Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 3:2 - ଓଡିଆ ବାଇବେଲ

2 ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ୱରୂପ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ରସ୍ଵରୂପ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ତୁମ୍ଭେମାନେ ହିଁ ଆମର ପରିଚୟ ପତ୍ରର, ଆମ ହୃଦୟ ଫଳକରେ ଲିଖିତ ଲିପି, ଯାହାକୁ ସମସ୍ତ ଜାଣନ୍ତୁ ଓ ପଢ଼ିପାରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭେମାନେ ତ ଆମ୍ଭମାନଙ୍କ ହୃଦୟରେ ଲିଖିତ ଏବଂ ସମସ୍ତ ଲୋକଙ୍କ ଜ୍ଞାତ ଓ ପଠିତ ଆମ୍ଭମାନଙ୍କ ପତ୍ର-ସ୍ୱରୂପ;

Gade chapit la Kopi

ପବିତ୍ର ବାଇବଲ

2 ତୁମ୍ଭେମାନେ ନିଜେ ଆମ୍ଭର ପ୍ରଶଂସା ପାତ୍ର ଅଟ। ଏହା ଆମ୍ଭ ହୃଦୟରେ ଲେଖି ହୋଇ ରହିଛି। ଏହା ସମସ୍ତଙ୍କୁ ଜଣା ଓ ସମସ୍ତେ ତାହାକୁ ପଢ଼ି ପାରିବେ।

Gade chapit la Kopi




୨ କରିନ୍ଥୀୟ 3:2
9 Referans Kwoze  

କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ ।


ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ' ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି ।


ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥି ନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି ।


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି । ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି ?


ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ ? ଈଶ୍ୱର ଜାଣନ୍ତି ।


ମୁଁ ତୁମ୍ଭମାନଙ୍କୁ ଦୋଷ ଦେବା ନିମନ୍ତେ ଏହା କହୁ ନାହିଁ; କାରଣ ମୁଁ ପୂର୍ବରେ କହିଅଛି, ତୁମ୍ଭେମାନେ ଆମ୍ଭମାନଙ୍କ ହୃଦୟରେ ଏପରି ସ୍ଥାନ ପାଇଅଛ ଯେ, ମଲେ ଆମ୍ଭେମାନେ ଏକତ୍ର ମରିବା, ପୁଣି, ବଞ୍ଚିଲେ ଏକତ୍ର ବଞ୍ଚିବା ।


ମୋତେ ଦିଆଯାଇଥିବା ଈଶ୍ୱରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ ।


ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ ? କିମ୍ବା କାହାରି କାହାରି ପରି କ'ଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ ?


Swiv nou:

Piblisite


Piblisite