Biblia Todo Logo
Bib sou entènèt

- Piblisite -




୧ ତୀମଥି 4:12 - ଓଡିଆ ବାଇବେଲ

12 ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ୱାସୀମାନଙ୍କର ଉଦାହରଣସ୍ୱରୂପ ହୁଅ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭର ଯୌବନାବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ଵାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଆଦର୍ଶ ସ୍ଵରୂପ ହୁଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତୁମେ ନିଜର କଥାବାର୍ତ୍ତା, ଆଚରଣ, ପ୍ରେମ, ବିଶ୍ୱାସ ଓ ଚରିତ୍ରର ନିର୍ମଳତାରେ ଆଦର୍ଶ ଦେଖାଇ ପାରିଲେ, ଅଳ୍ପ ବୟସ୍କ ହୋଇଥିଲେ ସୁଦ୍ଧା ତୁମକୁ ମଣ୍ଡଳୀରେ କେହି ଅବଜ୍ଞା କରିପାରିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭର ଯୌବନ ଅବସ୍ଥା ସକାଶେ କେହି ତୁମ୍ଭକୁ ତୁଚ୍ଛ ନ କରୁ, କିନ୍ତୁ ବାକ୍ୟରେ, ଆଚରଣରେ, ପ୍ରେମରେ, ବିଶ୍ୱାସରେ ଓ ପବିତ୍ରତାରେ ବିଶ୍ଵାସୀମାନଙ୍କର ଉଦାହରଣସ୍ୱରୂପ ହୁଅ।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେ ଯୁବକ, କିନ୍ତୁ କେହି ତୁମ୍ଭକୁ ଯେପରି ତୁଚ୍ଛ ବୋଲି ଭାବି ତୁମ୍ଭ ସହିତ କୁବ୍ୟବହାର ନ କରେ। ବିଶ୍ୱାସୀମାନଙ୍କ ପାଇଁ, ସେମାନେ କିପରି ରହିବା କଥା ତାହା ଦେଖାଇବାକୁ ତୁମ୍ଭେ ଆଦର୍ଶବାନ ହୁଅ। ତୁମ୍ଭର କଥା ଓ ଜୀବନ ପ୍ରଣାଳୀ ପ୍ରେମ, ବିଶ୍ୱାସ, ପବିତ୍ର ଜୀବନ ଦ୍ୱାରା ତୁମ୍ଭେ ସେମାନଙ୍କୁ ତାହା ଦେଖାଇ ଦିଅ।

Gade chapit la Kopi




୧ ତୀମଥି 4:12
19 Referans Kwoze  

ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର,


କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ ।


ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର ।


ପୁଣି, ଯେଉଁମାନଙ୍କର ଦାୟିତ୍ୱଭାର ତୁମ୍ଭମାନଙ୍କ ହସ୍ତରେ ସମର୍ପିତ ଅଛି, ସେମାନଙ୍କ ଉପରେ କର୍ତ୍ତାପଣ ନ କରି ପଲର ଆଦର୍ଶ ସ୍ୱରୂପ ହୋଇ ତାହା କର ।


ମୁଁ ଯେପରି ଖ୍ରୀଷ୍ଟଙ୍କ ଅନୁକାରୀ, ତୁମ୍ଭେମାନେ ମଧ୍ୟ ସେହିପରି ମୋହର ଅନୁକାରୀ ହୁଅ।


ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ,


ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।


ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି ।


ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ ।


ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ? ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ ।


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର ।


ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ୱର ମଧ୍ୟ ସାକ୍ଷୀ ।


ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା ।


ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”


Swiv nou:

Piblisite


Piblisite