Biblia Todo Logo
Bib sou entènèt

- Piblisite -




୨ ପିତର 2:3 - ଓଡିଆ ବାଇବେଲ

3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ଵାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ତ ଅନେକ କାଳରୁ ଘଟିଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ଵ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ଏହି ଶଠ ଶିକ୍ଷକଗଣ ଧନଲୋଭରେ ମନଗଢ଼ା ଗଳ୍ପ କହି ଲାଭ ଉଠାଇବେ। କିନ୍ତୁ ଅନେକ ଦିନରୁ ଏମାନେ ବିଚାରିତ ହୋଇ ଆସିଛନ୍ତି ଓ ଏମାନଙ୍କ ବିନାଶର ଦିନ ଘନେଇ ଆସୁଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

3 ସେହି ଭଣ୍ଡ ଶିକ୍ଷକମାନେ କେବଳ ତୁମ୍ଭର ଧନ ଗ୍ଭହାନ୍ତି। ସେମାନେ ଖାଲି ମିଛ କଥା କହି ତୁମ୍ଭର ମନ ନେବେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ୟାୟ ବିଗ୍ଭର ବହୁ ପୂର୍ବରୁ ପ୍ରସ୍ତୁତ ହୋଇ ରହିଛି। ପରମେଶ୍ୱର ସେମାନଙ୍କୁ ନଷ୍ଟ କରିଦେବେ। ସେମାନେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।

Gade chapit la Kopi




୨ ପିତର 2:3
43 Referans Kwoze  

ସେହି ଅନେକ ଲୋକ ଯେପରି ଈଶ୍ୱରଙ୍କ ବାକ୍ୟବିକୃତ କରନ୍ତି, ଆମ୍ଭେମାନେ ତ ସେମାନଙ୍କ ପରି କରୁ ନାହୁଁ, କିନ୍ତୁ ସରଳ ଭାବରେ ଈଶ୍ୱରଙ୍କ ଆଦେଶକ୍ରମେ ତାହାଙ୍କ ସାକ୍ଷାତରେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଥାଇ କଥା କହୁଅଛୁ ।


ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।


ତୁମ୍ଭେମାନେ ତ ଜାଣ ଯେ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଲୋଭର ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ୱର ଏଥିର ସାକ୍ଷୀ ।


କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।


ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି ।


ସେମାନଙ୍କର ମୁଖ ବନ୍ଦ କରିବାର ଆବଶ୍ୟକ । ସେମାନେ କୁତ୍ସିତ ଧନଲାଭ ନିମନ୍ତେ ଅନୁପଯୁକ୍ତ ଶିକ୍ଷା ଦେଇ ଗୋଟିଏ ଗୋଟିଏ ପରିବାରକୁ ସମ୍ପୂର୍ଣ୍ଣ ରୂପେ ପଥଭ୍ରଷ୍ଟ କରନ୍ତି ।


ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ ।


ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି ।


କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ ।


କାରଣ ଆମ୍ଭେମାନେ ଯେତେବେଳେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଶକ୍ତି ଓ ଆଗମନ କଥା ତୁମ୍ଭମାନଙ୍କୁ ଜଣାଇଲୁ, ସେତେବେଳେ ଚତୁରତା ସହ କଳ୍ପିତ କୌଣସି କାହାଣୀ ଅବଲମ୍ବନ କରି ନ ଥିଲୁ, ମାତ୍ର ତାହାଙ୍କ ମହିମାର ଚାକ୍ଷୁଷ ସାକ୍ଷୀ ହୋଇଥିଲୁ ।


ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଈଶ୍ୱରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଈଶ୍ୱରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;


କାରଣ ଅଧ୍ୟକ୍ଷ, ଈଶ୍ୱରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,


ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି ।


ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି ।


କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ୱରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି ।


