Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:11 - ଓଡିଆ ବାଇବେଲ

11 ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତୁମ୍ଭେମାନେ ତ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହଦାନ ଦତ୍ତ ହୋଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁଳ ଧନ୍ୟବାଦ ଦିଆଯାଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତୁମ୍ଭେମାନେ ପ୍ରାର୍ଥନା ଦ୍ୱାରା ଆମକୁ ସାହାର୍ଯ୍ୟ କର। ତାହେଲେ, ଆମ ପାଇଁ ଅନେକେ ଈଶ୍ୱରଙ୍କଠାରେ କୃତଜ୍ଞତା ଜ୍ଞାପନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।

Gade chapit la Kopi

ପବିତ୍ର ବାଇବଲ

11 ତୁମ୍ଭେମାନେ ନିଜ ପ୍ରାର୍ଥନା ଦ୍ୱାରା ଆମ୍ଭକୁ ସାହାଯ୍ୟ କରିପାର। ଅନେକେ ଆମ୍ଭ ପାଇଁ ପରମେଶ୍ୱରଙ୍କୁ ଧନ୍ୟବାଦ ଦେବେ, ଯେହେତୁ ସେମାନଙ୍କର ପ୍ରାର୍ଥନା ଦ୍ୱାରା ପରମେଶ୍ୱର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।

Gade chapit la Kopi




୨ କରିନ୍ଥୀୟ 1:11
15 Referans Kwoze  

କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,


ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ୱରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ ।


ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ର ଭାବରେ ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା ।


ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ୱର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ,


ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।


ସେଥି ସଙ୍ଗେ ସଙ୍ଗେ ମୋହର ରହିବା ସ୍ଥାନ ମଧ୍ୟ ପ୍ରସ୍ତୁତ କରି ରଖ, କାରଣ ତୁମ୍ଭମାନଙ୍କ ପ୍ରାର୍ଥନା ଦ୍ୱାରା ତୁମ୍ଭେମାନେ ଯେ ମୋତେ ଫେରି ପାଇବ, ମୁଁ ଏହା ଆଶା କରୁଅଛି ।


ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ,


ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର ।


ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି ।


ହୋଇପାରେ, ଜୀବିତ ପରମେଶ୍ୱରଙ୍କୁ ଧିକ୍‍କାର କରିବା ପାଇଁ ଆପଣା ପ୍ରଭୁ ଅଶୂରୀୟ ରାଜା ଦ୍ୱାରା ପ୍ରେରିତ ରବ୍‍ଶାକିର ସମସ୍ତ କଥା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଶୁଣିବେ, ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ କଥା ଶୁଣିଅଛନ୍ତି, ତହିଁ ଲାଗି ଅନୁଯୋଗ କରିବେ; ଏହେତୁ ଯେଉଁ ଅବଶିଷ୍ଟାଂଶ ଅଛନ୍ତି, ସେମାନଙ୍କ ନିମନ୍ତେ ତୁମ୍ଭେ ପ୍ରାର୍ଥନା କର।”


Swiv nou:

Piblisite


Piblisite