Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 10:6 - ଓଡିଆ ବାଇବେଲ

6 ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ତୁମ୍ଭେମାନେ ସମ୍ପୂଣ୍ଣଭାବେ ଖ୍ରୀଷ୍ଟଙ୍କର ଆନୁଗତ୍ୟ ସ୍ୱୀକାର କରିବା ପରେ ତୁମ ମଧ୍ୟରେ ଆଉ କୌଣସି ଅବାଧ୍ୟତା ଦେଖାଗଲେ, ତା’ର ପ୍ରତିକାର କରିବା ପାଇଁ ଆମେ ପ୍ରଦ୍ତୁତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ଯେତେବେଳେ ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ବାଧ୍ୟ ହେବ, ସେତେବେଳେ ସମସ୍ତ ଅବାଧ୍ୟତାର ପ୍ରତିକାର କରିବା ନିମନ୍ତେ ଆମ୍ଭେମାନେ ପ୍ରସ୍ତୁତ ଅଛୁ।

Gade chapit la Kopi

ପବିତ୍ର ବାଇବଲ

6 ଯେଉଁ ଲୋକ ପୂର୍ଣ୍ଣ ଭାବରେ ଯୀଶୁଙ୍କୁ ମାନେ ନାହିଁ ଆମ୍ଭେ ତାହାଙ୍କୁ ଦଣ୍ଡ ଦେବା ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ପ୍ରଥମରେ ଆମ୍ଭେ ଇଚ୍ଛା କରୁ ଯେ ତୁମ୍ଭେମାନେ ପୂର୍ଣ୍ଣଭାବରେ ତାହାଙ୍କୁ ମାନ।

Gade chapit la Kopi




୨ କରିନ୍ଥୀୟ 10:6
12 Referans Kwoze  

କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି ।


ଆଉ, କିପରି ଭୟ ଓ କମ୍ପରେ ତୁମ୍ଭେମାନେ ତାଙ୍କୁ ଗ୍ରହଣ କରି ସମସ୍ତେ ତାଙ୍କର ବାଧ୍ୟ ହେଲ, ଏହା ସ୍ମରଣ କରି ତୁମ୍ଭମାନଙ୍କ ପ୍ରତି ତାଙ୍କ ଅନ୍ତରର ସ୍ନେହ ଅଧିକ ବୃଦ୍ଧିପାଇଅଛି ।


ଯେଉଁମାନେ ପୂର୍ବରେ ପାପ କରିଥିଲେ, ସେମାନଙ୍କୁ ଓ ଅବଶିଷ୍ଟ ସମସ୍ତଙ୍କୁ ମୁଁ ଯେପରି ପୂର୍ବେ ଦ୍ୱିତୀୟ ଥର ଉପସ୍ଥିତ ଥିବା ସମୟରେ କହିିଥିଲିି, ଏବେ ଅନୁପସ୍ଥିତ ଥାଇ ସେହିପରି ପୂର୍ବରୁ କହୁଅଛି ଯେ, ଯଦି ମୁଁ ପୁନର୍ବାର ଯାଏ, ତାହାହେଲେ ସେମାନଙ୍କୁ ଛାଡ଼ିବି ନାହିଁ;


ଏଥି ନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହି ସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ ।


ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ, ପୁଣି, ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ, ପୁଣି, ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ, ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ; ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି ।


ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‍ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ୱର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି ।


ତୁମ୍ଭମାନଙ୍କର ଇଚ୍ଛା କ'ଣ ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଯିବି ନା ପ୍ରେମ ଘେନି ଓ ମୃଦୁତାର ଆତ୍ମା ଘେନିଯିବି ?


ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ୱରଙ୍କୁ ଅନାଦର କରୁ ନାହଁ ?


Swiv nou:

Piblisite


Piblisite