Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:5 - ଓଡିଆ ବାଇବେଲ

5 ଆଉ ଯେ ଏଥି ନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ୱର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ଵର, ସେ ଆମ୍ଭମାନଙ୍କୁ ବଇନା ସ୍ଵରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଈଶ୍ୱର ଆମକୁ ଏହି ପ୍ରତିଭୂ ସ୍ୱରୂପ ତାଙ୍କର ପବିତ୍ରଆତ୍ମାଙ୍କୁ ସେ ଆମକୁ ଦାନ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ବର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ପବିତ୍ର ଆତ୍ମା ମଧ୍ୟ ଦାନ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ପରମେଶ୍ୱର ଆମ୍ଭକୁ ଏଥିପାଇଁ ପ୍ରସ୍ତୁତ କରିଛନ୍ତି, ଓ ସେ ଯାହା ପ୍ରତିଜ୍ଞା କରିଥିଲେ ତାହା ଆମ୍ଭକୁ ପ୍ରଦାନ କରିବେ ବୋଲି ଆତ୍ମା ଏଥିର ସାକ୍ଷ୍ୟ ଦିଏ।

Gade chapit la Kopi




୨ କରିନ୍ଥୀୟ 5:5
11 Referans Kwoze  

ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି ।


ଆଉ କେବଳ ତାହା ନୁହେଁ, କିନ୍ତୁ ପ୍ରଥମ ଫଳ ସ୍ୱରୂପେ ଆତ୍ମାଙ୍କୁ ପାଇଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ନିଜେ ନିଜେ ମଧ୍ୟ ପୁତ୍ରତ୍ୱ, ଅର୍ଥାତ୍‍ ଆପଣା ଆପଣା ଶରୀରର ମୁକ୍ତି ନିମନ୍ତେ ଅପେକ୍ଷା କରୁ କରୁ ଆପଣା ଆପଣା ଅନ୍ତରରେ ଆର୍ତ୍ତନାଦ କରୁଅଛୁ ।


ଆଉ ଈଶ୍ୱରଙ୍କ ଯେଉଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ମୁକ୍ତି ଦିବସ ନିମନ୍ତେ ମୁଦ୍ରାଙ୍କିତ ହୋଇଅଛ , ତାହାଙ୍କୁ ଦୁଃଖ ଦିଅ ନାହିଁ ।


ଯେ ତାହାଙ୍କ ଆଜ୍ଞା ପାଳନ କରେ, ସେ ତାହାଙ୍କଠାରେ ରହେ ଓ ସେ ତାହାଠାରେ ରହନ୍ତି; ଆଉ ସେ ଯେ ଆମ୍ଭମାନଙ୍କଠାରେ ରହନ୍ତି, ଏହା ଆମ୍ଭେମାନେ ତାହାଙ୍କ ଦତ୍ତ ଆତ୍ମାଙ୍କ ଦ୍ୱାରା ଜାଣୁଅଛୁ ।


କାରଣ ଆମ୍ଭେମାନେ ତାହାଙ୍କ ରଚନା, ଯେ ସମସ୍ତ ସତକାର୍ଯ୍ୟ ଆମ୍ଭେମାନେ କରିବୁ ବୋଲି ଈଶ୍ୱର ପୁର୍ବରୁ ପ୍ରସ୍ତୁତ କରିଥିଲେ, ଆଚରଣରେ ସେହି ସବୁ ସାଧନ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କଠାରେ ସୃଷ୍ଟ ।


କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;


ସିୟୋନର ଶୋକାର୍ତ୍ତ ଲୋକମାନଙ୍କ ପାଇଁ ନିରୂପଣ କରିବାକୁ, ଅର୍ଥାତ୍‍, ଭସ୍ମର ପରିବର୍ତ୍ତେ ଭୂଷଣ, ଦୁଃଖର ପରିବର୍ତ୍ତେ ସୁଖରୂପ ତୈଳ, ଅବସନ୍ନ ଆତ୍ମାର ପରିବର୍ତ୍ତେ ପ୍ରଶଂସାରୂପ ବସ୍ତ୍ର ପ୍ରଦାନ କରିବାକୁ ସେ ମୋତେ ପ୍ରେରଣ କରିଅଛନ୍ତି; ତହିଁରେ ସଦାପ୍ରଭୁ ଯେପରି ଗୌରବାନ୍ୱିତ ହେବେ, ଏଥିପାଇଁ ସେମାନେ ଧର୍ମରୂପ ବୃକ୍ଷ ଓ ତାହାଙ୍କର ଉଦ୍ୟାନ ବୋଲି ବିଖ୍ୟାତ ହେବେ।


ମାତ୍ର ଯେତେବେଳେ ସେ ଆମ୍ଭର ହସ୍ତକୃତ କର୍ମ ସ୍ୱରୂପ ତାହାର ସନ୍ତାନଗଣକୁ ଆପଣା ମଧ୍ୟରେ ଦେଖିବ, ସେତେବେଳେ ସେମାନେ ଆମ୍ଭ ନାମକୁ ପବିତ୍ର କରି ମାନିବେ; ହଁ, ସେମାନେ ଯାକୁବର ଧର୍ମସ୍ୱରୂପଙ୍କୁ ପବିତ୍ର ବୋଲି ମାନିବେ ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ଭ୍ରମ କରିବେ।


ମଧ୍ୟ ତୁମ୍ଭର ଲୋକ ସମସ୍ତେ ଧାର୍ମିକ ହେବେ, ସେମାନେ ଅନନ୍ତକାଳ ପର୍ଯ୍ୟନ୍ତ ଦେଶ ଅଧିକାର କରିବେ, ସେମାନେ ଆମ୍ଭର ଗୌରବାର୍ଥେ ଆମ୍ଭର ରୋପିତ ଶାଖା ଓ ଆମ୍ଭର ହସ୍ତକୃତ କର୍ମ ଅଟନ୍ତି।


Swiv nou:

Piblisite


Piblisite