Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:4 - ଓଡିଆ ବାଇବେଲ

4 ଈଶ୍ୱରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଈଶ୍ଵରଙ୍କ ଦ୍ଵାରା ଯେଉଁ ସାନ୍ତ୍ଵନାରେ ଆମ୍ଭେମାନେ ସାନ୍ତ୍ଵନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ଵନା ଦ୍ଵାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ଵନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ଵନା ପ୍ରଦାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଆମ କ୍ଳେଶ ଭୋଗ ସମୟରେ ସେ ଆମକୁ ଯେଉଁ ସାନ୍ୱନା ଦ୍ୱାରା ଆମେ ଯେଉଁ ସାନ୍ତ୍ୱନା ଦେଇ ପାରିବା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

4 ଆମ୍ଭ ଅସୁବିଧା ସମୟରେ ସେ ଆମ୍ଭକୁ ସର୍ବଦା ସାନ୍ତ୍ୱନା ପ୍ରଦାନ କରନ୍ତି, ଏବଂ ଆମ୍ଭେ ମଧ୍ୟ ଅନ୍ୟ ଲୋକମାନଙ୍କର ଅସୁବିଧା ସମୟରେ ସାନ୍ତ୍ୱନା ପ୍ରଦାନ କରି ପାରିବା। ଆମ୍ଭକୁ ପରମେଶ୍ୱର ଯେଉଁ ପ୍ରକାର ସାନ୍ତ୍ୱନା ଦିଅନ୍ତି, ଆମ୍ଭେ ସେହିମାନଙ୍କୁ ସେହି ପ୍ରକାର ସାନ୍ତ୍ୱନା ପ୍ରଦାନ କରି ପାରିବା।

Gade chapit la Kopi




୨ କରିନ୍ଥୀୟ 1:4
24 Referans Kwoze  

ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ ।


ଯେ ତୁମ୍ଭମାନଙ୍କୁ ସାନ୍ତ୍ୱନା କରନ୍ତି, ସେ ଆମ୍ଭେ, ଆମ୍ଭେ ହିଁ ଅଟୁ; ମୃତ୍ୟୁୁର ଅଧୀନ ମନୁଷ୍ୟକୁ ଓ ଯେ ତୃଣ ତୁଲ୍ୟ କରାଯିବ, ଏପରି ମନୁଷ୍ୟର ସନ୍ତାନକୁ ଭୟ କରୁଅଛ,


“ମୋ’ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।


ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]


ଅତଏବ, ତୁମ୍ଭେମାନେ ଦୁର୍ବଳ ହସ୍ତ ଓ ଅବଶ ଜାନୁ ସବଳ କର,


ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି ।


ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ,


ସେହି ଦିନରେ ତୁମ୍ଭେ କହିବ, “ହେ ସଦାପ୍ରଭୁ, ମୁଁ ତୁମ୍ଭର ଧନ୍ୟବାଦ କରିବି; କାରଣ ତୁମ୍ଭେ ଆମ୍ଭ ପ୍ରତି କ୍ରୁଦ୍ଧ ଥିଲ, ତୁମ୍ଭର କ୍ରୋଧ ନିବୃତ୍ତ ହୋଇଅଛି ଓ ତୁମ୍ଭେ ଆମ୍ଭକୁ ସାନ୍ତ୍ୱନା କରୁଅଛ।


କିନ୍ତୁ ସେହି ସାହାଯ୍ୟକାରୀ, ଅର୍ଥାତ୍‍ ଯେଉଁ ପବିତ୍ର ଆତ୍ମାଙ୍କୁ ପିତା ମୋ' ନାମରେ ପ୍ରେରଣ କରିବେ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଶିକ୍ଷା ଦେବେ, ଆଉ ମୁଁ ତୁମ୍ଭମାନଙ୍କୁ ଯାହା ଯାହା କହିଅଛି, ସେହି ସବୁ ତୁମ୍ଭମାନଙ୍କୁ ସ୍ମରଣ କରାଇବେ ।


ହେ ଯିରୂଶାଲମର ଉତ୍ସନ୍ନ ସ୍ଥାନସକଳ, ଉଚ୍ଚ ଆନନ୍ଦ ଧ୍ୱନି କର, ଏକତ୍ର ଗାନ କର; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ସାନ୍ତ୍ୱନା କରିଅଛନ୍ତି, ସେ ଯିରୂଶାଲମକୁ ମୁକ୍ତ କରିଅଛନ୍ତି।


ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା]


ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ ।


ପୁଣି, ଆମ୍ଭମାନଙ୍କ ସାନ୍ତ୍ୱନାରେ ଆମ୍ଭେମାନେ ତୀତସଙ୍କ ଆନନ୍ଦ ହେତୁ ଆହୁରି ଅଧିକ ଆନନ୍ଦ କଲୁ, କାରଣ ତାଙ୍କ ଆତ୍ମା ତୁମ୍ଭ ସମସ୍ତଙ୍କ ଦ୍ୱାରା ସଞ୍ଜୀବିତ ହୋଇଅଛି ।


କାରଣ ସଦାପ୍ରଭୁ ସିୟୋନକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ଉତ୍ସନ୍ନ ସ୍ଥାନସବୁକୁ ସାନ୍ତ୍ୱନା କରିଅଛନ୍ତି; ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ୟ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ୟ କରିଅଛନ୍ତି; ଆନନ୍ଦ ଓ ଉଲ୍ଲାସ, ଧନ୍ୟବାଦ ଓ ସଙ୍ଗୀତ ଧ୍ୱନି ତହିଁ ମଧ୍ୟରେ ହେବ।


ମୋତେ ମଙ୍ଗଳାର୍ଥକ ଲକ୍ଷଣ ଦେଖାଅ; ତହିଁରେ ମୋ’ ଘୃଣାକାରୀମାନେ ତାହା ଦେଖି ଲଜ୍ଜିତ ହେବେ, ଯେହେତୁ ହେ ସଦାପ୍ରଭୁ, ତୁମ୍ଭେ ମୋହର ସାହାଯ୍ୟ ଓ ସାନ୍ତ୍ୱନା କରିଅଛ।


ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।


ସେମାନେ କ୍ଷୁଧାର୍ତ୍ତ କି ତୃଷାର୍ତ୍ତ ହେବେ ନାହିଁ; କିଅବା ଗ୍ରୀଷ୍ମ ଅଥବା ସୂର୍ଯ୍ୟତାପ ସେମାନଙ୍କୁ କାଟିବ ନାହିଁ; କାରଣ ଯେ ସେମାନଙ୍କୁ ଦୟା କରନ୍ତି, ସେ ସେମାନଙ୍କୁ ଚଳାଇବେ, ଜଳ ନିର୍ଝର ନିକଟ ଦେଇ ସେ ସେମାନଙ୍କୁ କଢ଼ାଇ ନେବେ।


ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ୱରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି ।


ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି ।


Swiv nou:

Piblisite


Piblisite