Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:1 - ଓଡିଆ ବାଇବେଲ

1 ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପାଉଲ, ଈଶ୍ଵରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ, ପୁଣି ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର ଲେଖୁଅଛନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଈଶ୍ୱରଙ୍କ ଇଚ୍ଛା ଅନୁଯାୟୀ ନିଯୁକ୍ତ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତ ଶିଷ୍ୟ ପାଇଲ ମଣ୍ଡଳୀ ଏବଂ ଆଖାୟା ଦେଶର ସମସ୍ତ ବିଶ୍ୱାସୀ ନିକଟକୁ ଏହି ପତ୍ର ଲେଖୁ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର;

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ଖ୍ରୀଷ୍ଟଙ୍କ ଜଣେ ପ୍ରେରିତ ପାଉଲଙ୍କର ନମସ୍କାର। ପରମେଶ୍ୱରଙ୍କ ଇଚ୍ଛାରେ ମୁଁ ଜଣେ ପ୍ରେରିତ ହୋଇଛି। ଆମ୍ଭ ଭାଇ ତୀମଥି ମଧ୍ୟ ତୁମ୍ଭମାନଙ୍କୁ ଶୁଭେଚ୍ଛା ଜଣାନ୍ତି। କରିନ୍ଥୀଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ ଓ ସମଗ୍ର ଆଖାୟା ପ୍ରଦେଶର ପରମେଶ୍ୱରଙ୍କ ସମସ୍ତ ପବିତ୍ର ଲୋକଙ୍କ ନିକଟକୁ ପତ୍ର।

Gade chapit la Kopi




୨ କରିନ୍ଥୀୟ 1:1
31 Referans Kwoze  

ପାଉଲ,ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ;


ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ |


ପାଉଲ, ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ,


ପାଉଲ, ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ୱର ଓ ଭରସାଭୂମି ଖ୍ରୀଷ୍ଟ ଯୀଶୁଙ୍କ ଆଜ୍ଞା ଅନୁସାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ,


ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କି ମନୁଷ୍ୟ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା,


ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,


ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଈଶ୍ୱରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ ।


ପରେ ପାଉଲ ଦର୍ବୀ ଓ ଲୁସ୍ତ୍ରାକୁ ମଧ୍ୟ ଆସିଲେ, ଆଉ ଦେଖ, ସେ ସ୍ଥାନରେ ତୀମଥି ନାମରେ ଜଣେ ଶିଷ୍ୟ ଥିଲେ, ସେ ଜଣେ ବିଶ୍ୱାସିନୀ ଯିହୂଦୀ ମହିଳାର ପୁତ୍ର, କିନ୍ତୁ ତାହାଙ୍କର ପିତା ଜଣେ ଗ୍ରୀକ୍ ଲୋକ ।


ଆମ୍ଭମାନଙ୍କର ଭ୍ରାତା ତୀମଥି ମୁକ୍ତ ହୋଇ ଯଦି ସେ ଶୀଘ୍ର ଆସନ୍ତି, ତେବେ ତାହାଙ୍କ ସଙ୍ଗରେ ମୁଁ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଆସିବି ।


ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ;


ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


ମୋ'ଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁ ସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହିି ଖଣ୍ଡନ କରିବ ନାହିଁ କାହିଁକି ?


କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତ ବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି ।


ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟାର ପ୍ରଥମ ଫଳ ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ;


ଯିହୂଦୀ ବା ଗ୍ରୀକ୍‍ ବା ଈଶ୍ୱରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ,


ମୋହର ସହକର୍ମୀ ତୀମଥି, ପୁଣି, ମୋହର ସ୍ୱଜାତୀୟ ଲୂକୀୟ, ଯାସୋନ ଓ ସୋସିପାତ୍ର ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ଆଉ ସେମାନଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ । ମୋହର ପ୍ରିୟ ଏପାଇନେତଙ୍କୁ ନମସ୍କାର ଜଣାଅ, ସେ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ଆସିଆର ପ୍ରଥମ ଫଳ ସ୍ୱରୂପ ।


କାରଣ ଯିରୂଶାଲମସ୍ଥ ସାଧୁମାନଙ୍କ ମଧ୍ୟରେ ଯେଉଁମାନେ ଦରିଦ୍ର, ସେମାନଙ୍କ ନିମନ୍ତେ ମାକିଦନିଆ ଓ ଆଖାୟାର ମଣ୍ଡଳୀସମୂହ ସହଭାଗିତାସୂଚକ କିଛି ଦାନ ସଂଗ୍ରହ କରିବାକୁ ଭଲ ମଣିଅଛନ୍ତି ।


ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ।


କାରଣ ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍‍, ମୋ' ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାଁନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି ।


କିନ୍ତୁ ମୁଁ ଈଶ୍ୱରଙ୍କୁ ସାକ୍ଷୀ ମାନି ମୋ' ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥକୁ ପୁନର୍ବାର ଯାଇ ନାହିଁ ।


କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;


ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ୱରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଆଉ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନ,


Swiv nou:

Piblisite


Piblisite