Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 10:3 - ଓଡିଆ ବାଇବେଲ

3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି ? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ ?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍କୁ କହିଲେ, ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ଵନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ସେମାନଙ୍କ ପ୍ରଭୁ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାଙ୍କର ସମ୍ଭ୍ରମ କରୁଅଛି, ଏହା କି ଆପଣ ବିଚାର କରନ୍ତି? ଦାଉଦ କି ନଗର ଅନୁସନ୍ଧାନ କରିବା ଅଭିପ୍ରାୟରେ ତହିଁରେ ଭ୍ରମଣ କରିବାକୁ ଓ ତାହା ନାଶ କରିବାକୁ ଆପଣା ଦାସମାନଙ୍କୁ ତୁମ୍ଭ କତିକି ପଠାଇ ନାହିଁ?”

Gade chapit la Kopi

ପବିତ୍ର ବାଇବଲ

3 କିନ୍ତୁ ଅମ୍ମୋନୀୟ ଅଧିକାରୀଗଣ ହାନୂ‌‌ନ୍‌‌‌‌‌କୁ କହିଲେ, “ତୁମ୍ଭେ ଭାବୁଛ କି ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ ଓ ତୁମ୍ଭର ପିତାଙ୍କୁ ସମ୍ମାନ ଦେବା ପାଇଁ ଏହି ଲୋକମାନଙ୍କୁ ଦାଉଦ ପଠାଇଛନ୍ତି? ଦାଉଦ ନଗରକୁ ଆକ୍ରମଣ କରିବା ପୂର୍ବରୁ ସେମାନଙ୍କୁ ନିରୀକ୍ଷଣ କରିବାକୁ ପଠାଇଛନ୍ତି।”

Gade chapit la Kopi




2 ଶାମୁୟେଲ 10:3
6 Referans Kwoze  

ତୁମ୍ଭମାନଙ୍କ ମଧ୍ୟରୁ ଜଣକୁ ପଠାଅ, ସେ ତୁମ୍ଭ ଭାଇକୁ ଆଣୁ, ତୁମ୍ଭେମାନେ ବନ୍ଦୀ ଥାଅ; ତୁମ୍ଭମାନଙ୍କ କଥା ସତ୍ୟ କି ନାହିଁ, ପରୀକ୍ଷା ହେଲେ ଜଣାଯିବ; ନୋହିଲେ ଆମ୍ଭେ ଫାରୋର ଆୟୁର ଶପଥ କରି କହୁଅଛୁ, ତୁମ୍ଭେମାନେ ଅବଶ୍ୟ ଚୋର ଅଟ।


ତହୁଁ ଯୋଷେଫ ସେମାନଙ୍କ ବିଷୟରେ ଯେ ସବୁ ସ୍ୱପ୍ନ ଦେଖିଥିଲେ, ତାହା ସ୍ମରଣ କରି ସେମାନଙ୍କୁ କହିଲେ, “ତୁମ୍ଭେମାନେ ଚୋର ଲୋକ; ଦେଶର ଛିଦ୍ର ଅନୁସନ୍ଧାନ କରିବାକୁ ତୁମ୍ଭେମାନେ ଆସିଅଛ।”


ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ ।


ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ,


ମାତ୍ର ଅମ୍ମୋନ-ସନ୍ତାନଗଣର ଅଧିପତିମାନେ ହାନୂନ୍‍କୁ କହିଲେ, “ଦାଉଦ ଆପଣଙ୍କ ନିକଟକୁ ସାନ୍ତ୍ୱନାକାରୀମାନଙ୍କୁ ପଠାଇଅଛି ବୋଲି ସେ ଯେ ଆପଣଙ୍କ ପିତାର ସମ୍ଭ୍ରମ କରୁଅଛି, ଏହା କ’ଣ ଆପଣ ବିଚାର କରନ୍ତି ? ତାହାର ଦାସମାନେ କ’ଣ ଦେଶ ଅନୁସନ୍ଧାନ କରିବାକୁ ଓ ନାଶ କରିବାକୁ ଓ ତହିଁରେ ଭ୍ରମଣ କରିବାକୁ ଆପଣଙ୍କ ନିକଟକୁ ଆସି ନାହାନ୍ତି ?”


ଆପଣ କ’ଣ ଜାଣନ୍ତି ନାହିଁ, ନେର୍‍ର ପୁତ୍ର ଅବ୍‍ନର ଆପଣଙ୍କୁ ଭୁଲାଇବାକୁ ଓ ଆପଣଙ୍କ ଗମନାଗମନ ଜାଣିବାକୁ ଓ ଆପଣ ଯାହା ଯାହା କରନ୍ତି, ସେହିସବୁ ଜାଣିବାକୁ ଆସିଥିଲା ?”


Swiv nou:

Piblisite


Piblisite