Biblia Todo Logo
Bib sou entènèt

- Piblisite -




୨ ପିତର 3:12 - ଓଡିଆ ବାଇବେଲ

12 ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେହି ଦିନର ଆଗମନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭମାନଙ୍କର କିପରି ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ତୁମ୍ଭେମାନେ ପ୍ରଭୁଙ୍କ ଦିନର ଅପେକ୍ଷା କରି ରହିବା ବେଳେ, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ନିଜକୁ ପ୍ରସ୍ତୁତ କର। ସେହି ଦିନ ଆକାଶମଣ୍ଡଳ ଜଳି ଧ୍ୱଂସ ପାଇବ। ଆକାଶର ଗ୍ରହ ନକ୍ଷତ୍ରାଦି ପ୍ରଚଣ୍ଡ ତାପରେ ତରଳି ଯିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେହି ଈଶ୍ବରଙ୍କ ନ୍ୟାୟବିଚାର ଦିନର ଅପେକ୍ଷା କରି, ତାହା ଯେପରି ଶୀଘ୍ର ଆସିବ, ଏଥିପାଇଁ ତୁମ୍ଭେମାନେ ସଦାଚାରୀ ଓ ଧର୍ମପରାୟଣ ହେବା ଉଚିତ।

Gade chapit la Kopi

ପବିତ୍ର ବାଇବଲ

12 ପ୍ରଭୁଙ୍କ ଦିନଟି ଆସିବା ପାଇଁ ତୁମ୍ଭେ ଅପେକ୍ଷାରେ ରହିବା ଉଚିତ୍। ସେହି ଦିନ ଆସିଲେ ଅଗ୍ନି ଦ୍ୱାରା ଆକାଶ ନଷ୍ଟ ହୋଇ ଯିବ ଓ ଆକାଶରେ ଥିବା ସବୁ ମୌଳିକ ବସ୍ତୁଗୁଡ଼ିକ ଉତ୍ତାପରେ ତରଳି ଯିବ।

Gade chapit la Kopi




୨ ପିତର 3:12
17 Referans Kwoze  

ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ । ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ ।


ପୁଣି, ଆକାଶମଣ୍ଡଳର ସୈନ୍ୟ ସମସ୍ତେ କ୍ଷୟ ପାଇବେ ଓ ଗଗନମଣ୍ଡଳ ନଳାକାର ପୁସ୍ତକ ତୁଲ୍ୟ ଗୁଡ଼ା ହେବ; ଆଉ, ଯେପରି ଦ୍ରାକ୍ଷାଲତାର ଜୀର୍ଣ୍ଣପତ୍ର ଓ ଡିମ୍ବିରି ବୃକ୍ଷର ଜୀର୍ଣ୍ଣପତ୍ର, ସେହିପରି ସେମାନଙ୍କର ସୈନ୍ୟସାମନ୍ତସବୁ କ୍ଷୟ ପାଇବେ।


ତହିଁରେ ଅଗ୍ନି ଆଗରେ ଯେପରି ମହମ ତରଳି ଯାଏ ଓ ଗଡ଼ନ୍ତି ସ୍ଥାନରେ ଜଳ ଗଡ଼ିପଡ଼େ, ସେହିପରି ତାହାଙ୍କ ପଦ ତଳେ ପର୍ବତଗଣ ତରଳି ଯିବେ ଓ ତଳଭୂମିସକଳ ବିଦୀର୍ଣ୍ଣ ହେବ।


ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି ।


ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ୱର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥି ନିମନ୍ତେ ଶିକ୍ଷା ଦେଉଅଛି ।


ଆମ୍ଭମାନଙ୍କର ପରମେଶ୍ୱର ଆସିବେ ଓ ନୀରବ ରହିବେ ନାହିଁ; ତାହାଙ୍କ ସମ୍ମୁଖରେ ଅଗ୍ନି ଗ୍ରାସ କରିବ ଓ ତାହାଙ୍କ ଚତୁର୍ଦ୍ଦିଗ ଅତ୍ୟନ୍ତ ଝଡ଼ମୟ ହେବ।


ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ୱରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ ।


କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ;


ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।


ପୁଣି, ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ ।


ତାହାଙ୍କ ଆଗମନର ପ୍ରତିଜ୍ଞା କାହିଁ ? କାରଣ ପିତୃପୁରୁଷମାନଙ୍କର ମହାନିଦ୍ରାପ୍ରାପ୍ତ ହେବା ସମୟଠାରୁ ଏପର୍ଯ୍ୟନ୍ତ ସମସ୍ତ ବିଷୟ ସୃଷ୍ଟିର ଆରମ୍ଭରେ ଯେପରି ଥିଲା, ସେହିପରି ରହିଅଛି ।


ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଈଶ୍ୱରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,


Swiv nou:

Piblisite


Piblisite