Biblia Todo Logo
Bib sou entènèt

- Piblisite -




୧ ତୀମଥି 6:2 - ଓଡିଆ ବାଇବେଲ

2 ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର । ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ଵାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜ୍ଞାନ କରି ତୁଚ୍ଛ ନ କରନ୍ତୁ ବରଂ ଅଧିକ ଯନି ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ଵାରା ଉପକାର ପାଆନ୍ତି, ସେମାନେ ବିଶ୍ଵାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଯେଉଁମାନଙ୍କ କର୍ତ୍ତମାନେ ମଧ୍ୟ ଖ୍ରୀଷ୍ଟବିଶ୍ୱାସୀ, ସେମାନେ କର୍ତ୍ତାମାନଙ୍କୁ “ଭାଇ” ମନେ କରି ସେମାନଙ୍କୁ ଯଥୋଚିତ ସମ୍ମାନ ଦେବାରେ ଅବହେଳା କରନ୍ତୁ ନାହିଁ। ବରଂ ଅଧିକ ନିଷ୍ଠାପର ଭାବରେ ସେମାନଙ୍କ ସେବା କରନ୍ତୁ, କାରଣ ସେମାନେ ମଧ୍ୟ ଖ୍ରୀଷ୍ଟବିଶ୍ୱାସୀ ଏବଂ ଅଧିକ ଶ୍ରଦ୍ଧାର ପାତ୍ର। ଏହି ସମସ୍ତ ବିଷୟ ତୁମେ ଶିକ୍ଷା ଦେଇ ପ୍ରଚାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ଯେଉଁମାନଙ୍କର କର୍ତ୍ତାମାନେ ବିଶ୍ୱାସୀ, ସେମାନେ ସେମାନଙ୍କୁ ଭାଇ ବୋଲି ଜାଣି ତୁଚ୍ଛ ନ କରନ୍ତୁ, ବରଂ ଅଧିକ ଯତ୍ନ ସହକାରେ ସେମାନଙ୍କର ସେବା କରନ୍ତୁ, କାରଣ ଯେଉଁମାନେ ସେବା ଦ୍ୱାରା ଉପକାର ପାଆନ୍ତି, ସେମାନେ ବିଶ୍ୱାସୀ ଓ ପ୍ରିୟପାତ୍ର। ଏହି ସମସ୍ତ ବିଷୟ ଶିକ୍ଷା ଓ ଉପଦେଶ ଦିଅ।

Gade chapit la Kopi

ପବିତ୍ର ବାଇବଲ

2 କେତେକ କ୍ରୀତଦାସମାନଙ୍କ ମାଲିକମାନେ ବିଶ୍ୱାସୀ ଅଟନ୍ତି। ଅତଏବ ସେହି ଦାସମାନେ ସେହି ମାଲିକମାନଙ୍କୁ ଭାଇ ବୋଲି ଭାବି ସେମାନଙ୍କୁ କମ୍ ସମ୍ମାନ ଦେଖାଇବା ଉଚିତ୍ ନୁହେଁ। ଏପରିକି ସେହି ଦାସମାନେ ନିଜ ମାଲିକମାନଙ୍କର ଅଧିକ ଭଲରେସେବା କରିବା ଉଚିତ୍। କାରଣ ସେହିପରି କରିବା ଦ୍ୱାରା ସେମାନେ ଭଲ ପାଉଥିବା ବିଶ୍ୱାସୀ ଲୋକମାନଙ୍କୁ ସାହାଯ୍ୟ କରୁଛନ୍ତି।

Gade chapit la Kopi




୧ ତୀମଥି 6:2
31 Referans Kwoze  

ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର ।


ତୁମ୍ଭେ ଏହି ସମସ୍ତ ବିଷୟ ଆଜ୍ଞା ଦେଇ ଶିକ୍ଷା ଦିଅ ।


ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ପ୍ରଭୁତ୍ୱ ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି ।


ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,


ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।


ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର;


ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା । ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ ।


ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର । କେହି ତୁମ୍ଭକୁ ତୁଚ୍ଛ ନ କରୁ ।


କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ ।


ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,


ହେ ଭାଇମାନେ, ତୁମ୍ଭମାନଙ୍କ ନିମନ୍ତେ ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେବା ଆମ୍ଭମାନଙ୍କ କର୍ତ୍ତବ୍ୟ, ଆଉ ତାହା ଉପଯୁକ୍ତ, କାରଣ ତୁମ୍ଭମାନଙ୍କ ବିଶ୍ୱାସ ଅତିଶୟ ବୃଦ୍ଧି ପାଉଅଛି, ପୁଣି, ପରସ୍ପର ପ୍ରତି ତୁମ୍ଭ ସମସ୍ତଙ୍କ ପ୍ରତ୍ୟେକର ପ୍ରେମ ବଢ଼ୁଅଛି,


ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;


ତୀମଥି କଲସୀରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ; ଆମ୍ଭମାନଙ୍କ ପିତା ଈଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,


ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ |


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।


କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହି ସବୁ ମଧ୍ୟରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ,


କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି ।


ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ ।


କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ ।


କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ । ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ ।


ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।


ଆଉ ସେମାନେ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହୋଇ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଉପରେ ବହୁତ ନେଲଣି, ସମସ୍ତ ମଣ୍ଡଳୀର ପ୍ରତ୍ୟେକ ଜଣ ତ ପବିତ୍ର, ପୁଣି, ସଦାପ୍ରଭୁ ସେମାନଙ୍କ ମଧ୍ୟରେ ଅଛନ୍ତି, ତେବେ କାହିଁକି ତୁମ୍ଭେମାନେ ସଦାପ୍ରଭୁଙ୍କ ସମାଜ ଉପରେ ଆପଣାମାନଙ୍କୁ ଉନ୍ନତ କରୁଅଛ?”


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


Swiv nou:

Piblisite


Piblisite