Biblia Todo Logo
Bib sou entènèt

- Piblisite -




୨ କରିନ୍ଥୀୟ 8:10 - ଓଡିଆ ବାଇବେଲ

10 ଏ ସମ୍ବନ୍ଧରେ ମୋର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ,ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଏସମ୍ଵନ୍ଧରେ ମୋର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ଏ ବିଷୟରେ ତୁମ୍ଭମାନଙ୍କୁ ମୋର ଏହି ପରାମର୍ଶ- ଗତବର୍ଷ ତୁମ୍ଭେମାନେ ଯାହା ଆରମ୍ଭ କରିଥିଲ,ତାହା ବର୍ତ୍ତମାନ ଶେଷ କରିବା ତୁମ୍ଭମାନଙ୍କର ଉଚିତ୍। କେବଳ କାର୍ଯ୍ୟ କରିବାରେ ନୁହେଁ, କାତ୍ର କାର୍ଯ୍ୟ କରିବାକୁ ସଙ୍କଳ୍ପ ପ୍ରକାଶ କରିବାରେ ତୁମ୍ଭେମାନେ ହେଉଛ ପ୍ରଥମ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଏ ସମ୍ବନ୍ଧରେ ମୋହର ମତ ଏହି, ତାହା ତ ତୁମ୍ଭମାନଙ୍କ ନିମନ୍ତେ ହିତଜନକ, ଯେଣୁ ଗତ ବର୍ଷରୁ ତୁମ୍ଭେମାନେ ଯେ ପ୍ରଥମ କରି କାର୍ଯ୍ୟ କରିବାକୁ ଆରମ୍ଭ କଲ, ତାହା ନୁହେଁ, ମାତ୍ର ଏହା କରିବା ନିମନ୍ତେ ପ୍ରଥମରେ ଇଚ୍ଛା ସୁଦ୍ଧା କରିଥିଲ;

Gade chapit la Kopi

ପବିତ୍ର ବାଇବଲ

10 ଏହି ବିଷୟରେ ମୁଁ ତୁମ୍ଭମାନଙ୍କୁ ନିଜର ପରାମର୍ଶ ଦେଉଛି। ଏହା ତୁମ୍ଭମାନଙ୍କ ପାଇଁ ସର୍ବଶ୍ରେଷ୍ଠ। ଗତ ବର୍ଷ ତୁମ୍ଭେମାନେ ପ୍ରଥମେ ଦାନ ଦେବା ପାଇଁ ଇଚ୍ଛା କରିଥିଲ ଓ ପ୍ରକୃତରେ ପ୍ରଥମେ ଦାନ ମଧ୍ୟ ଦେଇଥିଲ। ଅତଏବ ଯେଉଁ କାମଟିକୁ ତୁମ୍ଭେମାନେ ଆରମ୍ଭ କରିଥିଲ ତାହାକୁ ଶେଷ କର।

Gade chapit la Kopi




୨ କରିନ୍ଥୀୟ 8:10
18 Referans Kwoze  

ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ୱରଙ୍କର ପରମ ସନ୍ତୋଷ ।


କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତ ବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି, ତୁମ୍ଭମାନଙ୍କ ଉଦ୍‌ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି ।


କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଈଶ୍ୱରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ ।


କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି ।


ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।


ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ ।


ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍‍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି ।


ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥି ନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ ।


ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି ।


ସମୁଦାୟ ଜାତି ବିନଷ୍ଟ ନ ହୋଇ ଲୋକସାଧାରଣଙ୍କ ନିମନ୍ତେ ଜଣେ ଯେ ମରିବା ତୁମ୍ଭମାନଙ୍କ ପକ୍ଷରେ ମଙ୍ଗଳଜନକ, ଏହା ମଧ୍ୟ ତୁମ୍ଭେମାନେ ବିଚାର କରୁ ନାହଁ ।


ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ଡା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।


ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ ।


ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ । ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ ।


ଲୋକସାଧାରଣଙ୍କ ନିମନ୍ତେ ଜଣେ ମରିବା ମଙ୍ଗଳଜନକ ବୋଲି ଯିହୂଦୀମାନଙ୍କୁ ଯେ ପରାମର୍ଶ ଦେଇଥିଲେ, ଏ ସେହି କୟାଫା ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୋହର ପ୍ରସ୍ଥାନ କରିବାରେ ତୁମ୍ଭମାନଙ୍କର ମଙ୍ଗଳ, କାରଣ ମୁଁ ପ୍ରସ୍ଥାନ ନ କଲେ ସେହି ସାହାଯ୍ୟକାରୀ ତୁମ୍ଭମାନଙ୍କ ନିକଟକୁ ଆସିବେ ନାହିଁ, ମାତ୍ର ମୁଁ ଗଲେ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଦେବି ।


ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥି ନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ ।


Swiv nou:

Piblisite


Piblisite