Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:1 - ଓଡିଆ ବାଇବେଲ

1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି । "ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।''

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଏଥରକୁ ମିଶାଇ ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଛି। ଧର୍ମଶାସ୍ତ୍ର ଅନୁସାରେ, ଦୁଇ ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣ ଦ୍ୱାରା ପ୍ରତ୍ୟେକଟି ଅଭିଯୋଗ ନିଷ୍ଠିତ୍ତି ହୁଏ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏହି ତୃତୀୟ ଥର ମୁଁ ତୁମ୍ଭମାନଙ୍କ ନିକଟକୁ ଯାଉଅଛି। “ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।”

Gade chapit la Kopi

ପବିତ୍ର ବାଇବଲ

1 ମୁଁ ତୁମ୍ଭମାନଙ୍କ ପାଖକୁ ତୃତୀୟ ଥର ଆସୁଛି। ମନେରଖ: “ପ୍ରତ୍ୟେକ ଅଭିଯୋଗ ପାଇଁ ଦୁଇ ବା ତିନି ଜଣ ସାକ୍ଷୀ ଦେବା ଦରକାର ଯେ ସେମାନେ ତାହାର ସତ୍ୟତା ବିଷୟରେ ଜାଣିଛନ୍ତି।”

Gade chapit la Kopi




୨ କରିନ୍ଥୀୟ 13:1
11 Referans Kwoze  

କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ ।


ମନୁଷ୍ୟ କୌଣସି ଅପରାଧ କି କୌଣସି ପାପ କଲେ, ତାହାର କୃତ ସେହି ପାପ ଲାଗି ଏକ ସାକ୍ଷୀ ତାହାର ପ୍ରତିକୂଳରେ ଉଠିବ ନାହିଁ; ଦୁଇ ସାକ୍ଷୀଙ୍କ ମୁଖ ଦ୍ୱାରା କିଅବା ତିନି ସାକ୍ଷୀଙ୍କ ମୁଖ ଦ୍ୱାରା ବିଚାର ନିଷ୍ପନ୍ନ ହେବ।


ପ୍ରାଣଦଣ୍ଡଯୋଗ୍ୟ ବ୍ୟକ୍ତି ଦୁଇ ସାକ୍ଷୀର ବା ତିନି ସାକ୍ଷୀର ମୁଖ ଦ୍ୱାରା ହତ ହେବ; ଏକ ସାକ୍ଷୀର ମୁଖ ଦ୍ୱାରା ତାହାର ପ୍ରାଣଦଣ୍ଡ ହେବ ନାହିଁ।


ଯେଉଁ ବ୍ୟକ୍ତି କୌଣସି ଲୋକକୁ ବଧ କରେ, ସେହି ନରହତ୍ୟାକାରୀ ସାକ୍ଷୀମାନଙ୍କ ସାକ୍ଷ୍ୟ ଦ୍ୱାରା ହତ ହେବ; ମାତ୍ର ଏକ ସାକ୍ଷୀର ସାକ୍ଷ୍ୟ କୌଣସି ଲୋକର ପ୍ରତିକୂଳରେ ପ୍ରାଣଦଣ୍ଡ ନିମନ୍ତେ ଗ୍ରାହ୍ୟ ହେବ ନାହିଁ।


ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି । ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ ।


ଆଉ ତାହା ସମ୍ମୁଖରେ ଦୁଇଗୋଟି ଦୁଷ୍ଟ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।


ଆଉ ଦୁଇଗୋଟି ଦୁଷ୍ଟ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।


ଦେଖ, ତୁମ୍ଭେ ରାଜାଙ୍କ ସଙ୍ଗେ କଥାବାର୍ତ୍ତା କରୁଥିବା ବେଳେ ମୁଁ ମଧ୍ୟ ତୁମ୍ଭ ପଛେ ଯାଇ ତୁମ୍ଭ କଥା ଦୃଢ଼ କରିବି।


Swiv nou:

Piblisite


Piblisite