Biblia Todo Logo
Bib sou entènèt

- Piblisite -




୨ ପିତର 1:1 - ଓଡିଆ ବାଇବେଲ

1 ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଶିମୀୟୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ଵର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ଵାସ ପ୍ରାପ୍ତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଯେଉଁମାନେ ଆମ ଈଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଧାର୍ମିକତା ଯୋଗୁଁ ଆମ ପରି ବିଶ୍ୱାସରୂପ ବହୁମୂଲ୍ୟ ଦାନ ପ୍ରାପ୍ତ ହୋଇଛନ୍ତି, ସେମାନଙ୍କ ନିକଟକୁ ଯୀଶୁ ଖ୍ରୀଷ୍ଟଙ୍କ ସେବକ ଓ ପ୍ରେରିତ ଶିଷ୍ୟ ଶିମୋନ ପିତରଙ୍କ ପତ୍ର:-

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଶିମୋନ ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ଦାସ ଓ ପ୍ରେରିତ, ଆମ୍ଭମାନଙ୍କ ଈଶ୍ବର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କର ଧାର୍ମିକତା ହେତୁ ଯେଉଁମାନେ ଆମ୍ଭମାନଙ୍କ ସହିତ ସମାନ ଭାବରେ ବହୁମୂଲ୍ୟ ବିଶ୍ୱାସ ପ୍ରାପ୍ତ କରିଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।

Gade chapit la Kopi

ପବିତ୍ର ବାଇବଲ

1 ଯୀଶୁ ଖ୍ରୀଷ୍ଟଙ୍କ ସେବକ ଓ ପ୍ରେରିତ, ଶିମିୟୋନ ପିତର ତୁମ୍ଭମାନଙ୍କୁ, ଯେଉଁମାନଙ୍କର ବିଶ୍ୱାସ ଅତି ବହୁମୂଲ୍ୟ, ଏହି ପତ୍ରଟି ଲେଖୁଅଛି। ଆମ୍ଭର ପରମେଶ୍ୱର ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଧାର୍ମିକତା ହେତୁ ତୁମ୍ଭେମାନେ ଏହି ବିଶ୍ୱାସ ପାଇଅଛ। ପରମେଶ୍ୱର ଯାହା ଉତ୍ତମ, ତାହା କରନ୍ତି।

Gade chapit la Kopi




୨ ପିତର 1:1
40 Referans Kwoze  

ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି ।


ପିତା ଈଶ୍ୱର ଓ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ ।


"ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି'', ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ;


କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ ।


ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ ।


ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ‍ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ ।


ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,


ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,


ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,


ପୁଣି, ମୋହର ଆତ୍ମା ମୋ' ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି;


ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,


କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି ।


ପୁଣି, ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,


ଈଶ୍ୱର ଆପଣା ନାମ ନିମନ୍ତେ ଅଣଯିହୂଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି ।


ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି, ପ୍ରଥମରେ ଶିମୋନ, ଯାହାକୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ,


ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର


ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ ।


ପାଉଲ, ଈଶ୍ୱରଙ୍କ ଦାସ ଓ ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ବିଶ୍ଵାସର ସହଭାଗିତା ଅନୁସାରେ ଯଥାର୍ଥ ପୁତ୍ର ତୀତସଙ୍କ ନିକଟକୁ,


କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;


ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ୱର ଓ ପିତା;


ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା,


(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୂଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ),


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା,ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ୱରଙ୍କର ଧାର୍ମିକତାସ୍ୱରୂପ ହେଉ ।


କାରଣ ଈଶ୍ୱରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ ।


ମୁଁ କ'ଣ ସ୍ୱାଧୀନ ନୁହେଁ ? ମୁଁ କ'ଣ ଜଣେ ପ୍ରେରିତ ନୁହେଁ ? ମୁଁ କ'ଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ଦର୍ଶନ କରି ନାହିଁ ? ତୁମ୍ଭେମାନେ କ'ଣ ପ୍ରଭୁଙ୍କଠାରେ ମୋହର କୃତ କର୍ମ ନୁହଁ ?


କିନ୍ତୁ ତାହାଙ୍କ ହେତୁ ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଛ, ସେ ଈଶ୍ୱରଙ୍କଠାରୁ ଆମ୍ଭମାନଙ୍କ ନିମନ୍ତେ ଜ୍ଞାନ, ଅର୍ଥାତ୍‍, ଧାର୍ମିକତା, ପବିତ୍ରତା ଓ ମୁକ୍ତିସ୍ୱରୂପ ହୋଇଅଛନ୍ତି ।


ସେଥିରେ ତ ଈଶ୍ୱରଦତ୍ତ ଧାର୍ମିକତା ପ୍ରକାଶିତ ହେଉଅଛି, ତାହା ବିଶ୍ୱାସମୂଳକ ଓ ବିଶ୍ୱାସଜନକ, ଯେପରି ଲେଖାଅଛି, "ଧାର୍ମିକ ବିଶ୍ୱାସ ଦ୍ୱାରା ବଞ୍ଚିବ'' ।


ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି ।


ସେ ତାଙ୍କୁ ଯୀଶୁଙ୍କ ନିକଟକୁ ଆଣିଲେ । ଯୀଶୁ ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ତୁମ୍ଭେ ଯୋହନଙ୍କ ପୁତ୍ର ଶିମୋନ । ତୁମ୍ଭେ କୈଫା (ଅନୁବାଦ କଲେ ଏହାର ଅର୍ଥ ପିତର) ନାମରେ ଖ୍ୟାତ ହେବ ।


ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି, ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ; ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ,


ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।


ସେହି ସକଳ ଦିନରେ ଯିହୁଦା ପରିତ୍ରାଣ ପାଇବ ଓ ଯିରୂଶାଲମ ନିରାପଦରେ ବାସ କରିବ, ଆଉ ‘ସଦାପ୍ରଭୁ ଆମ୍ଭମାନଙ୍କର ଧର୍ମ,’ ଏହି ନାମରେ ସେ ବିଖ୍ୟାତ ହେବେ।”


ଦେଖ, ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବା ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।”


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ;


ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର ।


ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ୱରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି ।


Swiv nou:

Piblisite


Piblisite