Biblia Todo Logo
Bib sou entènèt

- Piblisite -




୧ ତୀମଥି 4:14 - ଓଡିଆ ବାଇବେଲ

14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ଵାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦତ୍ତ ହୋଇଅଛି, ତାହା ଅବହେଳା ନ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

14 ମଣ୍ଡଳୀର ବୟୋଜ୍ୟେଷ୍ଠ ନେତାମାନେ ତୁମକୁ ଈଶ୍ୱରଙ୍କ ବାଣୀ ଶୁଣାଇ ତୁମ ଉପରେ ହସ୍ତାର୍ପଣ କରିବା ବେଳେ ତୁମେ ଯେଉଁ ଆଧ୍ୟାତ୍ମିକ ଶକ୍ତି ଲାଭ କରିଥିଲ, ତାହାକୁ ଅବହେଳା କର ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର।

Gade chapit la Kopi

ପବିତ୍ର ବାଇବଲ

14 ତୁମ୍ଭ ଭିତରେ ଯେଉଁ ଅନୁଗ୍ରହ ଦାନଟି ଅଛି, ତାହାକୁ ବ୍ୟବହାର କରିବାରେ ଅବହେଳା କର ନାହିଁ। ଭବିଷ୍ୟ‌‌ଦ୍‌‌‌‌ବାଣୀ ମାଧ୍ୟମରେ ଯେତେବେଳେ ପ୍ରାଚୀନମାନଙ୍କର ଦଳ ତୁମ୍ଭ ଉପରେ ହାତ ରଖିଲେ, ସେତେବେଳେ ସେହି ଅନୁଗ୍ରହ ଦାନ ତୁମ୍ଭକୁ ଦିଆ ଯାଇଥିଲା।

Gade chapit la Kopi




୧ ତୀମଥି 4:14
18 Referans Kwoze  

ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ୱରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ଜ୍ୱଳିତ କର ।


ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;


ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ ।


ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ ।


ଆତ୍ମାଙ୍କୁ ନିର୍ବାଣ ନ କର;


ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ ।


ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ ।


ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।


ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ ।


ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।


ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ ।


ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ ।


ଦୁଇ ବା ତିନି ଜଣ ସାକ୍ଷୀଙ୍କ ବିନା କୌଣସି ପ୍ରାଚୀନଙ୍କ ବିରୁଦ୍ଧରେ ଅଭିଯୋଗ ଗ୍ରହଣ କର ନାହିଁ ।


ବିଶ୍ୱାସର ଉତ୍ତମ ଯୁଦ୍ଧରେ ପ୍ରାଣପଣ କର, ଅନନ୍ତ ଜୀବନ ଧରି ରଖ; ସେଥିପାଇଁ ତ ତୁମ୍ଭେ ଆହୁତ ହୋଇଅଛ ଓ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଉତ୍ତମ ସାକ୍ଷ୍ୟ ଦେଇଅଛ ।


Swiv nou:

Piblisite


Piblisite