Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 7:11 - ଓଡିଆ ବାଇବେଲ

11 ଯେଣୁ ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍‍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି । ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣଦେଇଅଛ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯେଣୁ ଦେଖ, ଈଶ୍ଵରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ତନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଦେଖ, ଈଶ୍ୱରଙ୍କ ଅଭିପ୍ରେତ ଏହି ଦୁଃଖ ତୁମ୍ଭମାନଙ୍କ ମନରେ କେତେ ଆଗ୍ରହ, କେତେ ଭୟ, କେତେ ଉତ୍ତେଜନା, ଆତ୍ମସଂଶୋଧନ ପାଇଁ କେତେ ପ୍ରେରଣା, ଦୁଷ୍କର୍ମକାରୀମାନଙ୍କୁ ଶାସ୍ତି ଦେବାକୁ କେତେ ତତ୍ସରତା ସଂଚାରିତ କରିଛି। ଏସବୁ ବିଷୟରେ ତୁମ୍ଭେମାନେ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍‌ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ।

Gade chapit la Kopi

ପବିତ୍ର ବାଇବଲ

11 ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍‌‌ଯୋଗୀ କରିଛି। ତୁମ୍ଭେମାନେ ଭୁ‌ଲ୍‌ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କ୍ରୋଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ୟାୟ ପ୍ରଦାନ କରିଛି। ତୁମ୍ଭେମାନେ ପ୍ରତ୍ୟେକ କଥାରେ ପ୍ରମାଣିତ କରି ଦେଇଛ ଯେ, ତୁମ୍ଭେମାନେ ସେହି ସମସ୍ୟାର କୌଣସି ଅଂଶ ପାଇଁ ମଧ୍ୟ ଦୋଷୀ ନ ଥିଲ।

Gade chapit la Kopi




୨ କରିନ୍ଥୀୟ 7:11
54 Referans Kwoze  

ଯେଣୁ ଯେ ଏହି ବିଷୟରେ ଖ୍ରୀଷ୍ଟଙ୍କର ସେବା କରେ, ସେ ଈଶ୍ୱରଙ୍କ ନିକଟରେ ସୁଗ୍ରାହ୍ୟ ଓ ମନୁଷ୍ୟମାନଙ୍କ ନିକଟରେ ପରୀକ୍ଷାସିଦ୍ଧ ହୁଏ ।


ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଈଶ୍ୱରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର ।


ଆଉ, କେବଳ ତାଙ୍କ ଆଗମନ ଦ୍ୱାରା ନୁହେଁ, କିନ୍ତୁ ଯେଉଁ ସାନ୍ତ୍ୱନା ଦ୍ୱାରା ସେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଥିଲେ, ତାହା ଦ୍ୱାରା ମଧ୍ୟ ସାନ୍ତ୍ୱନା ଦେଲେ, କାରଣ ସେ ତୁମ୍ଭମାନଙ୍କ ଉଦ୍‌ଯୋଗ, ତୁମ୍ଭମାନଙ୍କ ବିଳାପ, ମୋ' ସପକ୍ଷରେ ତୁମ୍ଭମାନଙ୍କ ଆଗ୍ରହ ବିଷୟ ଆମ୍ଭମାନଙ୍କୁ ଜଣାଇଲେ; ସେଥିରେ ମୁଁ ଆହୁରି ଅଧିକ ଆନନ୍ଦିତ ହେଲି ।


କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ୱର କରିବେ । ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ ।


ଭୟରେ ସଦାପ୍ରଭୁଙ୍କର ସେବା କର ଓ କମ୍ପିତ ହୋଇ ଉଲ୍ଲାସ କର।


ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍‍ଯୋଗୀ ହୋଇ ମନପରିବର୍ତ୍ତନ କର ।


ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର ।


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;


ଅତଏବ ଆସ, ଆମ୍ଭେମାନେ ସାବଧାନ ହେଉ, କାଳେ ତାହାଙ୍କ ବିଶ୍ରାମରେ ପ୍ରବେଶ କରିବାର ପ୍ରତିଜ୍ଞା ଥିବା ସ୍ଥଳେ ସୁଦ୍ଧା ତୁମ୍ଭମାନଙ୍କ ମଧ୍ୟରୁ କେହି ସେଥିରୁ ବଞ୍ଚିତ ହେଲା ପରି ଦେଖାଯାଏ ।


ଏହି କଥା ବିଶ୍ଵାସ୍ୟ, ଆଉ ଯେପରି ଈଶ୍ୱରଙ୍କଠାରେ ବିଶ୍ୱାସକାରୀମାନେ ସମସ୍ତ ସତ୍କର୍ମରେ ପ୍ରବୃତ୍ତ ରହିବାକୁ ମନୋଯୋଗୀ ହୁଅନ୍ତି, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ଦୃଢ ରୂପେ ଶିକ୍ଷା ଦିଅ ବୋଲି ମୋହର ଇଚ୍ଛା । ଏହି ସମସ୍ତ ବିଷୟ ମନୁଷ୍ୟମାନଙ୍କ ପକ୍ଷରେ ଉତ୍ତମ ଓ ହିତଜନକ ।


ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,


ଅନ୍ଧକାରର ନିଷ୍ଫଳ କର୍ମ ସବୁର ସହଭାଗୀ ହୁଅ ନାହିଁ,ବରଂ ସେ ସବୁର ଦୋଷହିଁ ଦେଖାଇଦିଅ;


କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ ।


ମାତ୍ର ତୁମ୍ଭେମାନେ ଯେପରି କୌଣସି ମନ୍ଦ କର୍ମ ନ କର, ଏଥିପାଇଁ ଆମ୍ଭେମାନେ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁଅଛୁ; ଆମ୍ଭେମାନେ ଯେପରି ପରୀକ୍ଷାସିଦ୍ଧ ବୋଲି ଦେଖାଯାଉ, ଏଥି ନିମନ୍ତେ ପ୍ରାର୍ଥନା କରୁ ନାହୁଁ, ମାତ୍ର ପରୀକ୍ଷାସିଦ୍ଧ ନ ହେବା ପରି ଦେଖାଗଲେ ସୁଦ୍ଧା ଯେପରି ତୁମ୍ଭେମାନେ ଉତ୍ତମ କାର୍ଯ୍ୟ କର, ଏଥିପାଇଁ ପ୍ରାର୍ଥନା କରୁଅଛୁ ।


କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତ ବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ ।


ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,


ଅଧିକାଂଶଙ୍କ ଦ୍ୱାରା ଏପରିଲୋକ ଯେଉଁ ଶାସ୍ତି ପାଇଅଛି, ତାହା ପକ୍ଷରେ ତାହା ଯଥେଷ୍ଟ;


ମାତ୍ର ଯେପରି ଶରୀର ମଧ୍ୟରେ ବିଭେଦ ନ ଘଟେ, ବରଂ ଅଙ୍ଗପ୍ରତ୍ୟଙ୍ଗ ସମଭାବରେ ପରସ୍ପରର ମଙ୍ଗଳ ଚିନ୍ତା କରନ୍ତି, ଏଥିପାଇଁ ଈଶ୍ୱର ଆଦରହୀନ ଅଙ୍ଗକୁ ଅଧିକତର ସମାଦର ଦେଇ ଶରୀରକୁ ସଙ୍ଗଠନ କରିଅଛନ୍ତି ।


ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥି ନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ ?


ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ । ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର;


ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା ।


ତୁମ୍ଭ ଗୃହ ନିମନ୍ତେ ଉଦ୍‍ଯୋଗ ମୋତେ ଗ୍ରାସ କରିବ, ଏହା ଲେଖା ଅଛି ବୋଲି ତାହାଙ୍କ ଶିଷ୍ୟମାନଙ୍କର ମନରେ ପଡ଼ିଲା ।


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା ।


ତହୁଁ ରାଜା ଏ କଥା ଶୁଣି ଅତିଶୟ ଅସନ୍ତୁଷ୍ଟ ହେଲା, ପୁଣି ଦାନିୟେଲଙ୍କୁ ଉଦ୍ଧାର କରିବା ପାଇଁ ତାଙ୍କ ବିଷୟରେ ମନୋଯୋଗ କଲା; ଆଉ, ତାଙ୍କୁ ରକ୍ଷା କରିବା ପାଇଁ ସୂର୍ଯ୍ୟାସ୍ତ ପର୍ଯ୍ୟନ୍ତ ଚେଷ୍ଟା କଲା।


କାରଣ ଆମ୍ଭର ହସ୍ତ ଏହିସବୁ ନିର୍ମାଣ କରିଅଛି, ଆଉ ତହିଁ ସକାଶୁ ଏହିସବୁ ଉତ୍ପନ୍ନ ହେଲା,” ଏହା ସଦାପ୍ରଭୁ କହନ୍ତି; “ମାତ୍ର ଏହି ଲୋକ ପ୍ରତି, ଅର୍ଥାତ୍‍, ଯେଉଁ ଲୋକ ଦୁଃଖୀ, ଚୂର୍ଣ୍ଣମନା ଓ ଯେ ଆମ୍ଭ ବାକ୍ୟରେ କମ୍ପମାନ ହୁଏ, ତାହା ପ୍ରତି ଆମ୍ଭେ ଦୃଷ୍ଟିପାତ କରିବା।


ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।


ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ମୋହର ତୁଲ୍ୟ ଆପଣା ବାହୁରେ ଧାରଣ କର; କାରଣ ପ୍ରେମ ମୃତ୍ୟୁୁ ପରି ବଳବାନ; ଅନ୍ତର୍ଜ୍ୱାଳା ପାତାଳ ପରି ଦୃଢ଼; ତହିଁର ଶିଖା ଅଗ୍ନିଶିଖା, ଅତି ଭୟଙ୍କର ଅଗ୍ନିଶିଖା।


ଯେଉଁ ଲୋକ ସବୁବେଳେ କୁକର୍ମ କରିବାକୁ ଭୟ ରଖେ, ସେ ଧନ୍ୟ; ମାତ୍ର ଯେ ଆପଣା ମନକୁ କଠିନ କରେ, ସେ ଆପଦରେ ପଡ଼ିବ।


ଜ୍ଞାନୀ ଲୋକ ସତର୍କ ଥାଏ ଓ ମନ୍ଦକୁ ଛାଡ଼ି ଦିଏ; ମାତ୍ର ମୂର୍ଖ ଲୋକ ଦାମ୍ଭିକଭାବ ବହି ଦୁଃସାହସୀ ହୁଏ।


ସେ ଆପଣା ଭୟକାରୀମାନଙ୍କର ବାଞ୍ଛା ପୂର୍ଣ୍ଣ କରିବେ; ଆହୁରି, ସେ ସେମାନଙ୍କର କାକୂକ୍ତି ଶୁଣିବେ ଓ ସେମାନଙ୍କୁ ପରିତ୍ରାଣ କରିବେ।


ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ।


ମୋହର ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି, କାରଣ ମୋହର ବିପକ୍ଷଗଣ ତୁମ୍ଭର ବାକ୍ୟସବୁ ପାସୋରି ଅଛନ୍ତି।


କାରଣ ତୁମ୍ଭ ଗୃହବିଷୟକ ଉଦ୍‍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ’ ଉପରେ ପଡ଼ିଅଛି।


ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋ’ ପ୍ରାଣ ତୁମ୍ଭ ପାଇଁ ଧକାଏ।


ହେ ପ୍ରଭୁ, ମୋହର ସକଳ ବାଞ୍ଛା ତୁମ୍ଭ ସମ୍ମୁଖରେ ଅଛି ଓ ମୋହର କାତରୋକ୍ତି ତୁମ୍ଭଠାରୁ ଗୁପ୍ତ ନୁହେଁ।


ମାତ୍ର ସେମାନେ ପୀଡ଼ିତ ଥିବା ବେଳେ ଚଟ ମୋହର ପରିଧେୟ ବସ୍ତ୍ର ହେଲା; ମୁଁ ଉପବାସ କରି ଆପଣା ପ୍ରାଣକୁ କ୍ଳେଶ ଦେଲି ପୁଣି, ମୋହର ପ୍ରାର୍ଥନାର ଉତ୍ତର ମୋତେ ମିଳିଲା ନାହିଁ।


ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଅଭିଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ୱରଙ୍କ ନାମରେ ଶପଥ କରାଇ କହିଲି, “ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ।”


ଏବେ ଆନନ୍ଦ କରୁଅଛି, ତୁମ୍ଭେମାନେ ଯେ ଦୁଃଖିତହେଲ, ସେଥିପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କର ଦୁଃଖ ଯେ ତୁମ୍ଭମାନଙ୍କ ମନପରିବର୍ତ୍ତନର କାରଣ ହେଲା, ଏଥିପାଇଁ; ଯେଣୁ ଆମ୍ଭମାନଙ୍କର ଦ୍ୱାରା ତୁମ୍ଭମାନଙ୍କର ଯେପରି କୌଣସି କ୍ଷତି ନ ହୁଏ, ସେଥିପାଇଁ ତୁମ୍ଭେମାନେ ଈଶ୍ୱରଙ୍କ ଇଚ୍ଛାନୁସାରେ ଦୁଃଖପ୍ରାପ୍ତ ହେଲ ।


ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।


କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି ।


ପୁଣି, ଯେପରି କେହି ଏବିଷୟରେ ସୀମା ଅତିକ୍ରମ କରି ଆପଣା ଭାଇକୁ ପ୍ରବଞ୍ଚନା ନ କରେ, ଯେଣୁ ପ୍ରଭୁ ଏସମସ୍ତ ବିଷୟରେ ଦଣ୍ଡଦାତା, ଯେପରି ଆମ୍ଭେମାନେ ପୂର୍ବେ ମଧ୍ୟ ତୁମ୍ଭମାନଙ୍କୁ ଜଣାଇ ସାକ୍ଷ୍ୟ ଦେଇଥିଲୁ ।


ଯେଉଁମାନେ ପାପ କରନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟ ପାଆନ୍ତି ।


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।


Swiv nou:

Piblisite


Piblisite