Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:7 - ଓଡିଆ ବାଇବେଲ

7 ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥି ନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କର, ଏଥିପାଇଁ ପ୍ରାର୍ଥନା କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ଵରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥିନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟକର, ଏଥିପାଇଁ ପ୍ରାର୍ଥନା କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତୁମ୍ଭେମାନେ କୌଣସି ଅନ୍ୟାୟ କାର୍ଯ୍ୟରେ ଲିପ୍ତ ରୁହ ନାହିଁ, ଏଥିପାଇଁ ଆମେ ଈଶ୍ୱରଙ୍କ ନିକଟରେ ପ୍ରାର୍ଖନା କରୁଛୁ। ଆମେ ଯେ ଏଥିରେ ସାଫଲ୍ୟ ଲାଭ କରିଛୁ, ଏହା ଆମେ ଦେଖାଇବାକୁ ଯାଉ ନାହୁଁ, କିନ୍ତୁ ଆମେ ବ୍ୟର୍ଥ ହୋଇଥିଲେ ସୁଦ୍ଧା ତୁମ୍ଭମାନେ ଯେପରି ସତ୍କାର୍ଯ୍ୟ କରିବ, ଏଥିପାଇଁ ପ୍ରାର୍ଥନା କରୁଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥିନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କର, ଏଥିପାଇଁ ପ୍ରାର୍ଥନା କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

7 ଆମ୍ଭେ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ କିଛି ଭୁଲ୍ କାମ କରିବ ନାହିଁ। ଆମ୍ଭେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛୁ, ଏ କଥା ଲୋକମାନେ ଦେଖିବାରେ କିଛି ଲାଭ ନାହିଁ। ପରୀକ୍ଷାରେ ଆମ୍ଭେମାନେ ବିଫଳ ହୋଇଛୁ ବୋଲି ଯଦି ଲୋକଙ୍କୁ ଦେଖାଯାଏ, ତାହାହେଲେ ଯାହା ଠିକ୍ ତାହା କରିବା ଆମ୍ଭ ପକ୍ଷରେ ଅଧିକ ଗୁରୁତ୍ୱପୂର୍ଣ୍ଣ।

Gade chapit la Kopi




୨ କରିନ୍ଥୀୟ 13:7
25 Referans Kwoze  

ଯେଉଁ ଲୋକ ପରୀକ୍ଷା ସହ୍ୟ କରେ, ସେ ଧନ୍ୟ, କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ ।


ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍ ।


ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର ।


ଏଥି ନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି ।


ଶାନ୍ତିଦାତା ଈଶ୍ୱର ସ୍ୱୟଂ ତୁମ୍ଭମାନଙ୍କୁ ସମ୍ପୂର୍ଣ୍ଣ ରୂପେ ପବିତ୍ର କରନ୍ତୁ, ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନ ନିମନ୍ତେ ତୁମ୍ଭମାନଙ୍କ ଆତ୍ମା, ପ୍ରାଣ, ଶରୀର ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ରୂପେ ରକ୍ଷିତ ହେଉ ।


ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରିୟ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର ।


ତୁମ୍ଭେମାନେ ଅଣଯିହୂଦୀମାନଙ୍କ ମଧ୍ୟରେ ସଦାଚରଣ କର, ଯେପରି ସେମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କୁ ଦୁଷ୍କର୍ମକାରୀ ବୋଲି ନିନ୍ଦା କରନ୍ତି, ତୁମ୍ଭମାନଙ୍କର ସୁକର୍ମ ଦେଖି ସେହି ବିଷୟରେ କୃପାଦୃଷ୍ଟି ଦିନରେ ଈଶ୍ୱରଙ୍କ ଗୌରବ କରିବେ ।


ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ ।


କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ ।


କାରଣ ସେମାନେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ ।


କାରଣ କେବଳ ପ୍ରଭୁଙ୍କ ଦୃଷ୍ଟିରେ ନୁହେଁ, କିନ୍ତୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ମଧ୍ୟ ଯାହାସବୁ ଉତ୍ତମ, ସେହି ସବୁ ଆମ୍ଭେମାନେ ବିବେଚନା କରୁ ।


ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,


ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ ।


ଖ୍ରୀଷ୍ଟଙ୍କଠାରେ ପରୀକ୍ଷାସିଦ୍ଧ ଆପେଲ୍ଲାଙ୍କୁ ନମସ୍କାର ଜଣାଅ । ଆରିସ୍ତବୂଲଙ୍କ ପରିବାରସ୍ଥ ଲୋକମାନଙ୍କୁ ନମସ୍କାର ଜଣାଅ ।


ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ ।


ମନ୍ଦ ବଦଳରେ କାହାରି ମନ୍ଦ କର ନାହିଁ; ସମସ୍ତ ମନୁଷ୍ୟଙ୍କ ଦୃଷ୍ଟିରେ ଯାହା ଯାହା ଉତ୍ତମ, ସେହି ସବୁ ଚିନ୍ତା କର;


ତୁମ୍ଭେ ସେମାନଙ୍କୁ ଜଗତରୁ ଘେନିଯାଅ ବୋଲି ମୁଁ ପ୍ରାର୍ଥନା କରୁ ନାହିଁ, କିନ୍ତୁ ସେମାନଙ୍କୁ ମନ୍ଦରୁ ରକ୍ଷା କର ବୋଲି ପ୍ରାର୍ଥନା କରୁଅଛି ।


ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର । [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର । ଆମେନ୍ ।]


ମାତ୍ର ଏହି ଯାବେଷ୍‍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।


ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ ।


କିନ୍ତୁ ମୁଁ ଭରସା କରେ, ଆମ୍ଭେମାନେ ଯେ ପରୀକ୍ଷାସିଦ୍ଧ, ଏହା ତୁମ୍ଭେମାନେ ଜାଣିବ ।


କାରଣ ଆମ୍ଭେମାନେ ସତ୍ୟ ବିପକ୍ଷରେ କିଛି କରି ପାରୁ ନାହୁଁ, କିନ୍ତୁ ସତ୍ୟ ପକ୍ଷରେ କରି ପାରୁ ।


Swiv nou:

Piblisite


Piblisite