟୁବାଦ କରନ୍ତି।


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ୱରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,


ତୁମ୍ଭେ ମନ୍ଦ ବିଷୟରେ ଆପଣା ମୁଖ ବଢ଼ାଉଅଛ ଓ ତୁମ୍ଭର ଜିହ୍ୱା ପ୍ରବଞ୍ଚନା କଳ୍ପନା କରେ।


ଅତଏବ, ଅଧ୍ୟକ୍ଷଙ୍କର ନିନ୍ଦନୀୟ ନ ହେବା ଆବଶ୍ୟକ, ସେ ଅବଶ୍ୟ ଏକ ସ୍ତ୍ରୀର ସ୍ୱାମୀ, ଆତ୍ମସଞ୍ଜମ, ଉତ୍ତମ ବୁଦ୍ଧି, ସଦାଚାରୀ, ଆତିଥ୍ୟପ୍ରିୟ ଓ ଶିକ୍ଷାଦାନରେ ନିପୁଣ ହେବେ,


Swiv nou:

Piblisite


Piblisite