Biblia Todo Logo
Bib sou entènèt

- Piblisite -




୧ ତୀମଥି 6:4 - ଓଡିଆ ବାଇବେଲ

4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ,ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି ବାଦାନୁବାଦ ଓ ବାଗ୍ଯୁଦ୍ଧରେ ମତ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, କୁତ୍ସିତ ସନ୍ଦେହ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ସେମାନେ କେବଳ ଗର୍ବରେ ସ୍ଫୀତ ମୂଢ଼ମତି ଛଡ଼ା ଆଉ କିଛି ନୁହଁନ୍ତି। ସେମାନେ ଶାସ୍ତ୍ରର ଶବ୍ଦାର୍ଥ ନେଇ କଳହ କରନ୍ତି; ଏଥିରୁ କେବଳ ଈର୍ଷା, ସନ୍ଦେହ, କୁତ୍ସାରଟନା ଓ ବିବାଦର ସୂତ୍ରପାତ ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତେବେ ସେ ଅସାରଗର୍ବୀ ଓ ଅଜ୍ଞାନ, ପୁଣି, ବାଦାନୁବାଦ ଓ ଯୁକ୍ତିତର୍କରେ ଲିପ୍ତ; ସେଥିରୁ ଈର୍ଷା, ବିବାଦ, ପରନିନ୍ଦା, ମନ୍ଦ ସନ୍ଦେହ,

Gade chapit la Kopi

ପବିତ୍ର ବାଇବଲ

4 ଯେଉଁ ଲୋକ ଭଣ୍ଡ ଶିକ୍ଷା ଦିଏ, ସେ ଗର୍ବୀ ଓ କିଛି ବୁଝି ନ ଥାଏ। ସେହି ଲୋକ ଶବ୍ଦର ଅର୍ଥକୁ ନେଇ ଯୁକ୍ତିତର୍କ କରିବା ପାଇଁ ଅତ୍ୟଧିକ ଆଗ୍ରହୀ ହୋଇଥାଏ ଓ ସେ ବାଗ୍‌‌ଯୁଦ୍ଧ କରେ। ଏଗୁଡ଼ିକ ଦ୍ୱାରା କଳି, ଈର୍ଷା, ଅପମାନ ଓ ସନ୍ଦେହ ଆସିଥାଏ।

Gade chapit la Kopi




୧ ତୀମଥି 6:4
44 Referans Kwoze  

ଅଜ୍ଞାନୀ ଓ ମୁର୍ଖ ମାନଙ୍କର ଯୁକ୍ତିତର୍କ ଯେ ବିରୋଧ ଜନ୍ମାଏ, ଏହା ଜାଣି ସେହି ସବୁ ଅଗ୍ରାହ୍ୟ କର ।


ବିଶ୍ୱାସଘାତକ, ଦୁଃସାହସୀ, ଦାମ୍ଭିକ ହେବେ ଓ ଈଶ୍ୱରପ୍ରିୟ ନ ହୋଇ ବରଂ ବିଳାସପ୍ରିୟ ହେବେ;


ସେ ନୂତନ ଶିଷ୍ୟ ହୋଇ ନ ଥିବେ, କାଳେ ଅସାରଗର୍ବୀ ହୋଇ ଶୟତାନ ଭଳି ଦଣ୍ଡଗ୍ରସ୍ତ ହେବେ ।


ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି ।


କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ,


ଏହି ସମସ୍ତ କଥା ସ୍ମରଣ କରାଇ ଶ୍ରୋତାମାନଙ୍କର ଅହିତକର ଓ ବିନାଶଜନକ ବାଦାନୁବାଦ ନ କରିବାକୁ ସେମାନଙ୍କୁ ପ୍ରଭୁଙ୍କ ସାକ୍ଷାତରେ ଦୃଢ଼ରୂପେ ଆଦେଶ ଦିଅ ।


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି ।


କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;


ସେମାନେ ମୋଶାଙ୍କ ବ୍ୟବସ୍ଥାର ଶିକ୍ଷକ ହେବାକୁ ଇଚ୍ଛା କରନ୍ତି, ମାତ୍ର ଯାହା କହନ୍ତି, କି କେଉଁ ବିଷୟରେ ଦୃଢ଼ ଶିକ୍ଷା ଦିଅନ୍ତି, ତାହା ନିଜେ ବୁଝନ୍ତି ନାହିଁ ।


କି କଳ୍ପିତ ଗଳ୍ପ ଓ ଅଶେଷ ବଂଶାବଳୀରେ ମନୋଯୋଗ ନ କରନ୍ତି, ଏଥି ନିମନ୍ତେ ସେମାନଙ୍କୁ ଆଜ୍ଞା ଦିଅ; ସେହି ସବୁ ତ ବିଶ୍ୱାସ ସମ୍ବନ୍ଧୀୟ ଈଶ୍ୱରଙ୍କ କାର୍ଯ୍ୟର ଉପକାରୀ ନ ହୋଇ ବରଂ ଯୁକ୍ତିତର୍କ ସୃଷ୍ଟି କରେ ।


