Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 4:12 - ଓଡିଆ ବାଇବେଲ

12 ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏହିପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଅତଏବ, ଏହିପରି ଭାବରେ ଆମ ମଧ୍ୟରେ ମୃତ୍ୟ ଓ ତୁମ ମଧ୍ୟରେ ଜୀବନ କାର୍ଯ୍ୟ କରି ଚାଲିଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି।

Gade chapit la Kopi

ପବିତ୍ର ବାଇବଲ

12 ଅତଏବ ଆମ୍ଭ ଭିତରେ ମୃତ୍ୟୁ ଓ ତୁମ୍ଭମାନଙ୍କ ଭିତରେ ଜୀବନ ସକ୍ରିୟ ଅଟେ।

Gade chapit la Kopi




୨ କରିନ୍ଥୀୟ 4:12
9 Referans Kwoze  

ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ ।


ସେ ଆମ୍ଭମାନଙ୍କ ନିମନ୍ତେ ଆପଣା ପ୍ରାଣ ଦାନ କରିବା ଦ୍ୱାରା ଆମ୍ଭେମାନେ ପ୍ରେମର ପରିଚୟ ପାଇଅଛୁ; ପୁଣି, ଭାଇମାନଙ୍କ ନିମନ୍ତେ ଆମ୍ଭମାନଙ୍କର ମଧ୍ୟ ପ୍ରାଣ ଦାନ କରିବା ଉଚିତ ।


ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ ।


କିନ୍ତୁ ମୁଁ ଯେପରି ମୋହର ନିରୁପିତ ପଥର ଶେଷ ଯାଏ ଦୌଡ଼ି ପାରେ, ଆଉ ଈଶ୍ୱରଙ୍କ ଅନୁଗ୍ରହର ସୁସମାଚାର ପକ୍ଷରେ ସାକ୍ଷ୍ୟ ଦେବା ନିମନ୍ତେ ଯୀଶୁଙ୍କଠାରୁ ଯେଉଁ ସେବାର କାର୍ଯ୍ୟ ପାଇଅଛି, ତାହା ଯେପରି ସମ୍ପୂର୍ଣ୍ଣ କରି ପାରେ, ଏଥିପାଇଁ ମୁଁ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ ନ କରି ତାହା ଛୋଟ ମନେ କରୁଅଛି ।


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,


ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି । ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି ?


କାରଣ ମୋ' ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ ।


କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ ।


"ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି'', ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;


Swiv nou:

Piblisite


Piblisite