Biblia Todo Logo
Bib sou entènèt

- Piblisite -




୧ ତୀମଥି 6:15 - ଓଡିଆ ବାଇବେଲ

15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଯେ ପରମଧନ୍ୟ ଏକମାତ୍ର ସମ୍ରାଟ୍, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

15 ତାଙ୍କ ପୁନରାଗମନର ଉପଯୁକ୍ତ ସମୟ ନିର୍ଣ୍ଣୟ କରିବେ ସ୍ୱୟଂ ଈଶ୍ୱର - ପରମଧନ୍ୟ, ରାଜାଧିରାଜ, ପ୍ରଭୁମାନଙ୍କର ପ୍ରଭୁ, ଅଦ୍ୱିତୀୟ ଅଧିପତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,

Gade chapit la Kopi

ପବିତ୍ର ବାଇବଲ

15 ପରମେଶ୍ୱର ଉପଯୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ୱର ଏକମାତ୍ର ପରମଧନ୍ୟ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।

Gade chapit la Kopi




୧ ତୀମଥି 6:15
16 Referans Kwoze  

ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ ।


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ । ଆମେନ୍ ।


ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।


କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।


ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଈଶ୍ୱରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ ।


ରାଜା ସୈନ୍ୟାଧିପତି ସଦାପ୍ରଭୁ ଯାହାଙ୍କ ନାମ, ସେ ଏହି କଥା କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ପର୍ବତଗଣ ମଧ୍ୟରେ ତାବୋରର ସଦୃଶ କିଅବା ସମୁଦ୍ର ନିକଟସ୍ଥ କର୍ମିଲର ସଦୃଶ ସେ ନିଶ୍ଚୟ ଆସିବ।


ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।


ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ’ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


ମୋ’ ଦ୍ୱାରା ରାଜାମାନେ ରାଜତ୍ୱ କରନ୍ତି ଓ ଭୂପତିମାନେ ଯଥାର୍ଥ ବିଚାର କରନ୍ତି।


ସେ ସମସ୍ତଙ୍କ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣାକୁ ଦାନ କରି ଠିକ୍ ସମୟରେ ସେଥିର ସାକ୍ଷ୍ୟ ଦେଇଅଛନ୍ତି ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]


“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,


କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ୍, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ।


ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।


Swiv nou:

Piblisite


Piblisite