Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 5:6 - ଓଡିଆ ବାଇବେଲ

6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟ; ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ସେଥିପାଇଁ ଆମେ ସବୁବେଳେ ସାହସ ଧରିଛୁ। ଆମେ ଜାଣୁ, ଯେତେ ଦିନ ଆମେ ଏହି ଦେହରେ ବାସ କରିଛୁ, ସେତେ ଦିନ ପ୍ରଭୁଙ୍କଠାରୁ ଦୂରରେ ବାସ କରିଛୁ, ସେତେ ଦିନ ପ୍ରଭୂଙ୍କଠାରୁ ଦୂରରେ ରହି ଜୀବନ ଦୃଶ୍ୟ ବିଷୟ ଛପରେ ନୁହେଁ- ମାତ୍ର ବିଶ୍ୱାସ ଛପରେ ପ୍ରତିଷ୍ଠିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ଯ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।

Gade chapit la Kopi

ପବିତ୍ର ବାଇବଲ

6 ଅତଏବ ଆମ୍ଭର ପୂର୍ଣ୍ଣ ଆଶା ଅଛି। ଆମ୍ଭେ ଜାଣୁ ଯେ, ଯେପର୍ଯ୍ୟନ୍ତ ଆମ୍ଭେ ଏହି ଦେହରେ ଅଛୁ ସେପର୍ଯ୍ୟନ୍ତ ଆମ୍ଭେ ପ୍ରଭୁଙ୍କଠାରୁ ଦୂରରେ ଅଛୁ।

Gade chapit la Kopi




୨ କରିନ୍ଥୀୟ 5:6
15 Referans Kwoze  

କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।


ଏସମସ୍ତେ ବିଶ୍ୱାସରେ ପ୍ରାଣତ୍ୟାଗ କଲେ; ସେମାନେ ପ୍ରତିଜ୍ଞାତ ଫଳପ୍ରାପ୍ତ ହେଲେ ନାହିଁ, ମାତ୍ର ଦୂରରୁ ତାହା ଦେଖି ଅଭିନନ୍ଦନ କଲେ ଏବଂ ପୃଥିବୀରେ ଆପଣାମାନଙ୍କୁ ବିଦେଶୀ ଓ ପ୍ରବାସୀ ବୋଲି ସ୍ୱୀକାର କଲେ ।


ମୁଁ ଯୋହନ, ତୁମ୍ଭମାନଙ୍କ ଭାଇ ଓ ଯୀଶୁଙ୍କ ସମ୍ବନ୍ଧୀୟ କ୍ଲେଶ, ରାଜ୍ୟ ଓ ଧୈର୍ଯ୍ୟର ସହଭାଗୀ, ମୁଁ ଈଶ୍ୱରଙ୍କ ବାକ୍ୟ ଓ ଯୀଶୁଙ୍କ ସାକ୍ଷ୍ୟ ହେତୁ ପାତ୍ମ ନାମକ ଦ୍ଵୀପରେ ଥିଲି ।


ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


ଅତଏବ, ତୁମ୍ଭମାନଙ୍କ ସାହସ ପରିତ୍ୟାଗ କର ନାହିଁ, ସେଥିର ମହା ପୁରସ୍କାର ଅଛି ।


ହଁ, ଆମ୍ଭେମାନେ ସାହସୀ ଅଟୁ, ଆଉ ଶରୀରଠାରୁ ଦୂରରେ ବାସ କରି ବରଂ ପ୍ରଭୁଙ୍କ ନିକଟରେ ନିବାସ କରିବାରେ ଆମ୍ଭମାନଙ୍କର ଅଧିକ ସନ୍ତୋଷ ।


ତହିଁରେ ରବ୍‍ଶାକି ସେମାନଙ୍କୁ କହିଲା, “ଏବେ ତୁମ୍ଭେମାନେ ହିଜକୀୟକୁ କୁହ, ମହାରାଜ ଅଶୂରର ରାଜା ଏହି କଥା କହନ୍ତି, ତୁମ୍ଭେ ଏହି ଯେଉଁ ବିଶ୍ୱାସ କରୁଅଛ, ତାହା କିରୂପ ବିଶ୍ୱାସ ?


କାରଣ ପ୍ରଭୁ, ସଦାପ୍ରଭୁ ଇସ୍ରାଏଲର ଧର୍ମସ୍ୱରୂପ କହିଲେ, “ଫେରିଲେ ଓ ଶାନ୍ତ ହେଲେ ତୁମ୍ଭେମାନେ ପରିତ୍ରାଣ ପାଇବ; ସୁସ୍ଥିରତା ଓ ବିଶ୍ୱାସରେ ତୁମ୍ଭମାନଙ୍କର ବଳ ହେବ, ପୁଣି, ତୁମ୍ଭେମାନେ ଅସମ୍ମତ ହେଲ।


ସଦାପ୍ରଭୁ ବିଷୟକ ଭୟ ଦୃଢ଼ ବିଶ୍ୱାସଭୂମି; ଆଉ, ତାହାଙ୍କ ସନ୍ତାନମାନେ ଆଶ୍ରୟ ସ୍ଥାନ ପାଇବେ।


ମୁଁ ପୃଥିବୀରେ ପ୍ରବାସୀ; ତୁମ୍ଭର ଆଜ୍ଞାସବୁ ମୋ’ଠାରୁ ଲୁଚାଅ ନାହିଁ।


ହେ ସଦାପ୍ରଭୁ, ମୋହର ପ୍ରାର୍ଥନା ଶୁଣ ଓ ମୋ’ ଆର୍ତ୍ତସ୍ୱରରେ କର୍ଣ୍ଣ ଦିଅ; ମୋ’ ଅଶ୍ରୁପାତରେ ନୀରବ ହୁଅ ନାହିଁ; କାରଣ ମୁଁ ତୁମ୍ଭ ନିକଟରେ ବିଦେଶୀ, ମୋହର ସମସ୍ତ ପୂର୍ବପୁରୁଷଗଣଙ୍କ ତୁଲ୍ୟ ପ୍ରବାସୀ।


କାରଣ, ଆମ୍ଭେମାନେ ଆପଣାମାନଙ୍କ ସମସ୍ତ ପୂର୍ବପୁରୁଷ ତୁଲ୍ୟ ତୁମ୍ଭ ସମ୍ମୁଖରେ ବିଦେଶୀ ଓ ପ୍ରବାସୀ; ପୃଥିବୀରେ ଆମ୍ଭମାନଙ୍କ ଦିନ ଛାୟା ତୁଲ୍ୟ ଓ ସ୍ଥାୟିତ୍ୱ କିଛି ନାହିଁ।


କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭାବି ନଗରର ଅନ୍ୱେଷଣ କରୁଅଛୁ ।


Swiv nou:

Piblisite


Piblisite