Biblia Todo Logo
Bib sou entènèt

- Piblisite -




୨ ପିତର 3:17 - ଓଡିଆ ବାଇବେଲ

17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅତ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

17 କିନ୍ତୁ ବନ୍ଧୁଗଣ, ତୁମ୍ଭେମାନେ ଏହିସବୁ ପୂର୍ବରୁ ଗାଣିଛ। ତେଣୁ ସାବଧାନ, ଯେପରି ଉତ୍ସୃଙ୍ଖଳ ବ୍ୟକ୍ତିମାନଙ୍କର ଭ୍ରାନ୍ତ ଶିକ୍ଷାରେ ଚାଳିତ ହୋଇ ତୁମ ଦୃଢ଼ ବିଶ୍ୱାସରୁ ବିଚ୍ୟୁତ ନ ହୁଅ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୂରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,

Gade chapit la Kopi

ପବିତ୍ର ବାଇବଲ

17 ପ୍ରିୟ ମିତ୍ରଗଣ, ତୁମ୍ଭେ ଏହି ବିଷୟରେ ଆଗରୁ ଜାଣ। ଅତଏବ ସାବଧାନ ରୁହ। ସେହି ମନ୍ଦ ଲୋକମାନେ କରୁଥିବା ମନ୍ଦକାର୍ଯ୍ୟ ଦ୍ୱାରା ତୁମ୍ଭେ ନିଜକୁ ପ୍ରଭାବିତ ହେବାକୁ ଦିଅ ନାହିଁ। ନିଜ ଦୃଢ଼ ବିଶ୍ୱାସରୁ ବିଚଳିତ ନ ହେବା ପାଇଁ ସାବଧାନ ରୁହ।

Gade chapit la Kopi




୨ ପିତର 3:17
26 Referans Kwoze  

କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ ।


ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;


ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ,


ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ ।


ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ ।


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !


କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି ।


କୌଣସି ପକ୍ଷୀର ଆଖି ଆଗରେ ଜାଲ ପାତିବା ନିତାନ୍ତ ବ୍ୟର୍ଥ ହୁଏ।


ତୁମ୍ଭେ ମଧ୍ୟ ତାହାଠାରୁ ସାବଧାନ ଥାଅ, କାରଣ ସେ ଆମ୍ଭମାନଙ୍କ ବାକ୍ୟର ଘୋର ପ୍ରତିରୋଧ କରିଥିଲା ।


କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି ।


ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।


ସେମାନେ ପ୍ରେରିତମାନଙ୍କର ଶିକ୍ଷାରେ, ସହଭାଗିତାରେ, ରୁଟି ଭାଙ୍ଗିବାରେ ଓ ପ୍ରାର୍ଥନା କରିବାରେ ନିବିଷ୍ଟ ଚିତ୍ତ ହୋଇ ରହିଲେ ।


ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି, ଏହା କିପରି ବୁଝୁ ନାହଁ ? କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ ।


ଏଣୁ କେଉଁଠାରୁ ତୁମ୍ଭର ପତନ ହୋଇଅଛି, ତାହା ସ୍ମରଣ କରି ମନପରିବର୍ତ୍ତନ କର ଓ ଆଦ୍ୟ କର୍ମସବୁ କର; ନୋହିଲେ ଯେବେ ମନପରିବର୍ତ୍ତନ ନ କର, ତେବେ ଆମ୍ଭେ ଶୀଘ୍ର ତୁମ୍ଭ ନିକଟକୁ ଆସି ତୁମ୍ଭର ପ୍ରଦୀପ ସ୍ୱସ୍ଥାନରୁ ଘୁଞ୍ଚାଇଦେବୁ ।


ବିଶ୍ୱାସରେ ସ୍ଥିର ରହି ତାହାର ପ୍ରତିରୋଧ କର, ପୁଣି, ଏହା ଜାଣ ଯେ, ଜଗତରେ ଥିବା ତୁମ୍ଭମାନଙ୍କ ଭାଇମାନଙ୍କ ପ୍ରତି ଏହି ପ୍ରକାର ଦୁଃଖଭୋଗ ଘଟୁଅଛି ।


କାରଣ ଯଦ୍ୟପି ମୁଁ ଶରୀରରେ ଅନୁପସ୍ଥିତ, ତଥାପି ମୁଁ ଆତ୍ମାରେ ତୁମ୍ଭମାନଙ୍କ ସହିତ ଥାଇ ତୁମ୍ଭମାନଙ୍କର ସୁଗଠନ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସର ଦୃଢ଼ତା ଦେଖି ଆନନ୍ଦ କରୁଅଛି ।


କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;


ମାତ୍ର ଏସମସ୍ତ ଘଟିବାର ସମୟ ଉପସ୍ଥିତ ହେଲେ, ମୁଁ ଯେ ତୁମ୍ଭମାନଙ୍କୁ କହିଥିଲି, ଏହା ଯେପରି ତୁମ୍ଭେମାନେ ସ୍ମରଣ କର, ଏଥି ନିମନ୍ତେ ମୁଁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଅଛି । ମୁଁ ତୁମ୍ଭମାନଙ୍କ ସହିତ ଥିବାରୁ ଆରମ୍ଭରୁ ଏହି ସବୁ କଥା ତୁମ୍ଭମାନଙ୍କୁ କହିଲି ନାହିଁ ।


ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ ।


ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ,


ହେ ପ୍ରିୟମାନେ, ମୁଁ ବର୍ତ୍ତମାନ ତୁମ୍ଭମାନଙ୍କ ନିକଟକୁ ଏହି ଦ୍ୱିତୀୟ ପତ୍ର ଲେଖୁଅଛି ।


Swiv nou:

Piblisite


Piblisite