Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:11 - ଓଡିଆ ବାଇବେଲ

11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ । କାରଣ ଆମ୍ଭେମାନେ ତା'ର ସମସ୍ତ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗ-ପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାʼର ସମସ୍ତ କଳ୍ପନା ସମ୍ଵନ୍ଧରେ ଅଜ୍ଞ ନୋହୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତେଣୁ ଶୟତାନ ଆମ ବିରୁଦ୍ଧରେ କୌଣସି କାର୍ଯ୍ୟ କରିବାକୁ ସୁଯୋଗ ପାଏ ନାହିଁ; ତା’ର ସମସ୍ତ ଦୁରଭିସନ୍ଧି ଆମେ ଜାଣୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେପରି ଶୟତାନ ଆମ୍ଭମାନଙ୍କର ଅପକାର କରିବାକୁ ସୁଯୋଗପ୍ରାପ୍ତ ନ ହୁଏ। କାରଣ ଆମ୍ଭେମାନେ ତାହାର ସମସ୍ତ ଦୁଷ୍ଟ କଳ୍ପନା ସମ୍ବନ୍ଧରେ ଅଜ୍ଞ ନୋହୁଁ।

Gade chapit la Kopi

ପବିତ୍ର ବାଇବଲ

11 ଏପରି କରିବା ଉଦ୍ଦେଶ୍ୟ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟରେ ଅତି ଭଲ ଭାବରେ ଜାଣୁ।

Gade chapit la Kopi




୨ କରିନ୍ଥୀୟ 2:11
20 Referans Kwoze  

ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି ।


ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;


ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍‍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି ।


ତହିଁରେ ଯୀଶୁ ତାହାକୁ କହିଲେ, ଦୂର ହ, ଶୟତାନ, କାରଣ ଲେଖା ଅଛି, ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ, ପୁଣି, କେବଳ ତାହାଙ୍କର ଉପାସନା କରିବ ।


ଆଉ ଏହା ଆଶ୍ଚର୍ଯ୍ୟ ନୁହେଁ, କାରଣ ଶୟତାନ ନିଜେ ଦୀପ୍ତିମୟ ଦୂତର ବେଶ ଧାରଣ କରେ ।


ପରସ୍ପରକୁ ବଞ୍ଚିତ ନ କର; କେଜାଣି ପ୍ରାର୍ଥନା ନିମନ୍ତେ ଅବକାଶ ପାଇବା ପାଇଁ ଉଭୟ ଏକ ପରାମର୍ଶ ହୋଇ ଅଳ୍ପ କାଳ ପୃଥକ୍‍ ରହି ପାର; ଆଉ, ତୁମ୍ଭମାନଙ୍କ ଇନ୍ଦ୍ରିୟ ଦମନ ଅଭାବ ହେତୁ ଶୟତାନ ଯେପରି ତୁମ୍ଭମାନଙ୍କୁ ପରୀକ୍ଷା ନ କରେ, ଏଥିପାଇଁ ପୁନର୍ବାର ଏକତ୍ର ହୁଅ ।


ତହୁଁ ସଦାପ୍ରଭୁ ଶୟତାନଙ୍କୁ ପଚାରିଲେ, “ତୁମ୍ଭେ କି ଆମ୍ଭ ଦାସ ଆୟୁବ ପ୍ରତି ଧ୍ୟାନ ଦେଇଅଛ ? କାରଣ ତାହାର ସମାନ ସିଦ୍ଧ ଓ ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଲୋକ ପୃଥିବୀରେ କେହି ନାହିଁ; ପୁଣି, ଅକାରଣରେ ତାହାକୁ ନାଶ କରିବା ପାଇଁ ତୁମ୍ଭେ ତାହା ବିରୁଦ୍ଧରେ ଆମ୍ଭକୁ ପ୍ରବର୍ତ୍ତାଇଲେ ହେଁ ସେ ଏ ପର୍ଯ୍ୟନ୍ତ ଆପଣା ସରଳତା ଦୃଢ଼ କରି ଧରିଅଛି।”


ତାହାହେଲେ କେଜାଣି ଈଶ୍ୱର ସେମାନଙ୍କୁ ସତ୍ୟ ସମ୍ବନ୍ଧରେ ଜ୍ଞାନ ପାଇବା ପାଇଁ ମନପରିବର୍ତ୍ତନରୂପ ବର ଦେବେ,


ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,


କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ୱୀ ନୁହଁ ଓ ଯାହାକୁ ଶୟତାନର ନିଗୁଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ ।


ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ ।"


ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏ ପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”


ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ ।


ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।


ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସକୁ ଆଘାତ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।


Swiv nou:

Piblisite


Piblisite