Biblia Todo Logo
Bib sou entènèt

- Piblisite -




୨ ପିତର 2:4 - ଓଡିଆ ବାଇବେଲ

4 କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 କାରଣ ଈଶ୍ଵର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନରକରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ଵରରେ ରଖିଅଛନ୍ତି

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଈଶ୍ୱର ପାପାଚାରୀ ଦୂତମାନଙ୍କୁ କ୍ଷମା ନ ଦେଇ ନରକରେ ନିକ୍ଷେପ କରିଥିଲେ। ସେଠାରେ ସେମାନେ ମହାବିଚାରଦିନ ପର୍ଯ୍ୟନ୍ତ ଅ୍ଧାକାରରେ ଶୃଙ୍ଖଳବଦ୍ଧ ହୋଇ ରହିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାରଣ ଈଶ୍ବର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି

Gade chapit la Kopi

ପବିତ୍ର ବାଇବଲ

4 ଯେତେବେଳେ ସ୍ୱର୍ଗଦୂତମାନେ ପାପ କଲେ, ପରମେଶ୍ୱର ସେମାନଙ୍କୁ ଦଣ୍ଡ ନ ଦେଇ ଛାଡ଼ିଲେ ନାହିଁ। ପରମେଶ୍ୱର ସେହି ଦୂତମାନଙ୍କୁ ନରକକୁ ପଠାଇଦେଲେ। ସେ ସେମାନଙ୍କୁ ଅନ୍ଧକାରର ଗୁମ୍ଫାମାନଙ୍କରେ ପକାଇ ରଖିଲେ। ବିଗ୍ଭର ଦିନ ପର୍ଯ୍ୟନ୍ତ ସେମାନେ ସେଠାରେ ପଡ଼ିଥିବେ।

Gade chapit la Kopi




୨ ପିତର 2:4
25 Referans Kwoze  

ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚ ପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି ।


ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର,


ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?


ହେ ପ୍ରଭାତୀ ତାରା, ପ୍ରତ୍ୟୁଷର ପୁତ୍ର ! ତୁମ୍ଭେ କିପରି ସ୍ୱର୍ଗରୁ ପତିତ ହେଲ ! ଗୋଷ୍ଠୀଗଣକୁ ତୁମ୍ଭେ ଯେ ନତ କରିଥିଲ, ତୁମ୍ଭେ କିପରି ଭୂମିରେ ନିକ୍ଷିପ୍ତ ହେଲ !


ଯେଉଁ ଦିଆବଳ ସେମାନଙ୍କୁ ଭ୍ରାନ୍ତ କରିଥିଲା, ତାହାକୁ ଅଗ୍ନି ଓ ଗନ୍ଧକମୟ ହ୍ରଦରେ ନିକ୍ଷେପ କରାଗଲା, ସେଠାରେ ସେହି ପଶୁ ଓ ଭଣ୍ଡ ଭାବବାଦୀ ମଧ୍ୟ ଅଛନ୍ତି; ପୁଣି, ସେମାନେ ଦିବାରାତ୍ର ଯୁଗେ ଯୁଗେ ଯନ୍ତ୍ରଣା ଭୋଗ କରିବେ ।


ଆମ୍ଭେ ତୁମ୍ଭ ପ୍ରତି ଚକ୍ଷୁ ଲଜ୍ଜା କରିବା ନାହିଁ, କିଅବା ଆମ୍ଭେ ଦୟା କରିବା ନାହିଁ; ମାତ୍ର ତୁମ୍ଭ ଆଚରଣର ଫଳ ଆମ୍ଭେ ତୁମ୍ଭ ଉପରେ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସବୁ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି ।


ଏହେତୁ ପ୍ରଭୁ, ସଦାପ୍ରଭୁ କହନ୍ତି, “ତୁମ୍ଭେ ଆପଣାର ତୁଚ୍ଛ ବସ୍ତୁସକଳ ଦ୍ୱାରା ଓ ଆପଣାର ସବୁ ଘୃଣାଯୋଗ୍ୟ କର୍ମ ଦ୍ୱାରା ଆମ୍ଭର ପବିତ୍ର ସ୍ଥାନ ଅଶୁଚି କରିଅଛ, ଏଥିପାଇଁ ଆମ୍ଭେ ଜୀବିତ ଥିବା ପ୍ରମାଣେ ଆମ୍ଭେ ହିଁ ତୁମ୍ଭକୁ ହ୍ରାସ କରିବା; ଆହୁରି, ଚକ୍ଷୁଲଜ୍ଜା କରିବା ନାହିଁ, ମଧ୍ୟ ଆମ୍ଭେ କିଛି ଦୟା କରିବା ନାହିଁ।”


ଦେଖ, ସେ ଆପଣା ଦାସଗଣକୁ ବିଶ୍ୱାସ କରନ୍ତି ନାହିଁ ଓ ସେ ଆପଣା ଦୂତଗଣ ପ୍ରତି ତ୍ରୁଟିର ଦୋଷାରୋପ କରନ୍ତି;


ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଈଶ୍ୱରଙ୍କ ପୁତ୍ର ପ୍ରକାଶିତ ହେଲେ ।


ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ ।


ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ;


ପୁଣି, ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ ।


ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା । ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ । ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା ।


ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ , ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି ? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।


ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ୱରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କ'ଣ ଅଛି ? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ ?


ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍‍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି ।


ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି ।


ପୁଣି, ଆମ୍ଭେ ଚକ୍ଷୁଲଜ୍ଜା କରିବା ନାହିଁ; କିଅବା ଦୟା କରିବା ନାହିଁ; ଆମ୍ଭେ ତୁମ୍ଭର ଆଚରଣାନୁସାରେ ତୁମ୍ଭ ଉପରେ ଫଳ ବର୍ତ୍ତାଇବା ଓ ତୁମ୍ଭର ଘୃଣାଯୋଗ୍ୟ କ୍ରିୟାସକଳ ତୁମ୍ଭ ମଧ୍ୟରେ ରହିବ; ତହିଁରେ ଆମ୍ଭେ ସଦାପ୍ରଭୁ ଆଘାତ କରୁ, ଏହା ତୁମ୍ଭେମାନେ ଜାଣିବ।


ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯା’ନ୍ତି ?


ସଦାପ୍ରଭୁ ତାହାକୁ କ୍ଷମା କରିବାକୁ ସମ୍ମତ ହେବେ ନାହିଁ, ମାତ୍ର ତତ୍‍କ୍ଷଣେ ସେହି ଲୋକ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ଓ ଅନ୍ତର୍ଜ୍ୱାଳା ସଧୂମ ହୋଇ ଉଠିବ, ପୁଣି ଏହି ପୁସ୍ତକରେ ଲିଖିତ ସମସ୍ତ ଅଭିଶାପ ତାହା ପାଇଁ ଛକି ରହିବ, ଆଉ ସଦାପ୍ରଭୁ ଆକାଶମଣ୍ଡଳ ତଳୁ ତାହାର ନାମ ଲୋପ କରିବେ।


କାରଣ ଯଦି ଈଶ୍ୱର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ ।


ସେ ନିଜ କ୍ରୋଧ ପାଇଁ ପଥ ପ୍ରସ୍ତୁତ କଲେ, ସେ ମୃତ୍ୟୁୁରୁ ସେମାନଙ୍କ ପ୍ରାଣ ରକ୍ଷା କଲେ ନାହିଁ, ମାତ୍ର ମହାମାରୀରେ ସେମାନଙ୍କ ଜୀବନ ସମର୍ପଣ କଲେ;


Swiv nou:

Piblisite


Piblisite