Biblia Todo Logo
Bib sou entènèt

- Piblisite -




2 ଶାମୁୟେଲ 12:11 - ଓଡିଆ ବାଇବେଲ

11 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ଏହି ସୂର୍ଯ୍ୟ ସମ୍ମୁଖରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସଦାପ୍ରଭୁ ଏହି କଥା କହନ୍ତି, ‘ଦେଖ, ଆମ୍ଭେ ତୁମ୍ଭ ନିଜ ବଂଶରୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳ ଉତ୍ପନ୍ନ କରିବା ଓ ଆମ୍ଭେ ତୁମ୍ଭ ଭାର୍ଯ୍ୟାମାନଙ୍କୁ ତୁମ୍ଭ ସମ୍ମୁଖରେ ନେଇ ତୁମ୍ଭ ଆତ୍ମୀୟକୁ ଦେବା; ତହିଁରେ ସେ ପ୍ରକାଶ୍ୟରେ ତୁମ୍ଭ ଭାର୍ଯ୍ୟାଗଣ ସହିତ ଶୟନ କରିବ।

Gade chapit la Kopi

ପବିତ୍ର ବାଇବଲ

11 “ସଦାପ୍ରଭୁ ଏ କଥା କହନ୍ତି, ‘ମୁଁ ତୁମ୍ଭ ବିରୁଦ୍ଧରେ ବିପତ୍ତି ଆଣିବାକୁ ଯାଉଅଛି ଏବଂ ଏବା ତୁମ୍ଭ ପରିବାରରୁ ଆସିବ। ମୁଁ ତୁମ୍ଭର ସ୍ତ୍ରୀମାନଙ୍କୁ ନେଇଯିବି ଓ ତୁମ୍ଭର ଅତି ନିଜର ଲୋକକୁ ଦେବି। ସେ ସେମାନଙ୍କ ସହିତ ଶୟନ କରିବ ଏବଂ ପ୍ରତ୍ୟେକ ତାହା ଜାଣିବେ।

Gade chapit la Kopi




2 ଶାମୁୟେଲ 12:11
13 Referans Kwoze  

ତୁମ୍ଭେ କନ୍ୟା ସଙ୍ଗେ ବିବାହ ନିର୍ବନ୍ଧ କରିବ, ମାତ୍ର ଅନ୍ୟ ପୁରୁଷ ତାହାର ସହବାସ କରିବ; ତୁମ୍ଭେ ଗୃହ ନିର୍ମାଣ କରିବ, ମାତ୍ର ତୁମ୍ଭେ ତହିଁରେ ବାସ କରି ପାରିବ ନାହିଁ; ତୁମ୍ଭେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ, ମାତ୍ର ତହିଁର ଫଳ ଭୋଗ କରିପାରିବ ନାହିଁ,


ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ।”


ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା।


ଆଉ, ଭବିଷ୍ୟଦ୍‍ବକ୍ତା ଭ୍ରାନ୍ତ ହୋଇ ଯଦି କୌଣସି କଥା କହେ, ତେବେ ଆମ୍ଭେ ସଦାପ୍ରଭୁ ସେ ଭବିଷ୍ୟଦ୍‍ବକ୍ତାଙ୍କୁ ଭ୍ରାନ୍ତ କରାଇଅଛୁ, ଆମ୍ଭେ ତାହାର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ଆମ୍ଭ ଇସ୍ରାଏଲ ଲୋକଙ୍କ ମଧ୍ୟରୁ ତାହାକୁ ବିନଷ୍ଟ କରିବା।


କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ।


ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, “ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ୍ଗଧାରରେ ନଗର ଆଘାତ କରିବ।”


ଆହୁରି ଦାଉଦ ଅବୀଶୟକୁ ଓ ଆପଣାର ଦାସ ସମସ୍ତଙ୍କୁ କହିଲେ, “ଦେଖ, ମୋହର ଔରସରୁ ଜାତ ମୋର ପୁତ୍ର ମୋର ପ୍ରାଣ ନେବାକୁ ଚାହୁଁଅଛି, ତେବେ ଏ ବିନ୍ୟାମୀନୀୟ ଲୋକ କି ଏବେ ତତୋଧିକ ନ କରିବ ? ତାଙ୍କୁ ଛାଡ଼, ସେ ଅଭିଶାପ ଦେଉ; କାରଣ ସଦାପ୍ରଭୁ ତାହାକୁ ଅନୁମତି ଦେଇଅଛନ୍ତି।


ତେବେ ମୋ’ ଭାର୍ଯ୍ୟା ଅନ୍ୟର ଚକି ପେଷୁ ଓ ଅନ୍ୟମାନେ ତାହାକୁ ଭୋଗ କରନ୍ତୁ।


Swiv nou:

Piblisite


Piblisite