Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 10:4 - ଓଡିଆ ବାଇବେଲ

4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ୱରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ);

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଈଶ୍ଵରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ) ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ବରଂ ଐଶୀଶକ୍ତିସମ୍ପନ୍ନ ଅସ୍ତ୍ରଶସ୍ତ୍ର ବ୍ୟବହାର କରି ଦୃଢ଼ ଦୁର୍ଗସବୁ ଧ୍ୱଂସ କରିଥାଉ, ଭ୍ରାନ୍ତ ଯୁକ୍ତିସମୂହକୁ ଖଣ୍ଡନ କରୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍‍ କରିବା ନିମନ୍ତେ ଈଶ୍ବରଙ୍କ ଦୃଷ୍ଟିରେ ସେହିସବୁ ଶକ୍ତିଯୁକ୍ତ ଅଟେ);

Gade chapit la Kopi

ପବିତ୍ର ବାଇବଲ

4 ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାଯ୍ୟରେ ସଂଗ୍ରାମ କରୁ ସେଗୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ରରେ ପରମେଶ୍ୱରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତ୍ରୁର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରିପାରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାଯ୍ୟରେ ଆମ୍ଭେ ଲୋକଙ୍କ ସମସ୍ତ ଯୁକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ବିରୁଦ୍ଧରେ ଉଠୁଥିବା ପ୍ରତ୍ୟେକ ଗର୍ବର କଥା ଖଣ୍ଡନ କରୁ।

Gade chapit la Kopi




୨ କରିନ୍ଥୀୟ 10:4
28 Referans Kwoze  

ସତ୍ୟ ବାକ୍ୟରେ, ଈଶ୍ୱରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ରଦ୍ୱାରା,


ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”


ଏଥିପାଇଁ ମୋହର ଶିକ୍ଷା ଓ ମୋହର ପ୍ରଚାର, ଜ୍ଞାନର ମନୋହର ବାକ୍ୟଯୁକ୍ତ ନ ହୋଇ ପବିତ୍ର ଆତ୍ମାଙ୍କ ଶକ୍ତିରେ ପ୍ରମାଣ- ଯୁକ୍ତ ହୋଇଥିଲା ।


ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;


ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ ।


କିନ୍ତୁ ଆସ, ଆମ୍ଭେମାନେ ଦିବସର ସନ୍ତାନ ହେବାରୁ ବିଶ୍ୱାସ ଓ ପ୍ରେମରୂପ ଉରସ୍ତ୍ରାଣ ପରିଧାନ କରି, ପରିତ୍ରାଣର ଭରସା ରୂପ ଶିରସ୍ତ୍ରାଣ ମସ୍ତକରେ ଦେଇ ସଚେତନ ରହିଥାଉ ।


ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;


କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର ।


ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ୱରଙ୍କଠାରୁ;


“ସଦାପ୍ରଭୁ ସିୟୋନଠାରୁ ତୁମ୍ଭ ପରାକ୍ରମ-ଦଣ୍ଡ ପ୍ରେରଣ କରିବେ; ତୁମ୍ଭେ ଆପଣା ଶତ୍ରୁଗଣ ମଧ୍ୟରେ କର୍ତ୍ତୃତ୍ୱ କର।


ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍‍ ହେଲା ।


ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର ।


ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ ।


ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।


ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହାଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।


ଏଥି ନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହି ସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ ।


କିଏ ନିଜ ବ୍ୟୟରେ କେବେ ସୈନିକବୃତ୍ତି କରେ ? କିଏ ଦ୍ରାକ୍ଷାକ୍ଷେତ୍ର କରି ସେଥିର ଫଳ ଭୋଜନ ନ କରେ ? ଅବା କିଏ ପଶୁପଲ ପାଳନ କରି ପଲର ଦୁଗ୍ଧ ପାନ ନ କରେ ?


ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ ?”


କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;


Swiv nou:

Piblisite


Piblisite