ପୁଣି, ବାଧାଜନକ ପ୍ରସ୍ତର ଓ ବିଘ୍ନଜନକ ପାଷାଣ ସ୍ୱରୂପ ହେଲା; ବାକ୍ୟର ଅନାଜ୍ଞାବହ ହେବାରୁ ସେମାନେ ବାଧା ପାଆନ୍ତି, ଆଉ ଏନିମନ୍ତେ ମଧ୍ୟ ସେମାନେ ନିରୂପିତ ହୋଇଥିଲେ ।


ସେହି ପ୍ରକାରେ ସେବକମାନଙ୍କର ଶୁଦ୍ଧ ବିବେକରେ ବିଶ୍ୱାସର ନିଗୂଢ଼ତତ୍ତ୍ୱ ଅବଲମ୍ବନ କରି ଗମ୍ଭୀର, ଛଳନାବାକ୍ୟରହିତ,


ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,


ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ ।


ଆଉ, ସେ କାପ୍ତା ବ୍ୟବସାୟୀମାନଙ୍କୁ କହିଲେ, ଏଗୁଡ଼ାକ ଏଠାରୁ ଘେନିଯାଅ, ମୋହର ପିତାଙ୍କର ଗୃହକୁ ବାଣିଜ୍ୟର ଗୃହ କର ନାହିଁ ।


ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା


ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ ।


ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ । ତଥାପି ମନୁଷ୍ୟପୁତ୍ର (ଯୀଶୁ) ଆସି ପୃଥିବୀରେ କ'ଣ ବିଶ୍ୱାସ ଦେଖିବେ ?


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”


ପରମେଶ୍ୱର ତୈମନ୍‍ରୁ ଆସିଲେ ଓ ଯେ ଧର୍ମମୟ, ସେ ପାରଣ ପର୍ବତରୁ ଆସିଲେ। ସେଲା ତାହାଙ୍କର ପ୍ରତାପ ଆକାଶମଣ୍ଡଳକୁ ଆଚ୍ଛନ୍ନ କଲା, ଆଉ ପୃଥିବୀ ତାହାଙ୍କ ପ୍ରଶଂସାରେ ପରିପୂର୍ଣ୍ଣ ହେଲା।


ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍‍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।


ପୁଣି, ଆମ୍ଭର ଯେଉଁ ଲୋକମାନେ ମିଥ୍ୟା କଥା ଶୁଣନ୍ତି, ସେମାନଙ୍କୁ ମିଥ୍ୟା କଥା କହି, ବଧର ଅଯୋଗ୍ୟ ପ୍ରାଣକୁ ବଧ କରିବା ପାଇଁ ଓ ବଞ୍ଚିବାର ଅଯୋଗ୍ୟ ପ୍ରାଣକୁ ଜୀବିତ ରଖିବା ପାଇଁ ତୁମ୍ଭେମାନେ ମୁଠିଏ ମୁଠିଏ ଯବ ଓ ଖଣ୍ଡିଏ ଖଣ୍ଡିଏ ରୁଟି ନିମନ୍ତେ ଆମ୍ଭ ଲୋକଙ୍କ ମଧ୍ୟରେ ଆମ୍ଭକୁ ଅଶୁଚି କରିଅଛ।


ଏହେତୁ ଆମ୍ଭେ ଅନ୍ୟମାନଙ୍କୁ ସେମାନଙ୍କର ଭାର୍ଯ୍ୟାଗଣ ଓ ଅନ୍ୟ ଅନ୍ୟ ଅଧିକାରୀଙ୍କୁ ସେମାନଙ୍କର କ୍ଷେତ୍ରସବୁ ଦେବା; କାରଣ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ଲୋଭାସକ୍ତ, ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ହିଁ ମିଥ୍ୟାଚରଣ କରନ୍ତି।


