Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 1:7 - ଓଡିଆ ବାଇବେଲ

7 ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ଵନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମ୍ଭମାନଙ୍କଠାରେ ଆମର ଭରସା ଅଟଳ। ଆମେ ଜାଣୁ , ତୁମ୍ଭମାନେ ଆମ ସୁଃଖ କଶ୍ଟରେ ଯେପରି ଅଂଶୀ ହୋଇଛ, ସେହିପରି ଆମ୍ଭମାନଙ୍କ ସଂନ୍ତ୍ୱନର ମଧ୍ୟ ଅଂଶୀ ହୋଇଛ, ସେହିପରି ଆମ୍ଭମନଙ୍କ ସାନ୍ତ୍ୱନାର ମଧ୍ୟ ଅଂଶୀ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭମାନଙ୍କଠାରେ ଆମ୍ଭର ଦୃଢ଼ ଭରସା ଅଛି। ଆମ୍ଭେ ଜାଣୁ ଯେ, ତୁମ୍ଭେମାନେ ଆମ୍ଭ ଯାତନାରେ ଭାଗୀ। ଅତଏବ, ଆମ୍ଭେ ଜାଣୁ ଯେ, ସେହିଭିଳ ଆମ୍ଭମାନଙ୍କର ସାନ୍ତ୍ୱନାରେ ମଧ୍ୟ ତୁମ୍ଭର ଅଂଶ ଅଛି।

Gade chapit la Kopi




୨ କରିନ୍ଥୀୟ 1:7
16 Referans Kwoze  

ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।


ଯଦି ଆମ୍ଭେମାନେ ଧୖେର୍ଯ୍ୟ ଧରି ସହ୍ୟ କରୁ, ତେବେ ତାହାଙ୍କ ସହିତ ମଧ୍ୟ ଶାସନ କରିବ; ଯଦି ଆମ୍ଭେମାନେ ତାହାଙ୍କୁ ଅସ୍ୱୀକାର କରୁ, ତେବେ ସେ ମଧ୍ୟ ଆମ୍ଭମାନଙ୍କୁ ଅସ୍ୱୀକାର କରିବେ;


କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;


ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ ।


ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି ।


ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ ।


ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ, ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ ।


ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ ।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି ।


Swiv nou:

Piblisite


Piblisite