Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 7:12 - ଓଡିଆ ବାଇବେଲ

12 ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ୱରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି । ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ଵରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି। ଅତଏବ, ଆମ୍ଭେମାନେ ସାନ୍ତ୍ଵନା ପ୍ରାପ୍ତ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତୁମ୍ଭାନଙ୍କ ମଧ୍ୟରୁ ଯେ ଅନ୍ୟାୟ କରିଛି ବା ଯେ ଅନ୍ୟାୟ ସହିଛି, ତା’ ଉଦ୍ଦେଶ୍ୟରେ ମୁଁ ସେହି ଚିଠି ଲେଖି ନ ଥିଲି। ବରଂ ଈଶ୍ୱରଙ୍କ ଦୃଷ୍ଟିରେ ଆମ ପ୍ରତି ତୁମର ଭକ୍ତି କେତେ ଗଭୀର ଓ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି। ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ।

Gade chapit la Kopi

ପବିତ୍ର ବାଇବଲ

12 ମୁଁ ଅପରାଧୀ ଲୋକ ପାଇଁ, ବା ଯାହା ପ୍ରତି ଅପରାଧ ହୋଇଥିଲା, ତାହା ପାଇଁ ଲେଖି ନ ଥିଲି, ବରଂ ପରମେଶ୍ୱରଙ୍କ ଆଗରେ ତୁମ୍ଭମାନଙ୍କର ଆମ୍ଭ ପାଇଁ କେତେ ଚିନ୍ତା ଅଛି, ଏହା ତୁମ୍ଭେମାନେ ଯେପରି ଦେଖି ପାର, ସେଥିପାଇଁ ଲେଖିଥିଲି।

Gade chapit la Kopi




୨ କରିନ୍ଥୀୟ 7:12
8 Referans Kwoze  

କାରଣ ତୁମ୍ଭେମାନେ ସମସ୍ତ ବିଷୟରେ ଯେ ବାଧ୍ୟ ଅଟ, ତୁମ୍ଭମାନଙ୍କ ବିଷୟରେ ସେଥିର ପ୍ରମାଣ ଯେପରି ମୁଁ ପାଏ, ଏହି ଉଦ୍ଦେଶ୍ୟରେ ମଧ୍ୟ ଲେଖିଥିଲି ।


(କେହି ଯେବେ ଆପଣା ପରିବାରକୁ ଶାସନ କରିବାକୁ ଜାଣେ ନାହିଁ, ତେବେ ସେ କିପରି ଈଶ୍ୱରଙ୍କ ମଣ୍ଡଳୀର ଦାୟିତ୍ୱ ନେବ ?)


ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋ' ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍‍ ମଣ୍ଡଳୀସମୂହ ନିମନ୍ତେ ଚିନ୍ତା ।


ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ ? ଈଶ୍ୱର ଜାଣନ୍ତି ।


ଯେଣୁ ମୋହର ପତ୍ର ଦ୍ୱାରା ଯଦ୍ୟପି ମୁଁ ତୁମ୍ଭମାନଙ୍କୁ ଦୁଃଖ ଦେଲି, ତଥାପି ମୁଁ ସେଥିସକାଶେ ଦୁଃଖିତ ନୁହେଁ; ସେହି ପତ୍ର ତୁମ୍ଭମାନଙ୍କୁ ଅଳ୍ପ କାଳ ନିମନ୍ତେ ସୁଦ୍ଧା ଦୁଃଖ ଦେଇଥିବାର ଦେଖି ମୁଁ ଦୁଃଖିତ ହୋଇଥିଲେ ସୁଦ୍ଧା


ସେହି ଅନେକ ଲୋକ ଯେପରି ଈଶ୍ୱରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ୱରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।


Swiv nou:

Piblisite


Piblisite