ହେ ମୋହର ପ୍ରିୟ ଭାଇମାନେ, ତୁମ୍ଭେମାନେ ଏହା ଜ୍ଞାତ ଅଛ । ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର, କହିବାରେ ଧୀର ପୁଣି, କ୍ରୋଧ କରିବାରେ ଧୀର ହେଉ,


କିନ୍ତୁ ବିତଣ୍ଡା ବାଦାନୁବାଦ, ବିରୋଧ ଓ ମୋଶାଙ୍କ ବ୍ୟବସ୍ଥା ବିଷୟକ ବାଗଯୁଦ୍ଧରୁ ଅନ୍ତର ହୁଅ, କାରଣ ଏହି ସବୁ କ୍ଷତିଜନକ ଓ ଅସାର ।


ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍‌ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ ।


ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;


ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଇଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ୱରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ୱର ବୋଲି ଦେଖାଏ ।


ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;


ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର,


ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର;


କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି;


ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ ।


ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ ।


କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ ।


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ ।


କାରଣ ପ୍ରଥମରେ ମୁଁ ଶୁଣୁଅଛି ଯେ, ମଣ୍ଡଳୀ ସ୍ୱରୂପେ ତୁମ୍ଭମାନଙ୍କର ସମାଗମ ସମୟରେ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ଘଟିଥାଏ, ଆଉ ମୁଁ କେତେ ପରିମାଣରେ ଏହା ବିଶ୍ୱାସ କରୁଅଛି ।


କିନ୍ତୁ କେହି ବିବାଦ କରିବାକୁ ଇଚ୍ଛା କଲେ ସେ ଜାଣୁ ଯେ, ଆମ୍ଭମାନଙ୍କର ଏପ୍ରକାର ରୀତି ନାହିଁ, କିମ୍ବା ଈଶ୍ୱରଙ୍କ ମଣ୍ଡଳୀସମୂହର ନାହିଁ ।


କେହି ଆପଣାକୁ ପ୍ରବଞ୍ଚନା ନ କରୁ । ଯଦି କୌଣସି ଲୋକ ଏହି ଯୁଗରେ ତୁମ୍ଭମାନଙ୍କ ମଧ୍ୟରେ ଆପଣାକୁ ଜ୍ଞାନୀ ବୋଲି ମନେ କରେ, ତେବେ ସେ ଯେପରି ଜ୍ଞାନୀ ହୋଇ ପାରେ, ଏଥିପାଇଁ ସେ ମୂର୍ଖ ହେଉ ।


ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ?


ବିଶ୍ୱାସରେ ଯେ ଦୁର୍ବଳ, ତାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ ।


ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ ।


ପରସ୍ପର ପ୍ରତି ଏକମନା ହୁଅ; ଉଚ୍ଚାଭିମାନୀ ନ ହୋଇ ଦୀନ ଲୋକମାନଙ୍କର ସଙ୍ଗୀ ହୁଅ । ଆପଣା ଆପଣା ବୁଦ୍ଧିରେ ବୁଦ୍ଧିମାନ ନ ହୁଅ ।


କିନ୍ତୁ ଯେଉଁମାନେ ସ୍ୱାର୍ଥପର, ପୁଣି, ସତ୍ୟର ଅନାଜ୍ଞାବହ, ମାତ୍ର ଅଧାର୍ମିକତାର ଆଜ୍ଞାବହ, ସେମାନଙ୍କ ପ୍ରତି କ୍ରୋଧ ଓ କୋପ ଘଟିବ ।


ମାତ୍ର ଯଦି ଏହି ସବୁ କେବଳ ବାକ୍ୟ, ନାମ ଓ ତୁମ୍ଭମାନଙ୍କ ମୋଶାଙ୍କ ବ୍ୟବସ୍ଥା ସମ୍ବନ୍ଧୀୟ ବିବାଦ ଅଟେ, ତେବେ ତୁମ୍ଭେମାନେ ନିଜେ ତାହା ବୁଝ; ଆମ୍ଭେ ଏହି ସବୁ ବିଷୟରେ ବିଚାରକର୍ତ୍ତା ହେବାକୁ ଇଚ୍ଛା କରୁ ନାହୁଁ ।


କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା;


ଦେଖ, ତୁମ୍ଭେମାନେ ବିବାଦ ଓ କଳହ ନିମନ୍ତେ, ଆଉ ଦୁଷ୍ଟତାରୂପ ମୁଷ୍ଟି ଦ୍ୱାରା ଆଘାତ କରିବା ନିମନ୍ତେ ଉପବାସ କରୁଅଛ; ତୁମ୍ଭମାନଙ୍କର ରବ ଉର୍ଦ୍ଧ୍ୱରେ ଯେପରି ଶୁଣାଯିବ, ଏପରି ଉପବାସ ଆଜି ତୁମ୍ଭେମାନେ କରୁ ନାହଁ।


ଯେ ଆପଣା ଦୃଷ୍ଟିରେ ଜ୍ଞାନୀ, ଏପରି ଲୋକକୁ ଦେଖୁଅଛ କି ? ତାହା ଅପେକ୍ଷା ମୂର୍ଖ ବିଷୟରେ ଅଧିକ ଭରସା ଅଛି।


ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।


କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।


Swiv nou:

Piblisite


Piblisite