Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:12 - ଓଡିଆ ବାଇବେଲ

12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥି ନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଆମେ ଆଉ ଥରେ ତୁମ୍ଭମାନଙ୍କ ନିକଟରେ ଆମୂବଡ଼ିମା କରିବାରୁ ଚାହୁଁ ନାହୁଁ। ବରଂ ଆମ ସମ୍ପର୍କରେ ଯଥାର୍ଥରେ ଦର୍ପ କରିବା ପାଇଁ ତୁମ୍ଭମାନଙ୍କୁ ସୁଯୋଗ ଦେବା ଆମର ଉଦ୍ଦେଶ୍ୟ। ତା’ହେଲେ, ଅନ୍ତରର ଗୁଣ ନ ଦେଖି କେବଳ ବାହ୍ୟିକ ଆଡ଼ମ୍ବର ଲକ୍ଷ୍ୟ କରି ଯେଉଁମାନେ ଦର୍ପ କରନ୍ତି, ସେମାନଙ୍କୁ ତୁମ୍ଭେମାନେ ଉପଯୁକ୍ତ ଉତ୍ତର ଦେଇ ପାରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ।

Gade chapit la Kopi

ପବିତ୍ର ବାଇବଲ

12 ଆମ୍ଭେ ତୁମ୍ଭମାନଙ୍କ ଆଗରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭେମାନେ ଗର୍ବ ଅନୁଭବ କରି ପାରିବ। ତା'ହେଲେ ପ୍ରତ୍ୟକ୍ଷ ଦିଶୁଥିବା ବିଷୟ ଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭେମାନେ ଉତ୍ତର ଦେଇ ପାରିବ। ସେ ଲୋକମାନେ ଜଣକର ହୃଦୟରେ କ’ଣ ଅଛି, ତହିଁ ପାଇଁ ସେମାନେ ମନୋଯୋଗ କରନ୍ତି ନାହିଁ।

Gade chapit la Kopi




୨ କରିନ୍ଥୀୟ 5:12
13 Referans Kwoze  

ଆମ୍ଭେମାନେ କି ପୁନର୍ବାର ଆତ୍ମପ୍ରଶଂସା କରିବାକୁ ଆରମ୍ଭ କରୁଅଛୁ ? କିମ୍ବା କାହାରି କାହାରି ପରି କ'ଣ ତୁମ୍ଭମାନଙ୍କ ନିକଟକୁ ବା ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କର ପ୍ରଶଂସାପତ୍ର ଆବଶ୍ୟକ ?


ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି ।


କାରଣ ଯେ ନିଜର ପ୍ରଶଂସା କରେ, ସେ ପରୀକ୍ଷାସିଦ୍ଧ ନୁହେଁ, ମାତ୍ର ପ୍ରଭୁ ଯାହାର ପ୍ରଶଂସା କରନ୍ତି, ସେ ପରୀକ୍ଷାସିଦ୍ଧ ।


ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ ।


କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି ।


କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;


ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,


ଅନ୍ୟ ଲୋକ ତୁମ୍ଭର ପ୍ରଶଂସା କରୁ, ମାତ୍ର ତୁମ୍ଭର ନିଜ ମୁଖ ତାହା ନ କରୁ; ଅପର ଲୋକ କରୁ, ମାତ୍ର ତୁମ୍ଭ ନିଜ ଓଷ୍ଠ ତାହା ନ କରୁ।


ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ । ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ ।


ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ' ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ ।


Swiv nou:

Piblisite


Piblisite