Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 6:1 - ଓଡିଆ ବାଇବେଲ

1 ଆହୁରି ମଧ୍ୟ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆହୁରି ମଧ୍ୟ ଈଶ୍ଵରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଈଶ୍ୱରଙ୍କ ପାଇଁ ଏକତ୍ର କାର୍ଯ୍ୟ କରୁଥିବାରୁ ଆମେ ତୁମ୍ଭମାନଙ୍କୁ ମିନତି କରୁଛୁ, ତୁମ ଜୀବନରେ ଈଶ୍ୱରଙ୍କ ଅନୁଗ୍ରହ ବିଫୁଳ କର ନାହିଁ। ୨ କାରଣ ସେ କହିଛନ୍ତି: “ତୁମ୍ଭମାନଙ୍କ ପ୍ରତି ଦୟା ସମୟ ଆସିବାରୁ ମୁଁ ତୁମ୍ଭମାନଙ୍କର ଆବେଦନ ଶୁଣିଲି, ପରିତ୍ରାଣ ଦିନାର ତୁମର ସହୟ ହେଲି।” ଦେଖ! ଏହା ହେଉଛି, ଈଶ୍ୱରଙ୍କ ଅନୁଗ୍ରହ ଗ୍ରହଣ କରିବା ସମୟ। ଆଜି ହେଉଛି ପରିତ୍ରାଣର ଦିନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।

Gade chapit la Kopi

ପବିତ୍ର ବାଇବଲ

1 ଆମ୍ଭେମାନେ ପରମେଶ୍ୱରଙ୍କ ସହିତ କାମ କରୁଥିବା ହେତୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ୱରଙ୍କଠାରୁ ଯେଉଁ ଅନୁଗ୍ରହ ତୁମ୍ଭେମାନେ ପାଇଛ, ତାହା ଯେପରି ବ୍ୟର୍ଥ ନ ଯାଏ।

Gade chapit la Kopi




୨ କରିନ୍ଥୀୟ 6:1
19 Referans Kwoze  

କାଳେ କେହି ଈଶ୍ୱରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;


କାରଣ ଆମ୍ଭେମାନେ ଈଶ୍ୱରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ୱରଙ୍କ କ୍ଷେତ୍ର, ଈଶ୍ୱରଙ୍କ ଗୃହ ।


ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଈଶ୍ୱରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;


ମୁଁ ଈଶ୍ୱରଙ୍କ ଅନୁଗ୍ରହକୁ ବ୍ୟର୍ଥ କରୁ ନାହିଁ; କାରଣ ଯଦି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକତା ଲାଭ ହୁଏ, ତାହାହେଲେ ଖ୍ରୀଷ୍ଟଙ୍କ ମୃତ୍ୟୁଭୋଗ କରିବା ବୃଥା ।


ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ୱରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା ।


ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ ? ତାହା କ'ଣ ପ୍ରକୃତରେ ବୃଥା ?


ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।


କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ୱରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି,


ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।


ତୁମ୍ଭମାନଙ୍କ ସାକ୍ଷାତରେ ତୁମ୍ଭମାନଙ୍କ ମଧ୍ୟରେ ନମ୍ର, କିନ୍ତୁ ଅସାକ୍ଷାତରେ ତୁମ୍ଭମାନଙ୍କ ପ୍ରତି ସାହସିକ ଯେ ମୁଁ ପାଉଲ, ମୁଁ ନିଜେ ଖ୍ରୀଷ୍ଟଙ୍କ ମୃଦୁ ଓ କୋମଳ ଭାବ ସ୍ମରଣ କରାଇ ତୁମ୍ଭମାନଙ୍କୁ ଅନୁରୋଧ କରେ;


ଆମ୍ଭେମାନେ ଜ୍ଞାନୀ ଓ ସଦାପ୍ରଭୁଙ୍କର ବ୍ୟବସ୍ଥା ଆମ୍ଭମାନଙ୍କଠାରେ ଅଛି, ଏହି କଥା ତୁମ୍ଭେମାନେ କିପରି କହୁଅଛ ? ମାତ୍ର, ଦେଖ, ଅଧ୍ୟାପକମାନଙ୍କର ମିଥ୍ୟା ଲେଖନୀ ମିଥ୍ୟା ଗଢ଼ିଅଛି।


ଏଥିରେ ଲୋକମାନେ ଶାଉଲଙ୍କୁ କହିଲେ, ଇସ୍ରାଏଲ ମଧ୍ୟରେ ଯେ ଏହି ମହାଉଦ୍ଧାର ସାଧନ କରିଅଛି, ସେହି ଯୋନାଥନ କ’ଣ ମରିବ ? ଏହା ଦୂରେ ଥାଉ; ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତାହାର ମସ୍ତକର ଗୋଟିଏ କେଶ ହିଁ ତଳେ ପଡ଼ିବ ନାହିଁ; କାରଣ, ସେ ଆଜି ପରମେଶ୍ୱରଙ୍କ ସହିତ କର୍ମ କରିଅଛି; ଏହିରୂପେ ଲୋକମାନେ ଯୋନାଥନକୁ ମୁକ୍ତ କରିବାରୁ ତାହାର ମୃତ୍ୟୁୁ ହେଲା ନାହିଁ।


ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;


ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି ।


ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ ।


Swiv nou:

Piblisite


Piblisite