Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 1:23 - ଓଡିଆ ବାଇବେଲ

23 ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ବିଭିନ୍ନ ନୋହିଲେ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଶାଉଲ ଓ ଯୋନାଥନ ଜୀବଦ୍ଦଶାରେ ପରସ୍ପର ପ୍ରିୟ ଓ ତୁଷ୍ଟିଜନକ ଥିଲେ, ମରଣ ସମୟରେ ହେଁ ସେମାନେ ଭିନ୍ନ ହେଲେ ନାହିଁ; ସେମାନେ ଉତ୍କ୍ରୋଶ ପକ୍ଷୀଠାରୁ ବେଗବାନ, ସେମାନେ ସିଂହଠାରୁ ବଳବାନ ଥିଲେ।

Gade chapit la Kopi

ପବିତ୍ର ବାଇବଲ

23 “ଶାଉଲ ଓ ଯୋନାଥନ ସେମାନଙ୍କ ଜୀବନକାଳ ମଧ୍ୟରେ ଲୋକମାନଙ୍କଠାରୁ ବହୁତ ପ୍ରେମ ପାଇଲେ। ଏପରିକି ମୃତ୍ୟୁ ସମୟରେ ମଧ୍ୟ ସେମାନେ ଅଲଗା ହେଲେ ନାହିଁ। ସେମାନେ ଉତ୍କ୍ରୋଶପକ୍ଷୀଠାରୁ ବେଗବାନ ଓ ସିଂହଠାରୁ ବଳବାନ ଥିଲେ।

Gade chapit la Kopi




2 ଶାମୁୟେଲ 1:23
14 Referans Kwoze  

ଦେଖ, ସେ ମେଘମାଳା ତୁଲ୍ୟ ଆସୁଅଛି, ତାହାର ରଥସବୁ ଘୂର୍ଣ୍ଣିବାୟୁ ସ୍ୱରୂପ ହେବ; ତାହାର ଅଶ୍ୱଗଣ ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ଦ୍ରୁତଗାମୀ। ହାୟ ହାୟ ! ଆମ୍ଭେମାନେ ବିନଷ୍ଟ ହେଲୁ।


ଏଥିଉତ୍ତାରେ ସପ୍ତମ ଦିନ ସୂର୍ଯ୍ୟାସ୍ତ ପୂର୍ବରେ ନଗରସ୍ଥ ଲୋକମାନେ ତାହାକୁ କହିଲେ, ମଧୁଠାରୁ ଆଉ ମିଷ୍ଟ କଅଣ ? ଓ ସିଂହଠାରୁ ବଳବାନ କିଏ ? ତହିଁରେ ଶାମ୍‍ଶୋନ୍‍ ସେମାନଙ୍କୁ କହିଲା, ତୁମ୍ଭେମାନେ ମୋର ଛଡ଼ାରେ (ଅଳ୍ପବୟଷ୍କା ଗାଈ) ହଳ କରି ନ ଥିଲେ, ମୋର ପ୍ରହେଳିକାର ଭେଦ ପାଇ ନ ଥାଆନ୍ତ।


ଆମ୍ଭମାନଙ୍କୁ ଗୋଡ଼ାଇବା ଲୋକମାନେ ଆକାଶର ଉତ୍କ୍ରୋଶ ପକ୍ଷୀ ଅପେକ୍ଷା ବେଗଗାମୀ; ସେମାନେ ପର୍ବତରେ ଆମ୍ଭମାନଙ୍କୁ ଗୋଡ଼ାଇଲେ, ସେମାନେ ଆମ୍ଭମାନଙ୍କୁ ଧରିବା ପାଇଁ ପ୍ରାନ୍ତରରେ ଛକି ବସିଲେ।


ପଶୁମାନଙ୍କ ମଧ୍ୟରେ ବିକ୍ରମୀ ସିଂହ କାହା ସମ୍ମୁଖରୁ ଫେରେ ନାହିଁ।


ତାହାସବୁ ବେଗଗାମୀ ଜାହାଜ ପରି ଓ ଶିକାର ଉପରେ ଝାମ୍ପ ମାରିବା ଉତ୍କ୍ରୋଶ ପକ୍ଷୀ ପରି ଚାଲିଯାଏ।


ଏଥିଉତ୍ତାରେ ଶାଉଲଙ୍କ ସହିତ ତାଙ୍କର କଥା ସମାପ୍ତ ହୁଅନ୍ତେ, ଯୋନାଥନର ପ୍ରାଣ ଦାଉଦଙ୍କର ପ୍ରାଣରେ ସଂଲଗ୍ନ ହେଲା, ଆଉ ଯୋନାଥନ ଆପଣା ପ୍ରାଣ ପରି ତାଙ୍କୁ ସ୍ନେହ କଲା।


ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;


ଆଉ ଗାଦୀୟମାନଙ୍କ ମଧ୍ୟରୁ କେତେକ ଲୋକ ପୃଥକ୍‍ ହୋଇ ପ୍ରାନ୍ତରସ୍ଥିତ ଦୁର୍ଗ-ସ୍ଥାନକୁ ଦାଉଦଙ୍କ ନିକଟକୁ ଆସିଲେ; ସେମାନେ ମହାବିକ୍ରମଶାଳୀ, ଢାଲ ଓ ବର୍ଚ୍ଛାଧାରୀ, ଯୁଦ୍ଧାର୍ଥେ ଶିକ୍ଷିତ ଲୋକ; ସେମାନଙ୍କ ମୁଖ ସିଂହ-ମୁଖ ତୁଲ୍ୟ ଓ ସେମାନେ ପର୍ବତସ୍ଥ ହରିଣ ତୁଲ୍ୟ ଦ୍ରୁତଗାମୀ।


ଆଉ ପରାକ୍ରାନ୍ତ କର୍ମକାରୀ କବ୍‍ସେଲୀୟ ଏକ ବିକ୍ରମୀ ପୁରୁଷର ପୌତ୍ର, ଯିହୋୟାଦାର ପୁତ୍ର ଯେ ବନାୟ, ସେ ମୋୟାବୀୟ ଅରୀୟଲର ଦୁଇ ପୁତ୍ରଙ୍କୁ ବଧ କଲା; ମଧ୍ୟ ସେ ହିମପାତ ସମୟରେ ଯାଇ ଗର୍ତ୍ତ ମଧ୍ୟରେ ଏକ ସିଂହକୁ ବଧ କଲା।


ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋ’ଠାରୁ ଏହି କଥା କାହିଁକି ଗୋପନ କରିବେ ? ସେପରି ନୁହେଁ।


ସେହି ସ୍ଥାନରେ ଯୋୟାବ ଓ ଅବୀଶୟ ଓ ଅସାହେଲ ନାମରେ ସରୁୟାର ତିନି ପୁତ୍ର ଥିଲେ; ସେହି ଅସାହେଲ କ୍ଷେତ୍ରସ୍ଥ ମୃଗ ପରି ଦ୍ରୁତଗତି ଥିଲା।


ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ମଣ୍ଡିଲେ।


ତାଙ୍କ ମୁଖ ଅତ୍ୟନ୍ତ ସୁମିଷ୍ଟ; ହଁ, ସେ ସର୍ବତୋଭାବେ ମନୋହର। ହେ ଯିରୂଶାଲମର କନ୍ୟାଗଣ, ଏହି ମୋହର ପ୍ରିୟତମ, ଏହି ମୋହର ସଖା।


Swiv nou:

Piblisite


Piblisite