Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 10:7 - ଓଡିଆ ବାଇବେଲ

7 ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ । ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ଵାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି ଆପେ ବିବେଚନା କରୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମ ଚତୁର୍ପାଶ୍ୱରେ କ’ଣ ସବୁ ଘଟଛି, ଦେଖ। ତୁମ୍ଭମାନଙ୍କ ମଧ୍ୟରେ କେହି ଖ୍ରୀଷ୍ଟଙ୍କର ଅନୁଗାମୀ ଅଛନ୍ତି କି? ଯଦି ଅଛନ୍ତି, ତେବେ ସେ ଆଉ ଥରେ ଏହା ଚିନ୍ତା କରି ଦେଖନ୍ତୁ। କାରଣ ତାଙ୍କ ପରି ଆମେ ମଧ୍ୟ ଖ୍ରୀଷ୍ଟଙ୍କର ଅନୁଗାମୀ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।

Gade chapit la Kopi

ପବିତ୍ର ବାଇବଲ

7 ତୁମ୍ଭମାନଙ୍କ ଆଗରେ ଥିବା ତଥ୍ୟ ଗୁଡ଼ିକୁ ଦେଖ। ଯଦି ଜଣେ ନିଶ୍ଚିତ ଭାବରେ ଅନୁଭବ କରେ ଯେ, ସେ ଖ୍ରୀଷ୍ଟଙ୍କର ଅଟେ, ତାହାହେଲେ ସେ ଏହା ମଧ୍ୟ ଜାଣି ରଖିବା ଉଚିତ୍ ଯେ ଆମ୍ଭେ ମଧ୍ୟ ତାହାରି ଭଳି ସମ ଭାବରେ ଖ୍ରୀଷ୍ଟଙ୍କର ଅଟୁ।

Gade chapit la Kopi




୨ କରିନ୍ଥୀୟ 10:7
21 Referans Kwoze  

ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥି ନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ ।


କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହି ସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ ।


ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;


ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର ।


କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ; ଯେ ଈଶ୍ୱରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ୱରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ୱାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ ।


ମୁଁ କ'ଣ ସ୍ୱାଧୀନ ନୁହେଁ ? ମୁଁ କ'ଣ ଜଣେ ପ୍ରେରିତ ନୁହେଁ ? ମୁଁ କ'ଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ ? ତୁମ୍ଭେମାନେ କ'ଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ ?


କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ପୁଣି, ଖ୍ରୀଷ୍ଟ ଈଶ୍ୱରଙ୍କର ।


ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ ।


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର , ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର ।


ଯେଣୁ ଯେଉଁ ଖ୍ରୀଷ୍ଟ ମୋ'ଠାରେ କଥା କହୁଅଛନ୍ତି, ତୁମ୍ଭେମାନେ ତାହାଙ୍କର ପ୍ରମାଣ ଖୋଜୁଅଛ;


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ ।


ଅନେକ ସାଂସାରିକ ଭାବରେ ଦର୍ପ କରୁଥିବାରୁ ମୁଁ ମଧ୍ୟ ଦର୍ପ କରିବି ।


କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ ।


କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ;


ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ ।


ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;


Swiv nou:

Piblisite


Piblisite