Biblia Todo Logo
Bib sou entènèt

- Piblisite -




୧ ତୀମଥି 4:2 - ଓଡିଆ ବାଇବେଲ

2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଭ୍ରାନ୍ତିଜନକ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ଵାସ ପରିତ୍ୟାଗ କରିବେ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କେତେକ ଶଠ ମିଥ୍ୟାବାଦୀ ଏ ଭଳି ଶିକ୍ଷା ଦେବାରେ ଲାଗିଛନ୍ତି - ସେମାନଙ୍କ ବିବେକ ପୋଡ଼ି ଭସ୍ମ ହୋଇଯାଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପ୍ରତାରଣାପୂର୍ଣ୍ଣ ଆତ୍ମାମାନଙ୍କ ପ୍ରତି ଓ ଭୂତମାନଙ୍କ ଶିକ୍ଷା ପ୍ରତି ମନୋଯୋଗ କରି ବିଶ୍ୱାସ ପରିତ୍ୟାଗ କରିବେ;

Gade chapit la Kopi

ପବିତ୍ର ବାଇବଲ

2 ପ୍ରବଞ୍ଚକ ଆତ୍ମାମାନଙ୍କର ଶିକ୍ଷାଗୁଡ଼ିକୁ ପାଳନ କରିବେ। ସେହି ଶିକ୍ଷାଗୁଡ଼ିକ ପ୍ରତାରକ ଓ ମିଥ୍ୟାବାଦୀ ଲୋକମାନଙ୍କ ଦ୍ୱାରା ଆସେ। ସେମାନେ କ’ଣ ଭଲ ଓ କ’ଣ ମନ୍ଦ, ତାହା ଜାଣି ପାରନ୍ତି ନାହିଁ। ତାହାଙ୍କର ବୋଧ ଶକ୍ତି ନଷ୍ଟ ହୋଇଯାଇଥାଏ।

Gade chapit la Kopi




୧ ତୀମଥି 4:2
18 Referans Kwoze  

ସେମାନେ ଜଡବତ୍ ହୋଇ ଧନଲୋଭରେ ଆସକ୍ତ ହେବା ସଙ୍ଗେ ସଙ୍ଗେ ସର୍ବପ୍ରକାର ଅଶୁଚି କର୍ମ କରିବା ନିମନ୍ତେ ଆପଣା ଆପଣାକୁ କାମୁକତାରେ ସମର୍ପଣ କରିଅଛନ୍ତି ।


କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।


ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ ।


ଏମାନେ ଆଶ୍ଚର୍ଯ୍ୟକର୍ମକାରୀ ଭୂତାତ୍ମା ହୋଇ ସର୍ବଶକ୍ତିମାନ ଈଶ୍ୱରଙ୍କ ମହାଦିନର ଯୁଦ୍ଧ ନିମନ୍ତେ ସମସ୍ତ ଜଗତର ରାଜାମାନଙ୍କୁ ଏକତ୍ର କରିବା ପାଇଁ ସେମାନଙ୍କ ନିକଟକୁ ବାହାରିଯାଆନ୍ତି ।


ସେମାନେ ଭକ୍ତିର ବେଶ ଧରନ୍ତି, କିନ୍ତୁ ସେଥିର ଶକ୍ତିକୁ ଅସ୍ୱୀକାର କରନ୍ତି; ଏପରି ଲୋକମାନଙ୍କଠାରୁ ଅନ୍ତର ହୁଅ ।


ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ସଦାପ୍ରଭୁ କହନ୍ତି, “ଦେଖ,ଯେଉଁମାନେ ମିଥ୍ୟା ସ୍ୱପ୍ନର ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ତାହା ଜଣାଇ, ଆପଣାମାନଙ୍କର ମିଥ୍ୟା କଥା ଓ ଅସାର ଦାମ୍ଭିକତା ଦ୍ୱାରା ଆମ୍ଭ ଲୋକମାନଙ୍କୁ ଭ୍ରାନ୍ତ କରାନ୍ତି, ଆମ୍ଭେ ସେମାନଙ୍କର ବିପକ୍ଷ ଅଟୁ;” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କୁ ପଠାଇ ନାହୁଁ, କିଅବା ସେମାନଙ୍କୁ ଆଜ୍ଞା ଦେଇ ନାହୁଁ; ଅଥଚ ସେମାନେ ଏହି ଲୋକମାନଙ୍କର କିଛିମାତ୍ର ଉପକାର କରି ପାରିବେ ନାହିଁ।


ତହୁଁ ସଦାପ୍ରଭୁ ତାହାକୁ କହିଲେ, “କାହିଁରେ ?” ସେ କହିଲା, “ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି।” ତେବେ ସେ କହିଲେ, “ତୁମ୍ଭେ ତାହାକୁ ଫୁସଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।


ଏଥିରେ ସେ ତାହାକୁ କହିଲା, “ମୁଁ ମଧ୍ୟ ତୁମ୍ଭ ପରି ଜଣେ ଭବିଷ୍ୟଦ୍‍ବକ୍ତା; ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଏକ ଦୂତ ମୋତେ ଏହି କଥା କହିଲେ, ଯେପରି ସେ ଅନ୍ନ ଭୋଜନ ଓ ଜଳ ପାନ କରିବ, ଏଥିପାଇଁ ତୁମ୍ଭେ ତାହାକୁ ଫେରାଇ ଆପଣା ସଙ୍ଗେ ଗୃହକୁ ଆଣ।” ମାତ୍ର ସେ ତାହାକୁ ମିଥ୍ୟା କହିଲା।


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


ହେ ଅଜ୍ଞାନ ଓ ବୁଦ୍ଧିହୀନ ଲୋକେ, ଚକ୍ଷୁ ଥାଉ ଥାଉ ଦେଖୁ ନାହଁ; କର୍ଣ୍ଣ ଥାଉ ଥାଉ ଶୁଣୁ ନାହଁ ଯେ ତୁମ୍ଭେମାନେ, ତୁମ୍ଭେମାନେ ଏବେ ଏହି କଥା ଶୁଣ;


ପ୍ରାଚୀନ ଓ ସମ୍ଭ୍ରାନ୍ତ ଲୋକ ସେହି ମସ୍ତକ, ପୁଣି, ମିଥ୍ୟା ଶିକ୍ଷାଦାୟୀ ଭବିଷ୍ୟଦ୍‍ବକ୍ତା ଲାଙ୍ଗୁଳ,


ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ଅର୍ଥାତ୍‍, ଯେଉଁମାନେ ନିଜ ଅନ୍ତଃକରଣର କପଟତାର ଭବିଷ୍ୟଦ୍‍ବକ୍ତା ଅଟନ୍ତି, ସେମାନଙ୍କ ଅନ୍ତଃକରଣରେ ଏହା କେତେ କାଳ ଥିବ ?


Swiv nou:

Piblisite


Piblisite