Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 2:3 - ଓଡିଆ ବାଇବେଲ

3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥି ନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ଵାସ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ଲେଖିଥିଲି, ମୁଁ ସେଠାକୁ ଗଲେ; ଯେଉଁମାନଙ୍କ ଏାଗି ମୋର ଆନନ୍ଦ ହୁଅନ୍ତା, ସେମାନଙ୍କ ଦ୍ୱାରା ଯେପରି ମୁଁ ଦୁଃଖ ନ ପାଏ। ବାସ୍ତବିକ ମୋର ଦୁଢ଼ ବିଶ୍ୱାସ ଯେ, ମୋର ଆନନ୍ଦରେ ତୁମ୍ଭମାନଙ୍କ ଆନନ୍ଦ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ଯେଉଁମାନଙ୍କଠାରୁ ମୋହର ଆନନ୍ଦ ପାଇବା ଉଚିତ, ସେମାନଙ୍କଠାରୁ ମୁଁ ଆସି ଯେପରି ଦୁଃଖ ନ ପାଏ, ଏଥିନିମନ୍ତେ ମୁଁ ଏହି କଥା ଲେଖିଥିଲି, ଯେଣୁ ମୋହର ଆନନ୍ଦରେ ଯେ ତୁମ୍ଭମାନଙ୍କର ଆନନ୍ଦ, ଏହା ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ବିଶ୍ୱାସ।

Gade chapit la Kopi

ପବିତ୍ର ବାଇବଲ

3 ସେଥିପାଇଁ ମୁଁ ତୁମ୍ଭମାନଙ୍କୁ ପତ୍ର ଲେଖିଲି, ଯେହେତୁ ମୁଁ ଯେତେବେଳେ ତୁମ୍ଭମାନଙ୍କ ପାଖକୁ ଆସିବି, ଯେଉଁମାନଙ୍କଠାରୁ ମୋତେ ଆନନ୍ଦ ମିଳିବା କଥା, ସେମାନଙ୍କଠାରୁ ମୋତେ ଦୁଃଖ ନ ମିଳୁ। ତୁମ୍ଭମାନଙ୍କଠାରେ ମୋର ବିଶ୍ୱାସ ଅଛି ଯେ, ତୁମ୍ଭେମାନେ ମୋର ସହିତ ଆନନ୍ଦ କରିବ।

Gade chapit la Kopi




୨ କରିନ୍ଥୀୟ 2:3
17 Referans Kwoze  

ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେ କେହି ହେଉ, ଆପଣାର ଦଣ୍ଡ ବହନ କରିବ ।


ପୁଣି, ଆମ୍ଭେମାନେ ଆମ୍ଭମାନଙ୍କର ଆଉ ଜଣେ ଭାଇଙ୍କୁ ମଧ୍ୟ ସେମାନଙ୍କ ସଙ୍ଗେ ପଠାଉଅଛୁ, ତାଙ୍କୁ ଆମ୍ଭେମାନେ ଅନେକ ବିଷୟରେ ଅନେକ ଥର ଉଦ୍‍ଯୋଗୀ ବୋଲି ପ୍ରମାଣ ପାଇଅଛୁ, ପୁଣି, ତୁମ୍ଭମାନଙ୍କଠାରେ ଦୃଢ଼ ବିଶ୍ୱାସ କରିବାରୁ ସେ ଏବେ ଆହୁରି ଅଧିକ ଉଦ୍‍ଯୋଗୀ ହୋଇଅଛନ୍ତି ।


ତୁମ୍ଭର ଆଜ୍ଞାବହତାରେ ମୋହର ବିଶ୍ୱାସ ଥିବାରୁ ମୁଁ ତୁମ୍ଭକୁ ଲେଖୁଅଛି; ମୁଁ ଜାଣେ ଯେ, ମୁଁ ଯାହା କହୁଅଛି, ତୁମ୍ଭେ ତା'ଠାରୁ ଅଧିକ ମଧ୍ୟ କରିବ ।


ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ୱରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି । ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ ।


ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହି ସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ ।


କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ ।


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ ।


ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା


ତଥାପି ଭଗ୍ନୋତ୍ସାହମାନଙ୍କୁ ସାନ୍ତ୍ୱନା ଦିଅନ୍ତି ଯେ ଈଶ୍ୱର, ସେ ତୀତସଙ୍କ ଆଗମନ ଦ୍ୱାରା ଆମ୍ଭମାନଙ୍କୁ ସାନ୍ତ୍ୱନା ଦେଲେ,


ଆଉ, ତୁମ୍ଭେମାନେ ଯେପରି ଦ୍ୱିତୀୟ ଥର ଅନୁଗ୍ରହ ଲାଭ କରିପାର,


ତୁମ୍ଭମାନଙ୍କର ଇଚ୍ଛା କ'ଣ ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଯିବି ନା ପ୍ରେମ ଘେନି ଓ ମୃଦୁତାର ଆତ୍ମା ଘେନିଯିବି ?


କିନ୍ତୁ ମୁଁ ଈଶ୍ୱରଙ୍କୁ ସାକ୍ଷୀ ମାନି ମୋ' ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥକୁ ପୁନର୍ବାର ଯାଇ ନାହିଁ ।


କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି ।


ମୁଁ ଯେ ସର୍ବ ବିଷୟରେ ତୁମ୍ଭମାନଙ୍କଠାରେ ପୂର୍ଣ୍ଣବିଶ୍ୱାସ କରି ପାରେ, ଏଥିପାଇଁ ଆନନ୍ଦ କରୁଅଛି ।


ଏଥି ନିମନ୍ତେ ଅନୁପସ୍ଥିତ ହୋଇ ମୁଁ ଏହି ସବୁ ଲେଖୁଅଛି, ଯେପରି ଉପସ୍ଥିତ ହୋଇ, ପ୍ରଭୁ ମୋତେ ଯେଉଁ ଅଧିକାର ଭଗ୍ନ କରିବା ନିମନ୍ତେ ନ ଦେଇ ଗଠନ କରିବା ନିମନ୍ତେ ଦେଇଅଛନ୍ତି, ସେହି ଅଧିକାର ଅନୁସାରେ କଠୋର ବ୍ୟବହାର କରିବାକୁ ମୋତେ ନ ହୁଏ ।


Swiv nou:

Piblisite


Piblisite