ଯେହେତୁ ସେମାନଙ୍କର କ୍ଷୁଦ୍ର ଠାରୁ ଅତ୍ୟନ୍ତ ମହାନ ଲୋକ ପର୍ଯ୍ୟନ୍ତ ପ୍ରତ୍ୟେକେ ଲୋଭାସକ୍ତ; ପୁଣି ଭବିଷ୍ୟଦ୍‍ବକ୍ତାଠାରୁ ଯାଜକ ପର୍ଯ୍ୟନ୍ତ ପ୍ରତ୍ୟେକେ ମିଥ୍ୟାଚରଣ କରନ୍ତି।


କ୍ଷୁଦ୍ର ଜଣକ ସହସ୍ର ହେବ ଓ ସାନ ଜଣକ ବଳବାନ ଗୋଷ୍ଠୀ ହେବ; ଆମ୍ଭେ ସଦାପ୍ରଭୁ ଯଥାକାଳରେ ଏହା ଶୀଘ୍ର ଘଟାଇବା।


ଆହୁରି, ସେହି କୁକ୍କୁରମାନେ ପେଟୁକ, ସେମାନେ କେବେ ତୃପ୍ତ ନୁହନ୍ତି; ଆଉ, ଏମାନେ ବିବେଚନାଶକ୍ତି ଶୂନ୍ୟ ପାଳକ; ସେସମସ୍ତେ ଚାରିଆଡ଼ରୁ ଆପଣା ଆପଣା ଲାଭ ଚେଷ୍ଟାରେ ଆପଣା ଆପଣା ବାଟ ଆଡ଼େ ଫେରିଅଛନ୍ତି।


ସେମାନେ କହନ୍ତି, “ଆମ୍ଭେମାନେ ଯେପରି ଖୋଜି ପାରିବା, ଏଥିପାଇଁ ସେ ତ୍ୱରା କରନ୍ତୁ, ସେ ଆପଣା କାର୍ଯ୍ୟ ଶୀଘ୍ର କରନ୍ତୁ; ଆଉ, ଆମ୍ଭେମାନେ ଯେପରି ଜାଣି ପାରିବା, ଏଥିପାଇଁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ମନ୍ତ୍ରଣା ଉପସ୍ଥିତ ହୋଇ ଘଟୁ।”


ସଦାପ୍ରଭୁଙ୍କ ଘୃଣାକାରୀମାନେ ତାହାଙ୍କର ବଶତା ସ୍ୱୀକାର କରନ୍ତେ; ମାତ୍ର ସେମାନଙ୍କର ସମୟ ସଦାକାଳ ରହନ୍ତା।


ପରମେଶ୍ୱରଙ୍କୁ କୁହ, “ତୁମ୍ଭ କର୍ମସକଳ କିପରି ଭୟଙ୍କର ! ତୁମ୍ଭ ପରାକ୍ରମର ମହତ୍ତ୍ୱ ଦ୍ୱାରା ତୁମ୍ଭ ଶତ୍ରୁଗଣ ଆପେ ତୁମ୍ଭର ବଶୀଭୂତ ହେବେ।”


ସେମାନେ ମୋର ବିଷୟ ଶୁଣିବା ମାତ୍ରେ ମୋହର ଆଜ୍ଞାବହ ହେବେ; ବିଦେଶୀୟମାନେ ଆପଣାମାନଙ୍କୁ ମୋହର ବଶୀଭୂତ କରିବେ।


ତୁମ୍ଭେ ବିଦେଶୀର କି ପିତୃହୀନର ବିଚାରରେ ଅନ୍ୟାୟ କରିବ ନାହିଁ, କିଅବା ବିଧବାର ବସ୍ତ୍ର ବନ୍ଧକ ରଖିବ ନାହିଁ।


ହଁ, ତୁମ୍ଭେମାନେ ପିତୃହୀନ ପାଇଁ ଗୁଲିବାଣ୍ଟ କରିବ ଓ ଆପଣା ବନ୍ଧୁକୁ ବାଣିଜ୍ୟ ଦ୍ରବ୍ୟ କରିବ।


ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି ।


[ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ ।]


Swiv nou:

Piblisite


Piblisite