Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 13:9 - ଓଡିଆ ବାଇବେଲ

9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ଆମେ ଦୁର୍ବଳ ଥିଲାବେଳେ ତୁମ୍ଭେମାନେ ସବଳ ଥିବାରୁ।ମେ ଆନନ୍ଦିତ। ତେଣୁ ତୁମ୍ଭମାନଙ୍କ ଉନ୍ନତି ନିମନ୍ତେ ଆମେ ପ୍ରାର୍ଥନା କରୁଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।

Gade chapit la Kopi

ପବିତ୍ର ବାଇବଲ

9 ଯଦି ତୁମ୍ଭେମାନେ ବଳବାନ ଆମ୍ଭେ ଦୁର୍ବଳ ହେବାରେ ଆନନ୍ଦିତ। ଆମ୍ଭେ ପ୍ରାର୍ଥନା କରୁ ଯେ ତୁମ୍ଭେମାନେ ଅଧିକରୁ ଅଧିକ ଶକ୍ତିଶାଳୀ ହୋଇ ଯାଅ।

Gade chapit la Kopi




୨ କରିନ୍ଥୀୟ 13:9
21 Referans Kwoze  

ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ୱର ତୁମ୍ଭମାନଙ୍କ ସହିତ ରହିବେ ।


ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ ।


ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରି ପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ ।


ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ ।


ତାହାଙ୍କ ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା ସେ ଆମ୍ଭମାନଙ୍କ ଅନ୍ତରରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ସମ୍ପନ୍ନ କରି ତାହାଙ୍କ ଇଚ୍ଛା ସାଧନ କରିବାକୁ ତୁମ୍ଭମାନଙ୍କୁ ପ୍ରତ୍ୟେକ ସତ୍କର୍ମରେ ସିଦ୍ଧ କରନ୍ତୁ । ଯୁଗେ ଯୁଗେ ଗୌରବ ତାହାଙ୍କର । ଆମେନ୍‍ ।


ସ୍ୱର୍ଗରେ ଲିଖିତ ପ୍ରଥମଜାତମାନଙ୍କର ମଣ୍ଡଳୀ, ସମସ୍ତଙ୍କ ବିଚାରକର୍ତ୍ତା ଈଶ୍ୱର, ସିଦ୍ଧିପ୍ରାପ୍ତ ଧାର୍ମିକମାନଙ୍କ ଆତ୍ମାଗଣ,


ଅତଏବ ଆସ, ଆମ୍ଭେମାନେ ଖ୍ରୀଷ୍ଟଙ୍କ ବିଷୟକ ପ୍ରାଥମିକ ଶିକ୍ଷା ପରିତ୍ୟାଗ କରି ମୃତ କର୍ମରୁ ମନ ପରିବର୍ତ୍ତନ, ଈଶ୍ୱରଙ୍କଠାରେ ବିଶ୍ୱାସ,


ଯେପରି ଈଶ୍ୱରଙ୍କ ଲୋକ ସିଦ୍ଧ ହୋଇ ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ସୁସଜ୍ଜିତ ହୁଏ ।


ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ୱରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ ।


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;


ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।


ଆସ ଆମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ପ୍ରତିବାସୀର ନିଷ୍ଠା ନିମନ୍ତେ ମଙ୍ଗଳ ସାଧନ କରି ତାହାର ସୁଖ ଚେଷ୍ଟା କରୁ ।


ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ ।


ପୁଣି, ମୁଁ ଦୁର୍ବଳତା, ଭୟ ଓ ମହାକମ୍ପ ସହ ତୁମ୍ଭମାନଙ୍କ ମଧ୍ୟରେ ଥିଲି;


ସେ ତୁମ୍ଭମାନଙ୍କ ପ୍ରତି ଦୁର୍ବଳ ନୁହଁନ୍ତି, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଶକ୍ତିମାନ ଅଟନ୍ତି । କାରଣ ଯଦ୍ୟପି ସେ ଦୁର୍ବଳତା ହେତୁ କ୍ରୁଶାର୍ପିତ ହେଲେ, ତଥାପି ଈଶ୍ୱରଙ୍କ ଶକ୍ତି ହେତୁ ସେ ଜୀବିତ । ଆମ୍ଭେମାନେ ମଧ୍ୟ ତାହାଙ୍କଠାରେ ଦୁର୍ବଳ, ମାତ୍ର ଈଶ୍ୱରଙ୍କ ଶକ୍ତି ହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ପ୍ରତି ତାହାଙ୍କ ସହିତ ଜୀବିତ ହେବା ।


ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି ।


Swiv nou:

Piblisite


Piblisite