Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 11:3 - ଓଡିଆ ବାଇବେଲ

3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ମୋତେ ଭୟ ଲାଗୁଛି, ସପର ଧୂର୍ତ୍ତତା ଦ୍ୱାରା ହବା ପ୍ରତାରିତ ହେଲା ପରି ତୁମ୍ଭେମାନେ କାଳେ ଖ୍ରୀଷ୍ଟଙ୍କ ପ୍ରତି ତୁମର ପୂର୍ଣ୍ଣ ଓ ସରଳ ବିଶ୍ୱସ୍ତତାରୁ ବିବ୍ୟୁତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି।

Gade chapit la Kopi

ପବିତ୍ର ବାଇବଲ

3 ସେ କେବଳ ତୁମ୍ଭମାନଙ୍କର ସ୍ୱାମୀ ହେବେ। କିନ୍ତୁ ମୁଁ ଭୟ କରୁଛି ଯେ, ଯେପରି ହବା ସର୍ପର ପ୍ରବଞ୍ଚନା ଦ୍ୱାରା ପ୍ରଭାବିତ ହୋଇଥିଲା, ସେହିଭଳି ତୁମ୍ଭମାନଙ୍କ ମନ ମଧ୍ୟ ଖ୍ରୀଷ୍ଟଙ୍କ ପ୍ରତି ସତ୍ୟ ଓ ପବିତ୍ର ସମର୍ପଣଠାରୁ ଦୂରକୁ ଗ୍ଭଲି ଯିବ।

Gade chapit la Kopi




୨ କରିନ୍ଥୀୟ 11:3
47 Referans Kwoze  

ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


ଖ୍ରୀଷ୍ଟଙ୍କ ଅନୁଗ୍ରହରେ ଯେ ତୁମ୍ଭମାନଙ୍କୁ ଆହ୍ୱାନ କଲେ, ତାହାଙ୍କଠାରୁ ତୁମ୍ଭେମାନେ ଯେ ଏତେ ଶୀଘ୍ର ବିମୁଖ ହୋଇ ଅନ୍ୟ ସୁସମାଚାର ପ୍ରତି ଅନୁରକ୍ତ ହେଉଅଛ, ଏଥିରେ ମୁଁ ଚମତ୍କୃତ ହେଉଅଛି;


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


କେହି ଯେପରି ତୁମ୍ଭମାନଙ୍କୁ ବାକ୍‍ଚାତୁରି ଦ୍ୱାରା ନ ଭୁଲାଏ, ସେଥିନିମନ୍ତେ ମୁଁ ଏହା କହୁଅଛି।


ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି ।


ଆଉ ଆଦମ ଠକରେ ପଡ଼ି ନ ଥିଲେ, ମାତ୍ର ନାରୀ ଠକରେ ପଡ଼ି ଆଜ୍ଞା ନ ମାନିବା ଦୋଷରେ ଦୋଷୀ ହେଲେ;


ସେଥିରେ ସର୍ବ ଜଗତର ପ୍ରବଞ୍ଚକ ଦିଆବଳ ଓ ଶୟତାନ ନାମରେ ଖ୍ୟାତ ଯେ ପ୍ରକାଣ୍ଡ ସର୍ପ, ସେହି ପୁରାତନ ନାଗ, ସେ ଆପଣା ଦୂତମାନଙ୍କ ସହିତ ପୃଥିବୀରେ ନିକ୍ଷିପ୍ତ ହେଲା ।


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ ।


ସେତେବେଳେ ସଦାପ୍ରଭୁ ପରମେଶ୍ୱର ନାରୀଙ୍କୁ କହିଲେ, “ଏ କି କଲ ?” ନାରୀ କହିଲେ, “ସର୍ପ ମୋତେ ଭୁଲାଇଲା, ତହିଁରେ ମୁଁ ଖାଇଲି।”


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।


ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା ? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା ।


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ୱରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ ।


ସର୍ପ ନାରୀଙ୍କୁ କହିଲା, “ତୁମ୍ଭେମାନେ କୌଣସି ରୂପେ ମରିବ ନାହିଁ;


ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,


ତୁମ୍ଭମାନଙ୍କ ନିମନ୍ତେ ମୁଁ ଯେଉଁ ପରିଶ୍ରମ କରିଅଛି, କାଳେ ତାହା ବ୍ୟର୍ଥ ହୁଏ, ତୁମ୍ଭମାନଙ୍କ ସମ୍ବନ୍ଧରେ ମୋହର ଏହି ଭୟ ହେଉଅଛି।


ସେହି ଅନେକ ଲୋକ ଯେପରି ଈଶ୍ୱରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ୱରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।


ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,


କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ ।


ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି ।


ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ ।


ଆମ୍ଭମାନଙ୍କ ମଧ୍ୟକୁ ଆନୀତ କେତେ ଜଣ ଭଣ୍ଡ ଭ୍ରାତା ସକାଶେ ଏପରି ହେଲା; ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କର ଯେଉଁ ସ୍ୱାଧୀନତା ଅଛି, ଚର ସ୍ୱରୂପେ ସେଥିର ଛିଦ୍ର ଅନ୍ୱେଷଣ କରି ଆମ୍ଭମାନଙ୍କୁ ଦାସତ୍ୱର ବନ୍ଧନରେ ଆବଦ୍ଧ କରିବା ନିମନ୍ତେ ସେମାନେ ଗୁପ୍ତରେ ପ୍ରବେଶ କରିଥିଲେ;


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ୱରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ୱରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ ।


କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି ।


କାରଣ ଅନେକେ ଅବାଧ୍ୟ ଲୋକ, ଅସାର ବାକ୍ୟବାଦୀ ଓ ପ୍ରବଞ୍ଚକ ଅଛନ୍ତି, ବିଶେଷରେ ସୁନ୍ନତ ପ୍ରାପ୍ତ ଲୋକମାନଙ୍କ ମଧ୍ୟରେ ଅଛନ୍ତି;


ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି


ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;


କେହି ଦୁର୍ବଳ ହେଲେ ମୁଁ କ'ଣ ଦୁର୍ବଳ ନୁହେଁ ? କେହି ବିଘ୍ନ ପାଇଲେ ମୁଁ କ'ଣ ଉତ୍ତପ୍ତ ହୁଏ ନାହିଁ ?


ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ ।


ସେ ସେହି ସର୍ପ, ସେହି ପୁରାତନ ନାଗ, ଅର୍ଥାତ୍ ଦିଆବଳ ଓ ଶୟତାନକୁ ଧରି ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ବାନ୍ଧି ପକାଇଲେ,


ଦୁଷ୍ଟମାନେ ତୁମ୍ଭ ବ୍ୟବସ୍ଥା ପରିତ୍ୟାଗ କରିବାରୁ ପ୍ରଚଣ୍ଡ କ୍ରୋଧ ମୋତେ ଆକ୍ରମଣ କରିଅଛି।


ସଦାପ୍ରଭୁ ପରମେଶ୍ୱରଙ୍କ ନିର୍ମିତ ଭୂଚର ପଶୁମାନଙ୍କ ମଧ୍ୟରେ ସର୍ପ ସର୍ବାପେକ୍ଷା ଖଳ ଥିଲା। ସେ ନାରୀଙ୍କୁ କହିଲା, “ଆଗୋ, ଏ କି ସତ୍ୟ, ଉଦ୍ୟାନର କୌଣସି ବୃକ୍ଷର ଫଳ ଖାଇବାକୁ ପରମେଶ୍ୱର ତୁମ୍ଭମାନଙ୍କୁ ନିଷେଧ କରିଅଛନ୍ତି ?”


ଏଥିଉତ୍ତାରେ ଆଦମ ଆପଣା ଭାର୍ଯ୍ୟାର ନାମ ହବା ଦେଲେ, ଯେହେତୁ ସେ ଜୀବିତ ଲୋକମାନଙ୍କର ମାତା ହେଲେ।


ଯେଣୁ ଯଦି କେହି ତୁମ୍ଭମାନଙ୍କୁ ଦାସ କରି ରଖେ, ତୁମ୍ଭମାନଙ୍କ ସମ୍ପତ୍ତି ଗ୍ରାସ କରେ, ତୁମ୍ଭମାନଙ୍କୁ ଫାନ୍ଦରେ ପକାଇ ଧରେ, ଅହଂକାର କରେ ବା ତୁମ୍ଭମାନଙ୍କ ମୁହଁରେ ଚାପୁଡ଼ା ମାରେ, ତେବେ ତୁମ୍ଭେମାନେ ତାହା ସହିଥାଅ ।


ଅର୍ଥାତ୍ ତୁମ୍ଭେମାନେ ତୁମ୍ଭମାନଙ୍କ ପୁରାତନ ଆଚରଣ ସମ୍ବନ୍ଧରେ, ଯେଉଁ ପୁରାତନ ସ୍ୱଭାବ ପ୍ରବଞ୍ଚନାର ବିଳାସିତା ଅନୁସାରେ ଅଧିକରୁ ଅଧିକ ଭ୍ରଷ୍ଟ ହେଉଅଛି, ତାହାକୁ ପରିତ୍ୟାଗ କରିବାକୁ,


ସେହି ସ୍ତ୍ରୀଲୋକଙ୍କୁ ଜଳସ୍ରୋତରେ ଭସାଇଦେବା ନିମନ୍ତେ ସର୍ପ ତାହାଙ୍କ ପଛରେ ଆପଣା ମୁଖରୁ ନଦୀ ପରି ଜଳ ଉଦ୍‌ଗାର କଲା ।


Swiv nou:

Piblisite


Piblisite