Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 7:4 - ଓଡିଆ ବାଇବେଲ

4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟ; ଦର୍ପ; ମୁଁ ସାନ୍ତ୍ଵନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ତୁମ୍ଭମାନଙ୍କ ଉପରେ ମୋର ଗର୍ବ ମଧ୍ୟ ଯଥେଷ୍ଟ। ଦୁଃଖ କଷ୍ଟ ସମୟରେ ମୁଁ ଅପୂର୍ବ ସାହାସ ଦେଖାଇଛି। ଆନନ୍ଦରେ ବିହ୍ୱଳ ହୋଇଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି।

Gade chapit la Kopi

ପବିତ୍ର ବାଇବଲ

4 ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ।

Gade chapit la Kopi




୨ କରିନ୍ଥୀୟ 7:4
27 Referans Kwoze  

ଈଶ୍ୱରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି ।


ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ,


ହେ ମୋହର ଭାଇମାନେ, ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ,


ମୁଁ ତୁମ୍ଭମାନଙ୍କ ନିମନ୍ତେ ଯେଉଁ ସବୁ ଦୁଃଖଭୋଗ କରୁଅଛି, ସେଥିରେ ଏବେ ଆନନ୍ଦ କରୁଅଛି, ଆଉ ଖ୍ରୀଷ୍ଟଙ୍କର ଯେଉଁ କ୍ଳେଶଭୋଗ ବାକି ଅଛି, ତାହା ମୁଁ ତାହାଙ୍କ ଶରୀରରୂପ ମଣ୍ଡଳୀ ନିମନ୍ତେ ମୋହର ଶରୀରରେ ପୂରଣ କରୁଅଛି;


ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି, ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି,


ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କୁ ଦିଆଯାଇଥିବା ଈଶ୍ୱରଙ୍କ ଯେଉଁ ଅନୁଗ୍ରହ, ସେଥିନିମନ୍ତେ ମୁଁ ସର୍ବଦା ତୁମ୍ଭମାନଙ୍କ ବିଷୟରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି,


କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?


ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ ।


ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି ।


ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ ।


ଅତଏବ, ତୁମ୍ଭମାନଙ୍କ ପ୍ରେମ ଓ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପର ପ୍ରମାଣ ମଣ୍ଡଳୀସମୂହର ସମ୍ମୁଖରେ ସେମାନଙ୍କୁ ଦେଖାଅ ।


କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ, ସେ ସବୁବେଳେ ଆମ୍ଭମାନଙ୍କୁ ଘେନି ଖ୍ରୀଷ୍ଟଙ୍କଠାରେ ବିଜୟ ଯାତ୍ରା କରୁଅଛନ୍ତି, ଆଉ ସବୁ ସ୍ଥାନରେ ତାହାଙ୍କ ଜ୍ଞାନରୂପ ସୁବାସ ଆମ୍ଭମାନଙ୍କ ଦ୍ୱାରା ପ୍ରକାଶ କରୁଅଛନ୍ତି,


ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଦିନରେ ତୁମ୍ଭେମାନେ ଯେପ୍ରକାରେ ଆମ୍ଭମାନଙ୍କ ଦର୍ପର କାରଣ, ସେହି ପ୍ରକାରେ ଆମ୍ଭେମାନେ ଯେ ତୁମ୍ଭମାନଙ୍କ ଦର୍ପର କାରଣ, ଏହା ତୁମ୍ଭେମାନେ ଯେପରି ଆମ୍ଭମାନଙ୍କ ବିଷୟରେ ଆଂଶିକ ଭାବରେ ବୁଝିଅଛ, ସେପରି ଶେଷ ପର୍ଯ୍ୟନ୍ତ ବୁଝୁଥିବ ବୋଲି ମୁଁ ଭରସା କରୁଅଛି ।


କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି,


ସେଥିରେ ସେମାନେ ଯେ ସେହି ନାମ ସକାଶେ ଅପମାନ ଭୋଗିବାକୁ ଯୋଗ୍ୟ ବୋଲି ଗଣିତ ହୋଇଥିଲେ, ସେଥିନିମନ୍ତେ ସେମାନେ ଆନନ୍ଦ କରୁ କରୁ ମହାସଭାରୁ ବାହାରିଗଲେ;


ଯେଣୁ ଯଦି କୌଣସି ବିଷୟରେ ତୀତସଙ୍କ ନିକଟରେ ତୁମ୍ଭମାନଙ୍କ ସମ୍ବନ୍ଧରେ ମୁଁ ଦର୍ପ କରିଅଛି, ତେବେ ଲଜ୍ଜିତ ହୋଇ ନାହିଁ, ବରଂ ଯେପରି ଆମ୍ଭେମାନେ ସମସ୍ତ ବିଷୟରେ ତୁମ୍ଭମାନଙ୍କୁ ସତ୍ୟ କହିଥିଲୁ, ସେହିପରି ତୀତସଙ୍କ ସମ୍ମୁଖରେ ଆମ୍ଭମାନଙ୍କ ଦର୍ପ ମଧ୍ୟ ସତ୍ୟ ବୋଲି ଜଣାଯାଇଅଛି ।


କାରଣ ଆମ୍ଭମାନଙ୍କ ଅଧିକାର ସମ୍ବନ୍ଧରେ ମୁଁ କିଛି ଅଧିକ ଦର୍ପ କଲେ ସୁଦ୍ଧା ଲଜ୍ଜା ପାଇବି ନାହିଁ; ତୁମ୍ଭମାନଙ୍କୁ ଭୂମିସାତ୍‍ କରିବା ନିମନ୍ତେ ପ୍ରଭୁ ଆମ୍ଭମାନଙ୍କୁ ଏହି ଅଧିକାର ନ ଦେଇ ତୁମ୍ଭମାନଙ୍କର ଗଠନ ନିମନ୍ତେ ଦେଇଅଛନ୍ତି;


ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ୱରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି ।


ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ' ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ ।


ଏପରିକି ତୁମ୍ଭେମାନେ ଯେଉଁ ସମସ୍ତ ତାଡ଼ନା ଓ କଷ୍ଟ ଭୋଗୁଅଛ, ସେଥିମଧ୍ୟରେ ତୁମ୍ଭମାନଙ୍କର ସହିଷ୍ଣୁତା ଓ ବିଶ୍ୱାସ ନିମନ୍ତେ ଆମ୍ଭେମାନେ ନିଜେ ଈଶ୍ୱରଙ୍କ ମଣ୍ଡଳୀସମୂହରେ ତୁମ୍ଭମାନଙ୍କ ବିଷୟରେ ଗର୍ବ କରିଥାଉ ।


କାରଣ, ହେ ଭାଇ, ପବିତ୍ର ସାଧୁମାନଙ୍କ ହୃଦୟ ତୁମ୍ଭ ଦ୍ୱାରା ଆଶ୍ୱାସନା ପ୍ରାପ୍ତ ହୋଇଥିବାରୁ ମୁଁ ତୁମ୍ଭ ପ୍ରେମରୁ ବହୁତ ଆନନ୍ଦ ଓ ଉତ୍ସାହ ଲାଭ କଲି ।


Swiv nou:

Piblisite


Piblisite